Posted inଜାତୀୟ

ଡିପ୍ରେସନର ରୂପ ନେଲା ‘ନସର୍ଗ’

ନୂଆଦିଲ୍ଲୀ,୧।୬: କ୍ରମଶଃ ଉଗ୍ରରୂପ ଧାରଣ କରୁଛି ବାତ୍ୟା ‘ନସର୍ଗ’। ସୋମବାର ଏହା ଡିପ୍ରେସନର ରୂପ ନେଇଥିବା ବେଳେ ଆଗାମୀ ୧୨ ଘଣ୍ଟା ପରେ ଏହା ଡିପ୍‌ ଡିପ୍ରେସନର ରୂପ ନେବାର ଆଶଙ୍କା ରହିଛି। ବୁଧବାର ସନ୍ଧ୍ୟାରେ ଏହା ଭୟଙ୍କର ରୂପ ଧାରଣ କରିବା ସହ ମୁମ୍ବାଇ ଓ ଏହାର ଆଖପାଖ ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ଘଟାଇବ ବୋଲି କୁହାଯାଇଛି। ଏହି ସମୟରେ ପବନର ବେଗ ଘଣ୍ଟାକୁ ୧୧୫ରୁ ୧୨୫ କି.ମି. ବହିବାର ଆଶଙ୍କା ରହିଛି। ଜୁନ୍‌ ୪ ସନ୍ଧ୍ୟାରେ ଏହା ଦୁର୍ବଳ ହୋଇଯିବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।
ଦକ୍ଷିଣ ପଶ୍ଚିମ ଆରବ ସାଗରରେ ସ୍ଥିତି ଭୟଙ୍କର ହେବାରେ ଲାଗିଛି। ମହାରାଷ୍ଟ୍ର ଓ ଗୁଜରାଟ ଉପକୂଳରେ ବାତ୍ୟା ‘ନସର୍ଗ’ ୩ରେ ମାଡ଼ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ କହିଛି। ହରିହରେଶ୍ୱର ଓ ଦାମନ ମଧ୍ୟରେ ଏହି ବାତ୍ୟା ଅତିକ୍ରମ କରିବ। ଫଳରେ ଏହି ଦୁଇ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ଜଣାପଡ଼ିଛି। ଏଥିଲାଗି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସତର୍କ ରହିବା ଲାଗି ପରାମର୍ଶ ଦିଆଯାଇଛି। ପରିସ୍ଥିତିକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ୯ଟି ଏନ୍‌ଡିଆର୍‌ଏଫ୍‌ ଟିମ୍‌କୁ ସେଠାକୁ ପଠାଯାଇଥିବା ଜଣାପଡ଼ିଛି। ଏଥିସହ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଏକ ସମୀକ୍ଷା ବୈଠକରେ ଅଧିକାରୀଙ୍କ ସହ ପ୍ରସ୍ତୁତି ନେଇ ଆଲୋଚନା କରିଥିବା ପ୍ରକାଶ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତକୁ ବଡ଼ ସଫଳତା: ଆଣ୍ଡାମାନ ସମୁଦ୍ର ଗର୍ଭରୁ ମିଳିଲା ପ୍ରାକୃତିକ ଗ୍ୟାସର ବିପୁଳ ଭଣ୍ଡାର!

ନୂଆଦିଲ୍ଲୀ,୫।୬: ଭାରତର ଶକ୍ତି ସୁରକ୍ଷା ଏବଂ ଦେଶ ଭିତରେ ଉତ୍ପାଦନ ବୃଦ୍ଧି କ୍ଷେତ୍ରରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଦେଶର ପ୍ରମୁଖ ସରକାରୀ ତୈଳ କମ୍ପାନୀ…

କ’ଣ CJP ମୁଖ୍ୟ ଅଭିଜିତ ଦିପକେ ୩ ପ୍ରବକ୍ତାଙ୍କୁ ଦେବେ ଦରମା, ସୋସଆଲ ମିଡିଆରେ ଜୋର ଧରିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୬: ‘କକ୍ରୋଚ ଜନତା ପାର୍ଟି’ର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କ ଭାରତ ଫେରିବା ଏବଂ ଜୁନ ୬ ତାରିଖରେ ଦିଲ୍ଲୀରେ ପ୍ରତିବାଦ କାର୍ଯ୍ୟକ୍ରମ ସ୍ଥିର ହେବାର କିଛି ଦିନ…

TMCକୁ ଆଉ ଏକ ଧକ୍କା, ମେୟର ପଦରୁ ଇସ୍ତଫା ଦେଲେ ମମତାଙ୍କ ନିକଟତମ

କୋଲକାତା,୫।୬: ବଙ୍ଗଳା ବିଧାନସଭା ନିର୍ବାଚନରେ ଶୋଚନୀୟ ପରାଜୟ ପରେ ତୃଣମୂଳ କଂଗ୍ରେସ ଭିତରେ ଦେଖାଦେଇଥିବା ଅନ୍ତର୍ଦ୍ୱନ୍ଦ୍ୱ ଏବଂ ବିଭାଜନ ମଧ୍ୟରେ, ଦଳର ବରିଷ୍ଠ ନେତା ଏବଂ ପୂର୍ବତନ…

କାହିଁକି ଭାଜପା ଛାଡିଲେ ଆନ୍ନାମଲାଇ? ନିଜେ କହିଲେ ଏହାର ବଡ଼ କାରଣ

ନୂଆଦିଲ୍ଲୀ,୫।୬: ତାମିଲନାଡୁରେ କେ. ଆନ୍ନାମଲାଇ ଏବଂ ଭାଜପା ଅଲଗା ହୋଇଯାଇଛନ୍ତି; ଭାଜପା ଆନ୍ନାମଲାଇଙ୍କ ଇସ୍ତଫା ଗ୍ରହଣ କରିଛି। ଭାଜପାରୁ ଅଲଗା ହେବା ପରେ ତୁରନ୍ତ ଆନ୍ନାମଲାଇ ଘୋଷଣା…

ଆନ୍ନାମଲାଇ ଦଳ ଛାଡିବା ପରେ ଆସିଲା ଭାଜପାର ପ୍ରଥମ ପ୍ରତିକ୍ରିୟା, କହିଲା ସେ ଦଳ ଛାଡିଲେ କିଛି…

ନୂଆଦିଲ୍ଲୀ,୫।୬: ତାମିଲନାଡୁ ଭାଜପାର ଅନ୍ୟତମ ପ୍ରମୁଖ ନେତା କେ. ଆନ୍ନାମଲାଇ ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ଦିନକର କଳ୍ପନାଜଳ୍ପନା ପରେ, ଭାଜପା ଶୁକ୍ରବାର ତାଙ୍କ ଇସ୍ତଫା…

ଆଉ କାଗଜ ନୁହେଁ, ଭାରତରେ କାରବାର ହେବ ପ୍ଲାଷ୍ଟିକ ନୋଟ; ଆରବିଆଇ ଗଭର୍ନରଙ୍କ ବଡ଼ ଘୋଷଣା!

ନୂଆଦିଲ୍ଲୀ,୫।୬: ଆରବିଆଇ (RBI) ଗଭର୍ନର ସଞ୍ଜୟ ମଲହୋତ୍ରା ଘୋଷଣା କରିଛନ୍ତି ଯେ ଭାରତୀୟ ରିଜର୍ଭ ବ୍ୟାଙ୍କ ଦେଶରେ ‘ପଲିମର’ (Polymer) କରେନ୍ସି ନୋଟ ପ୍ରଚଳନ କରିବା ପ୍ରସ୍ତାବ…

ଭାଜପାରୁ କଟିଲା ଟିକେଟ୍, ଏବେ ମନ୍ତ୍ରୀ ପଦ ବି ଯିବ! କିଏ ସେହି ୨ ହେଭିୱେଟ୍ ନେତା ?

ନୂଆଦିଲ୍ଲୀ,୫।୬: ରାଜ୍ୟ ସଭା ଟିକେଟ ବଣ୍ଟନକୁ ନେଇ ମୋଦି କ୍ୟାବିନେଟରେ ଅଦଳବଦଳ ହେବାର ଗୁଞ୍ଜରଣ ଆରମ୍ଭ ହୋଇଛି। ପ୍ରକୃତରେ, ମୋଦି ସରକାରଙ୍କ ଦୁଇ ଜଣ ମନ୍ତ୍ରୀ ରାଜ୍ୟ ସଭା…

ଦେଶରେ ବନ୍ଦ ହୋଇଯିବ ATM? ଆଉ ମିଳିବନି କ୍ୟାଶ୍‌!

ନୂଆଦିଲ୍ଲୀ,୫।୬: ଆମକୁ ଯେତେବେଳେ ବି କ୍ୟାଶ (ନଗଦ ଟଙ୍କା) ର ଆବଶ୍ୟକତା ପଡ଼ିଥାଏ, ଆମେ ଏଟିଏମ (ATM) ଯାଇ ତୁରନ୍ତ ବାହାର କରିନେଇଥାଉ। କିନ୍ତୁ ଏବେ ସମସ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri