ଡି’ଭିଲର୍ସଙ୍କ ଉପରେ ଅଖତରଙ୍କ ବଡ଼ ବୟାନ

ଲଣ୍ଡନ, ୮ା୬- ଦକ୍ଷିଣ ଆଫ୍ରିକୀୟ କ୍ରିକେଟର ଏବି ଡି’ଭିଲର୍ସଙ୍କ ସମ୍ପର୍କରେ ପୂର୍ବତନ ପାକିସ୍ତାନ ପେସର ଶୋଏବ ଅଖତର ଶନିବାର ବଡ଼ ବୟାନ ଦେଇଛନ୍ତି। ପୂର୍ବତନ ଦକ୍ଷିଣ ଆଫ୍ରିକା ଅଧିନାୟକ ଦେଶ ବଦଳରେ ଟଙ୍କାକୁ ବାଛି ନେଇଛନ୍ତି ବୋଲି ୟୁଟ୍ୟୁବର ଏକ ଭିଡ଼ିଓରେ ଅଖତର କହିଛନ୍ତି। ଆଇପିଏଲ ଓ ପିଏସ୍‌ଏଲ ଚୁକ୍ତି ଛାଡ଼ି ନିଜକୁ ବିଶ୍ୱକପ୍‌ ଲାଗି ଉପଲବ୍ଧ କରାଇବାକୁ ଚାହୁଁ ନ ଥିଲେ। ଏଣୁ ସେ ପିଏସ୍‌ଏଲ ଓ ଆଇପିଏଲ ଆରମ୍ଭ ହେବା ପୂର୍ବରୁ ଅବସର ଘୋଷଣା କରିଥିଲେ। ଏହାର ଅର୍ଥ ନିଜର ଆର୍ଥିକ ସ୍ଥିତିକୁ ଦୃଷ୍ଟିରେ ରଖି ସେ ଅବସର ନିଷ୍ପତ୍ତି ନେଇଥିଲେ। ତାଙ୍କ ନିଷ୍ପତ୍ତି ନେବାର ସମୟ ବହୁତ ଗୁରୁତ୍ୱପୂର୍ଣ୍ଣ ଥିଲା। ବର୍ଷେ ପୂର୍ବରୁ ଅବସର ନେଇଥିଲେ ମଧ୍ୟ ତାଙ୍କ ଦଳ ଏପର୍ଯ୍ୟନ୍ତ ଖରାପ ଫର୍ମ ଦେଇ ଗତି କରୁଛି। ମାତ୍ର ତାଙ୍କ ମନେ ରଖିବା କଥା ଯେ, ଦେଶ ତାଙ୍କୁ ଦରକାର କରୁଛି। ଟଙ୍କା ଆଜି ଅଛି, କାଲି ମଧ୍ୟ ରହିବ। ହେଲେ ଟଙ୍କା ପାଇଁ ବିଶ୍ୱକପ୍‌କୁ ହେୟ ଜ୍ଞାନ କରିବା ଉଚିତ ନୁହେଁ ବୋଲି ଅଖତର କହିଛନ୍ତି। ସେ ଆହୁରି କହିଛନ୍ତି, ବିଶ୍ୱକପ୍‌ ଲାଗି ଦଳ ଘୋଷଣା ହେବ ପୂର୍ବରୁ ସେ ଫେରିବାକୁ ଉଦ୍ୟମ କରିଥିଲେ। କିନ୍ତୁ ମୋ ମତରେ ଦଳୀୟ ମ୍ୟାନେଜମେଣ୍ଟ ଠିକ୍‌ କରିଛନ୍ତି। ଉଲ୍ଲେଖଥାଉ କି, ଚଳିତ ବିଶ୍ୱକପ୍‌ରେ ଦକ୍ଷିଣ ଆଫ୍ରିକା ହ୍ୟାଟ୍ରିକ ପରାଜୟବରଣ କରିବା ପରେ ଡି’ଭିଲର୍ସ ଜାତୀୟ ଦଳକୁ ଫେରିବା ପାଇଁ ପ୍ରସ୍ତାବ ଦେଇଥିଲେ ବୋଲି ଜଣାପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri