ଡିଭିଜ ଲ୍ୟାବ୍‌ ଅଧ୍ୟକ୍ଷଙ୍କୁ ସର୍ବାଧିକ ବେତନ; ଭାରତୀୟ ଔଷଧ ଶିଳ୍ପରେ ସର୍ବାଧିକ

ହାଇଦ୍ରାବାଦ,୧୨-୮: ଡିଭିଜ ଲ୍ୟାବ୍‌ରେଟୋରିଜ ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ(ସିଏମ୍‌ଡି) ମୁରଲୀ କେ.ଡିଭିଙ୍କୁ ୨୦୧୮-୧୯ରେ ବେତନ ଓ କମିଶନ ବାବଦରେ ମୋଟ ୫୮.୮୦ ଟଙ୍କା ପ୍ରଦାନ କରାଯାଇଛି। କୌଣସି ଭାରତୀୟ ଔଷଧ କମ୍ପାନୀରେ ସର୍ବାଧିକ ଦରମା ମିଳିବାରେ ମୁରଲୀ ହେଉଛନ୍ତି ପ୍ରଥମ। କମ୍ପାନୀର ବାର୍ଷିକ ରିପୋର୍ଟ ଅନୁସାରେ ତାଙ୍କର ପାରିଶ୍ରମିକ ଗତବର୍ଷ ତୁଳନାରେ ୪୬.୩୦ ପ୍ରତିଶତ ବୃଦ୍ଧି ପାଇଛି। କମ୍ପାନୀ ଚଳିତବର୍ଷ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଏନ୍‌.ବି.ରମଣଙ୍କୁ ୩୦ କୋଟି ଏବଂ ମୁରଲୀଙ୍କ ପୁଅ ତଥା ପୂର୍ଣ୍ଣକାଳୀନ ନିର୍ଦ୍ଦେଶକ କିରଣ ଏସ.ଡିଭିଙ୍କୁ ୨୦ କୋଟି ଟଙ୍କା ଅତିଥି ଅଧିକାରୀ ଭାବେ ପ୍ରଦାନ କରାଯାଉଛି। ମୁରଲୀଙ୍କୁ କମିଶନ ଭାବେ ୫୭.୬୧ କୋଟି ଟଙ୍କା ମିଳିଛି। ଆର୍ଥିକ ବର୍ଷ ୨୦୧୭-୧୮ରେ ତାଙ୍କୁ ୪୦.୨୦ କୋଟି ଟଙ୍କା ପାରିଶ୍ରମିକ ପ୍ରଦାନ କରାଯାଇଥିଲା, ଯେଉଁଥିରେ ୩୯ କୋଟି ଟଙ୍କା କମିଶନ ଥିଲା। ଏହି ସମୟରେ କମ୍ପାନୀର କର୍ମଚାରୀଙ୍କ ଦରମା ହାରାହାରି ୩.୯୬ ପ୍ରତିଶତ ବୃଦ୍ଧି ପାଇଛି। ୨୦୧୮-୧୯ରେ ଟିକସ ପ୍ରଦାନ ପରେ କମ୍ପାନୀକୁ ୧୩୩୩ କୋଟି ଟଙ୍କା ଶୁଦ୍ଧ ଲାଭ ଏବଂ ୫୦୩୬ କୋଟି ଟଙ୍କାର ରାଜସ୍ବ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇ୨୦ରୁ ପ୍ରିମିୟମ ପେଟ୍ରୋଲ ଆଡ଼କୁ ମୁହାଁଉଛନ୍ତି ଖାଉଟି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୧ା୭: ଇଥାନଲ ମିଶ୍ରିତ ଇ୨୦ ପେଟ୍ରୋଲ ବ୍ୟବହାରକୁ ନେଇ ଖାଉଟି ସ୍ତରରେ ଚିନ୍ତା ବଢ଼ିବା ପରେ ଏବେ ଦିଲ୍ଲୀ ସମେତ ବିଭିନ୍ନ ସହରରେ ଗାଡ଼ି ମାଲିକମାନେ ବିକଳ୍ପ…

BSNL ଆଣିଲା iPhoneଠାରୁ ବି ମହଙ୍ଗା ଫୋନ୍, ଦାମ୍ ୧.୩୪ ଲକ୍ଷ ଟଙ୍କା; ଜାଣନ୍ତୁ ଏଥିରେ କ’ଣ ରହିଛି ଖାସ୍‌

ନୂଆଦିଲ୍ଲୀ, ୯।୭: ସରକାରୀ ଟେଲିକମ୍ କମ୍ପାନୀ ବିଏସଏନଏଲ୍ (BSNL) ଭାରତରେ ଏକ ନୂଆ ସାଟେଲାଇଟ୍ ଫୋନ୍ ଲଞ୍ଚ କରିଛି। ଏହି ଫୋନ୍‌ଟି ବିଶେଷ କରି ବ୍ୟବସାୟିକ ତଥା…

ଭାଙ୍ଗିଲା ସବୁ ରେକର୍ଡ; ଗୋଟିଏ ଦିନରେ ୬,୭୦୦ ଟଙ୍କା ଶସ୍ତା ହେଲା ରୁପା, ସୁନା ବି…

ନୂଆଦିଲ୍ଲୀ, ୮।୭: ଯଦି ଆପଣ ସୁନା କିମ୍ବା ରୁପା କିଣିବାକୁ ଯୋଜନା କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ବଡ଼ ଖବର ଅଛି। ଆନ୍ତର୍ଜାତୀୟ ବଜାରଠାରୁ ଆରମ୍ଭ…

ଜିଓର ଦମଦାର୍ ପ୍ଲାନ୍ ‘JioTV Pro Pack’: ମାତ୍ର ୫୫ ଟଙ୍କାରେ ମିଳିବ ୧୦୦୦ରୁ ଅଧିକ ଲାଇଭ୍ ଟିଭି ଚ୍ୟାନେଲ୍‌

ନୂଆଦିଲ୍ଲୀ, ୮।୭: ରିଲାଏନ୍ସ ଜିଓ ନିଜ ଗ୍ରାହକମାନଙ୍କ ପାଇଁ ଏକ ଶସ୍ତା ଏବଂ ଦମଦାର୍ ଏଣ୍ଟରଟେନମେଣ୍ଟ ପ୍ଲାନ୍ ଲଞ୍ଚ କରିଛି। କମ୍ପାନୀ ମାତ୍ର ୫୫ ଟଙ୍କାରେ ନୂଆ…

ଏଣିକି WhatsAppରେ ମିଳିବ ଆୟୁଷ୍ମାନ କାର୍ଡର ସବୁ ସୁବିଧା; ଘରେ ବସି ଚେକ୍ କରନ୍ତୁ ବାଲାନ୍ସ, ସେଭ୍ କରନ୍ତୁ ଏହି ନମ୍ବର

ନୂଆଦିଲ୍ଲୀ, ୮।୭: ଦେଶର କୋଟି କୋଟି ଆୟୁଷ୍ମାନ ଭାରତ ହିତାଧିକାରୀଙ୍କ ପାଇଁ ଏକ ବଡ଼ ଖୁସି ଖବର। ଏବେ ଆୟୁଷ୍ମାନ କାର୍ଡର ବାଲାନ୍ସ ଏବଂ ଅନ୍ୟାନ୍ୟ ସେବା ବିଷୟରେ…

ଟ୍ରମ୍ପଙ୍କ ବୟାନ ପରେ ଶେୟାର ବଜାରରେ ହାହାକାର! ନିବେଶକଙ୍କ ବୁଡ଼ିଲା ୪ ଲକ୍ଷ କୋଟି

ନୂଆଦିଲ୍ଲୀ,୮।୭: ବୁଧବାର ଭାରତୀୟ ଶେୟାର ବଜାରରେ ଏକ ବଡ଼ ଧରଣର ଉତ୍ଥାନ ଦେଖିବାକୁ ମିଳିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ କଡ଼ା ବୟାନ ଅସ୍ଥିର ବିଶ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri