ଡିଜେ ସାଉଣ୍ଡରେ କମ୍ପିଲା ଭାପୁର

ଭାପୁର,୧୮।୧୨(ଡି.ଏନ.ଏ.): ଢେଙ୍କାନାଳ ଜିଲା ସଦର ବ୍ଲକ ଭାପୁର ଗ୍ରାମରେ ଚାଲିଥିବା ମାଣବସା ଗୁରୁବାର ମହାଲକ୍ଷ୍ମୀ ପୂଜାର ଭସାଣି ଉତ୍ସବ ବୁଧବାର ଧୁମଧାମରେ ପାଳିତ ହୋଇଛି। ନିର୍ଦ୍ଧାରିତ ସମୟରେ ସମସ୍ତ ମେଢ ଗୁଡ଼ିକ ଭାପୁର ବାଳିକା ଉପ୍ରା ବିଦ୍ୟାଳୟସ୍ଥିତ ମେଲଣ ପଡ଼ିଆରେ ଏକତ୍ରିତ ହୋଇଥିଲେ। ପରେ କ୍ରମାନୁଯାୟୀ ପୁରୁଣାକଟକ ସମ୍ବଲପୁର ରାସ୍ତାରୁ ବାହାରି ବଜାର ଛକ ଦେଇ ଗାଁ ଭିତରକୁ ପ୍ରବେଶ କରିଥିଲେ। ବିଭିନ୍ନ ବାଜା ଓ ଡିଜେ ସାଉଣ୍ଡ ଦ୍ୱାରା ଶୋଭାଯାତ୍ରାରେ ମାଙ୍କୁ ଗ୍ରାମ ପରିକ୍ରମା କରାଯାଇଥିଲା। ଶାନ୍ତିଶୃଙ୍ଖଳା ପାଇଁ ଭାପୁର ଫାଣ୍ଡି, ସଦର ଥାନା ପୋଲିସ ଓ ଏକ ପ୍ଲାଟୁନ ଫୋର୍ସ ମୁତୟନ ହୋଇଥିଲେ। ସେହିପରି ପ୍ରବଳ ଭିଡ଼ ଯୋଗୁ ପୁରୁଣା କଟକ ସମ୍ବଲପୁର ରାସ୍ତା ୨ ଘଣ୍ଟା ଧରି ଜାମ ରହିଥିବାରୁ ଶହଶହ ଗାଡ଼ି ଅଟକି ରହିଥିଲା। ଗ୍ରାମ ପରିକ୍ରମା କରିବା ପରେ ସାପୁଆ ନଦୀରେ ମେଢକୁ ବିସର୍ଜନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଧୋନୀ, କପିଲଙ୍କୁ କ୍ଷମା ମାଗିଲେ ଯୁବରାଜ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୩ା୪: କିମ୍ୱଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂଙ୍କ ବାପା ଯୋଗରାଜ ସିଂ କିଛି ବର୍ଷ ତଳେ ଦେଶର ଦୁଇ ମହାନ୍‌ କ୍ରିକେଟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଓ…

ଏମିତି ବି ଆସେ ମୃତ୍ୟୁ: ରାତିରେ ଖାଇପିଇ ଶୋଇଲେ ସକାଳକୁ…

ପାତ୍ରପୁର,୩।୪(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ବାସୁଦେବ ବେହେରା(୪୫)କୋଏମ୍ବାଟୁରର ଏକ ସୁତା କଳରେ ଦାଦନ ଖଟୁଥିବା ବେଳେ ଗୁରୁବାର ରାତିରେ ହୃଦଘାତରେ ତାଙ୍କର…

ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…

ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

ରାଜ୍ୟ ସଭାର ଉପନେତା ପଦରୁ ହଟାଯିବା ପରେ କମିଯିବ କି ରାଘବ ଚଢାଙ୍କ ଦରମା? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୩।୪: ରାଜ୍ୟ ସଭାରେ ଉପନେତା ପଦରୁ ରାଘବ ଚଢାଙ୍କୁ ହଟାଇବା ପରେ ରାଜନୈତିକ ବିତର୍କ ଆରମ୍ଭ ହୋଇଛି। ଅଶୋକ ମିତ୍ତଲ ଏବେ ଏହି ଭୂମିକା ଗ୍ରହଣ କରିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri