‘ଡିଜିଟାଲ ମାଧ୍ୟମ ଗଣତନ୍ତ୍ରରେ ସହଭାଗିତା ବୃଦ୍ଧି କରିବ’

ଭୁବନେଶ୍ୱର,୧୮ା୧(ବ୍ୟୁରୋ): ରାଜ୍ୟ ସରକାରଙ୍କ ୫-ଟି ମନ୍ତ୍ର ମଧ୍ୟରେ ଟେକ୍ନୋଲୋଜି(ବୈଷୟିକ ବିଦ୍ୟା) ଏକ ଗୁରୁତ୍ୱପୂର୍ଣ୍ଣ ଅଙ୍ଗ। ଡିଜିଟାଲ ମାଧ୍ୟମ ଦ୍ୱାରା ଲୋକମାନେ ଗଣତନ୍ତ୍ରରେ ସିଧାସଳଖ ଭାଗ ନେଇପାରିବେ। ତେଣୁ ଗଣତନ୍ତ୍ରରେ ଡିଜିଟାଲ ଗୁରୁତ୍ୱ ଅନୁଭବ କରି ରାଜ୍ୟ ସରକାର ସମସ୍ତ ପଦକ୍ଷେପ ଗ୍ରହଣ କରୁଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। କମ୍ପ୍ୟୁଟର ସୋସାଇଟି ଅଫ୍‌ ଇଣ୍ଡିଆ(ସିଏସ୍‌ଆଇ)ର ୫୩ ତମ ବାର୍ଷିକ କନଭେନ୍‌ଶନରେ ଶୁକ୍ରବାର ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଏହା କହିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କୁ ଇ-ରତ୍ନ ପୁରସ୍କାରରେ ସମ୍ମାନିତ କରାଯାଇଥିଲା। ନବୀନ କହିଛନ୍ତି ଯେ, ‘ଡିଜିଟାଲ ଡେମୋକ୍ରାସି-ଆଇଟି ଫର ଚେଞ୍ଜ’ ବର୍ତ୍ତମାନ ଗୁରୁତ୍ୱପୂର୍ଣ୍ଣ ବିଷୟ। ଏହା ବର୍ତ୍ତମାନ ଏବଂ ଭବିଷ୍ୟତର ମଧ୍ୟ ଆବଶ୍ୟକତା। ଏହି ମାଧ୍ୟମରେ ଜନଗଣଙ୍କୁ ବ୍ୟବସ୍ଥା ଏବଂ ପ୍ରଶାସନିକ ପ୍ରକ୍ରିୟାରେ ଭାଗୀଦାର କରାଇଥାଏ। ଏହା ବ୍ୟବସ୍ଥାରେ ଅଧିକ ସ୍ବଚ୍ଛତା ଆଣିଥାଏ। ଭାରତରେ ଦୈନିକ ବହୁ ପରିମାଣର ଡାଟା ବ୍ୟବହାର କରାଯାଇଥାଏ। ଏପରି କି ‘ଡାଟା ରିଚ୍‌ ଏବଂ ଡାଟା ପୁଅର’ ମଧ୍ୟରେ ତାରତମ୍ୟ ହ୍ରାସ ପାଇବାରେ ଲାଗିଛି। ସାମାଜିକ ଗଣତାନ୍ତ୍ରିକ ବ୍ୟବସ୍ଥାକୁ ଡିଜିଟାଲାଇଜେଶନ୍‌ ଅଧିକ ତଥ୍ୟ ଯୋଗାଇ ପାରୁଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି। ସେହିଭଳି ଡିଜିଟାଲ ଗଣତନ୍ତ୍ର ସାମାଜିକ, ଅର୍ଥନୈତିକ ଓ ସାଂସ୍କୃତିକ କ୍ଷେତ୍ରରେ ସମସ୍ତଙ୍କୁ ନିଜକୁ ବ୍ୟକ୍ତ କରିବାର ସମାନ ସୁଯୋଗ ଦେଉଛି। ବର୍ତ୍ତମାନ ଗଣତାନ୍ତ୍ରିକ ବ୍ୟବସ୍ଥାରେ ଡିଜିଟାଲ ଏକ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା। ରାଜ୍ୟ ସରକାରଙ୍କ ୫-ଟି କାର୍ଯ୍ୟକ୍ରମରେ ଏହାକୁ ଯଥେଷ୍ଟ ଗୁରୁତ୍ୱ ଦିଆଯାଉଛି। ଏହା ସହାୟତାରେ ଶ୍ରମ ପରିଚାଳନା, ସ୍ବାସ୍ଥ୍ୟ କ୍ଷେତ୍ର, ଦକ୍ଷତା ବିକାଶ, ବିପର୍ଯ୍ୟୟ ପରିଚାଳନା ଇତ୍ୟାଦି କରାଯାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଏହି କାର୍ଯ୍ୟକ୍ରମରେ ଆଇଟି ମନ୍ତ୍ରୀ ତୁଷାରକାନ୍ତି ବେହେରା, କନ୍ଧମାଳ ଏମ୍‌ପି ଅଚ୍ୟୁତ ସାମନ୍ତ, ଆଇଟି ସଚିବ ମନୋଜ ମିଶ୍ର ଏବଂ ସିଏସ୍‌ଆଇର କନଭେନର ମାନସ ରଞ୍ଜନ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

ଏହିଦିନ ଓଡ଼ିଶା ଆସିବେ ଅମିତ ଶାହା: କଟକରେ ରହିଛି ବଡ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧୭।୨: କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ମାର୍ଚ୍ଚ ୭ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଏକଦିବସୀୟ ଗସ୍ତ କାଳରେ ସେ କଟକ ଜିଲା…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri