ଡିଜେ ସହ ଗାଡ଼ି ଜବତ କଲା ପୋଲିସ

ପୁରୁଷୋତ୍ତମପୁର,୧ା୭(ଡି.ଏନ୍‌.ଏ.)-ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର ସମେତ ଆଖପାଖ ଅଞ୍ଚଳରେ ବିନା ଅନୁମତିରେ ବେଆଇନ ଭାବେ ବହୁଳ ମାତ୍ରାରେ ଡିଜେ ବ୍ୟବହାର ହେଉଥିଲା। ଶନିବାର ଏନେଇ ଏକ ଖବର ଧରିତ୍ରୀରେ ପ୍ରକାଶ ପାଇବା ପରେ ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ବିଭିନ୍ନ ସ୍ଥାନରେ ବେଆଇନ ଭାବେ ବାଜୁଥିବା ଡିଜେ ଉପରେ ଚଢାଉ କରାଯାଇଛି। ରବିବାର ପୁରୁଷୋତ୍ତମପୁର ସହର ମଧ୍ୟ ଗଡସାହିରେ ନିର୍ବନ୍ଧ ଲାଗି ଏକ ଶୋଭାଯାତ୍ରା ବାହାରିଥିଲା। ଏଠାରେ ବିନା ଅନୁମତିରେ ଉଚ୍ଚ ଶବ୍ଦରେ ଡିଜେ ବାଜୁଥିଲା। ପୋଲିସ ଚଢାଉ କରି ଡିଜେ ସହ ସମ୍ପୃକ୍ତ ଗାଡି (ନଂ.ଓଡି ୦୭ ଏଏ-୨୮୨୪) କୁ ଜବତ କରି ଥାନାକୁ ଆଣିବା ସହ ଗାଡି ଚାଳକଙ୍କୁ ଅଟକ ରଖିଛି। ପୋଲିସ ଚଢାଉ କରିବାବେଳେ ଉପସ୍ଥିତ ଲୋକେ ପ୍ରତିରୋଧ କରିଥିଲେ। ଫଳରେ ପୋଲିସ ଓ ଡିଜେ ବଜାଉଥିବା ବ୍ୟକ୍ତିମାନଙ୍କ ମଧ୍ୟରେ ଧସ୍ତାଧସ୍ତି ହୋଇଥିଲା। ଏସ୍‌ଆଇ ସୁନିଲ କୁମାର ପ୍ରଧାନ କହିଛନ୍ତି ଯେ, ବେଆଇନ ଭାବେ ଡିଜେ ବଜାଉଥିବା ବ୍ୟକ୍ତିଙ୍କ ବିରୋଧରେ ମାମଲା ରୁଜୁ କରାଯିବା ସହ ଆଇନ ଅନୁଯାୟୀ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।
ସୂଚନାଯୋଗ୍ୟ ଯେ, ଅଞ୍ଚଳରେ ବିଭିନ୍ନ ଶୋଭାଯାତ୍ରାରେ ଡିଜେ ବ୍ୟବହାର ଯୋଗୁ ବୟସ୍କ, ରୋଗୀ ଓ ଶିଶୁମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଥିଲେ। ତତ୍କାଳୀନ ତହସିଲଦାର ତଥା ଏକ୍‌ଜିକ୍ୟୁଟିଭ ମାଜିଷ୍ଟ୍ରେଟ ଓ ଥାନା ଅଧିକାରୀଙ୍କ ନିକଟରେ ଅଭିଯୋଗ ପହଞ୍ଚତ୍ଥିଲା। ଉଭୟ ଅଧିକାରୀ ଏହାକୁ ଗୁରୁତର ସହ ନେଇ ଡିଜେ ଉପରେ ରୋକ ଲଗାଇଥିଲେ। ମାତ୍ର ତତ୍କାଳୀନ ତହସିଲଦାର ଓ ଥାନା ଅଧିକାରୀ ବଦଳି ହୋଇଯିବା ପରେ ଏହି କଟକଣାକୁ ଆଉ କେହି ନ ମାନି ବହୁଳ ମାତ୍ରାରେ ଉଚ୍ଚ ଶବ୍ଦରେ ବେଆଇନ ଭାବେ ଡିଜେ ବ୍ୟବହାର କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ତନେଇ ଗାଁରେ ଚାଲିଥିଲା ଜୁଆଖେଳ: ଅତର୍କିତ ଚଢ଼ାଉ କରି ୨ ଜୁଆଡ଼ିଙ୍କୁ ବାନ୍ଧିଲା ପୋଲିସ, ଖସିଗଲେ… ଜବତ ହେଲା…

ଦିଗପହଣ୍ଡି,୧୧।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଟିମ୍‌ ମହୁଡ଼ା ନିକଟ ଅନନ୍ତେଇ ଗ୍ରାମରେ ଚାଲିଥିବା ଜୁଆ ଆଡ୍ଡା ଉପରେ ଅତର୍କିତ ଚଢ଼ାଉ କରି…

ପ୍ରଶାସନ ନ ଶୁଣିବାରୁ ସାହିବାସୀ ନିର୍ମାଣ କଲେ

କବିସୂର୍ଯ୍ୟନଗର,୧୧ା୪ (କୃପାସିନ୍ଧୁ ସ୍ବାଇଁ): ପ୍ରଶାସନ ନ ଶୁଣିବାରୁ ନିଜର ସୁବିଧା ପାଇଁ ସାହିବାସୀ କଲଭର୍ଟ ନିର୍ମାଣ କରିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା କବିସୂର୍ଯ୍ୟନଗର…

ରୋଷେଇ ପାଇଁ ଗ୍ୟାସ ଲଗାଉଥିଲେ ମହିଳା, ଲାଇଟର ମାରୁମାରୁ ବଡ଼ ଅଘଟଣ

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଗ୍‌ଦେବୀ ରୋଡରେ ଶନିବାର ମଧ୍ୟାହ୍ନରେ ରନ୍ଧନ ଗ୍ୟାସ ଲିକ୍‌ ହୋଇ ନିଆଁ ଲାଗି ଜଣେ ମହିଳା ଗୁରୁତର ହୋଇଛନ୍ତି। ସେହେଲେ…

ବିଜେଡି ନଗର ସଭାପତିଙ୍କ ପିତୃ ବିୟୋଗ: ଝୁରୁଛି ଗାଁ ମାଟି

ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନ୍‌ଏସି ବିଜେଡି ନଗର ସଭାପତି ତଥା ଯୁବ ସ୍ବେଚ୍ଛାସେବୀ ସୁଧୀର କୁମାର ପାଢ଼ୀଙ୍କ ବାପା କାଶୀନାଥ ପାଢ଼ୀଙ୍କ ୭୮ ବର୍ଷ ବୟସରେ…

‘ନିଜ ମାତୃଭାଷା ଯେତେ ଆଗକୁ ଯିବ ସେ ଅଞ୍ଚଳ ସେତେ ଆଗକୁ ବଢ଼ିବ’

ଭଞ୍ଜନଗର,୧୧ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଓଡ଼ିଆ ପକ୍ଷ ଅବସରରେ ଶନିବାର ଭଞ୍ଜ ସାହିତ୍ୟ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ…

୩ ଘଣ୍ଟା କହି ୭ ଘଣ୍ଟା କାଟିଲେଣି: ବିଦ୍ୟୁତ ସେବା ନ ପାଇ ଲୋକେ ହଟହଟା

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାୱାର ପକ୍ଷରୁ ଶନିବାର ବିଦ୍ୟୁତ ମରାମତି ପାଇଁ ସକାଳ ୮ ଟା ରୁ ପୁର୍ବାହ୍ନ ୧୧ ଟା ପର୍ଯ୍ୟନ୍ତ…

ମା’ ଦଣ୍ଡକାଳୀଙ୍କ ଯାତ୍ରା: ମହୁରୀ, ଢୋଲ ଶବ୍ଦରେ ପ୍ରକମ୍ପିତ ହେଲା ସହର

ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ) : ଆଉ ଚାରି ଦିନ ପରେ ମା’ ଦଣ୍ଡ କାଳୀଙ୍କ ଯାତ୍ରା ସମାପନ ହେବ । ଆସନ୍ତା ମେରୁ ଯାତ୍ରା ପରେ ନିଜ…

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri