Posted inଖେଳ

ଡିଭିଲର୍ସଙ୍କୁ କୋହଲିଙ୍କ ସମର୍ଥନ

ନୂଆଦିଲ୍ଲୀ,୧୩।୭(ପି.ଟି.)- ଅବସର ପରେ ଅନ୍ତର୍ଜାତୀୟ କ୍ରିକେଟକୁ ଫେରିବାକୁ ଉଦ୍ୟମ କରିବା ସମ୍ପର୍କରେ ଦକ୍ଷିଣ ଆଫ୍ରିକୀୟ ପୂର୍ବତନ କ୍ରିକେଟର ଏ.ବି. ଡିଭିଲର୍ସ ସ୍ପଷ୍ଟକରିବା ପରେ ଭାରତୀୟ ଅଧିନାୟକ ବିରାଟ କୋହଲି ସମର୍ଥନ ଜଣାଇଛନ୍ତି। ଚଳିତ ବିଶ୍ୱକପ୍‌ ମଝିରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆର୍‌ସିବି) ଦଳର ଖେଳାଳି ଡିଭିଲର୍ସଙ୍କୁ ଟଙ୍କା ପାଇଁ ଅନ୍ତର୍ଜାତୀୟ କ୍ରିକେଟ ଛାଡ଼ିଥିବା ସମାଲୋଚନା କରାଯାଉଥିଲା। ଡିଭିଲର୍ସ ଜଣେ ସଚ୍ଚୋଟ ଓ ପ୍ରତିବଦ୍ଧ ବ୍ୟକ୍ତି। ତୁମ ସହିତ ଏଭଳି ବ୍ୟବହାର ଦୁର୍ଭାଗ୍ୟଜନକ। ମୁଁ ତୁମକୁ ବିଶ୍ୱାସକରେ। ବ୍ୟକ୍ତିଗତ ଜୀବନରେ ଅନ୍ୟ କେହି ପ୍ରବେଶ କରିବା ଅତ୍ୟନ୍ତ ଦୁଃଖଦାୟକ। ମୁଁ ଆଉ ଅନୁଷ୍କା ସର୍ବଦା ତୁମ ପରିବାର ସହ ଅଛୁ ବୋଲି କୋହଲି ଇନ୍‌ଷ୍ଟାଗ୍ରାମ୍‌ରେ ଡିଭିଲର୍ସଙ୍କ ଲାଗି ଲେଖିଛନ୍ତି। ବିଶ୍ୱକପ୍‌ରେ ଦକ୍ଷିଣ ଆଫ୍ରିକାର ଶୋଚନୀୟ ପ୍ରଦର୍ଶନ ପରେ ଅବସରପ୍ରାପ୍ତ ବ୍ୟାଟ୍ସମ୍ୟାନ ଏ.ବି. ଡିଭିଲର୍ସ ଅନ୍ତର୍ଜାତୀୟ କ୍ରିକେଟକୁ ଫେରିବା ନେଇ ପ୍ରସ୍ତାବ ଦେଇଥିବା ଏକ ଗଣମାଧମ ରିପୋର୍ଟରେ ପ୍ରକାଶ ପାଇଥିଲା। ବିଶ୍ୱକପ୍‌ର ଏକବର୍ଷ ପୂର୍ବରୁ ସେ ବିଶ୍ୱର ବିଭିନ୍ନ ଲିଗ୍‌ରେ ଖେଳିବା ପାଇଁ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇଥିଲେ। ଦେଶ ନୁହେଁ, ଟଙ୍କାକୁ ବେଶି ଗୁରୁତ୍ୱ ଦେଉଥିବା ଆଲୋଚନା ହୋଇଥିଲା। ଏଥିଯୋଗୁ ଡିଭିଲର୍ସଙ୍କୁ ବହୁ ସମାଲୋଚନାର ସମ୍ମୁଖୀନ ହେବାକୁ ପଡ଼ିଥିଲା। କୋହଲିଙ୍କ ଭଳି ପୂର୍ବତନ ଅଲରାଉଣ୍ଡର ଯୁବରାଜ ସିଂ ମଧ୍ୟ ଦକ୍ଷିଣ ଆଫ୍ରିକୀୟ କ୍ରିକେଟରଙ୍କ ସପକ୍ଷରେ ମତ ବାଢ଼ିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

୬୪୭ ଦିନ ପରେ ଟିମ୍‌ ଇଣ୍ଡିଆକୁ ଫେରିବେ ଏହି ଘାତକ ଖେଳାଳି: ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୭: ଇଂଲଣ୍ଡ ବିପକ୍ଷ ନିରାଶାକୁ ପଛରେ ପକାଇ, ଭାରତୀୟ କ୍ରିକେଟ ଦଳ ଏବେ ଜିମ୍ବାୱେ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ପ୍ରସ୍ତୁତ। ଶ୍ରେୟସ…

ଟିମ ଇଣ୍ଡିଆରେ ବଡ଼ ଧରଣର ଅଦଳବଦଳ: ବିଦାୟ ନେଲେ ଏହି କୋଚ୍‌! ଶେଷ ହେଲା ୫ ବର୍ଷର ଯାତ୍ରା

ମୁମ୍ବାଇ,୨୧।୭: ଇଂଲଣ୍ଡ ବିପକ୍ଷରେ ଟିମ ଇଣ୍ଡିଆକୁ ଟି-20 ଏବଂ ଦିନିକିଆ ସିରିଜରେ ଶୋଚନୀୟ ପରାଜୟର ସାମ୍ନା କରିବାକୁ ପଡ଼ିଛି। ଇଂଲଣ୍ଡ ପ୍ରଥମେ ଭାରତକୁ ଟି-20 ସିରିଜରେ ୪-୦ରେ…

ଏହି ୫ କାରଣ: ରୋହିତ ଶର୍ମାଙ୍କୁ ଅବସର ପାଇଁ କେହି କରିପାରିବେ ନାହିଁ ବାଧ୍ୟ! ଜାଣନ୍ତୁ କ’ଣ

ମୁମ୍ବାଇ,୨୧।୭: ଇଂଲଣ୍ଡ ବିପକ୍ଷ ଲଡର୍‌ସ ଦିନିକିଆରେ ୧୩୮ ରନର ଏକ ଚମତ୍କାର ଇନିଂସ ଖେଳିବା ପରେ ରୋହିତ ଶର୍ମାଙ୍କ ଅବସରକୁ ନେଇ ଚାଲିଥିବା ଚର୍ଚ୍ଚା ଏକ ନୂତନ…

‘ସେ ଦେଶ ପାଇଁ ନିଜ ଜୀବନ ଦେବେ’ – ରୋହିତ ଶର୍ମାଙ୍କ ପାଇଁ ମହମ୍ମଦ କୈଫଙ୍କ ଭାବପ୍ରବଣ Video

ନୂଆଦିଲ୍ଲୀ,୨୧।୭: ରୋହିତ ଶର୍ମାଙ୍କ ଭବିଷ୍ୟତ ସମ୍ପର୍କରେ ପ୍ରାୟତଃ ପ୍ରଶ୍ନ ଉଠିଛି। ସମ୍ପ୍ରତି ଗୁଜବ ଜୋର ଧରିଛି ଯେ ରୋହିତ ଲର୍ଡସରେ ତାଙ୍କର ଶେଷ ମ୍ୟାଚ ଖେଳିପାରନ୍ତି। ତଥାପି,…

ବଳାତ୍କାର ମାମଲାରେ ଗିରଫ ହେବେ IPLର ଏହି କ୍ରିକେଟର, ସଭିଏଁ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୧।୭: କଲିକତା ହାଇକୋର୍ଟ ସୋମବାର, କ୍ରିକେଟର ଅଭିଷେକ ପୋରେଲ ଏବଂ ଅନ୍ୟ ଜଣେ ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜଣେ ଡାକ୍ତରୀ ଛାତ୍ରୀଙ୍କ ଅଭିଯୋଗ…

ଦିନେ ତାଙ୍କୁ କୋଳରେ ଧରିଥିଲେ ମେସି, ଆଜି ପଡ଼ିଆରେ ହରାଇବା ପରେ କହିଲେ..

ନୂଆଦିଲ୍ଲୀ,୨୦।୭: ଫାଇନାଲରେ ଆର୍ଜେଣ୍ଟିନାକୁ ୧-୦ରେ ପରାସ୍ତ କରି ସ୍ପେନ ୨୦୨୬ ଫିଫା ବିଶ୍ୱକପ ଟାଇଟଲ ଜିତିଛି। ଏହି ମ୍ୟାଚରେ ପ୍ରଶଂସକଙ୍କ ଆଖି ସମସ୍ତ ଷ୍ଟାର ଖେଳାଳିଙ୍କ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri