ଡି’ଭିଲର୍ସଙ୍କ ଉପରେ ଅଖତରଙ୍କ ବଡ଼ ବୟାନ

ଲଣ୍ଡନ, ୮ା୬- ଦକ୍ଷିଣ ଆଫ୍ରିକୀୟ କ୍ରିକେଟର ଏବି ଡି’ଭିଲର୍ସଙ୍କ ସମ୍ପର୍କରେ ପୂର୍ବତନ ପାକିସ୍ତାନ ପେସର ଶୋଏବ ଅଖତର ଶନିବାର ବଡ଼ ବୟାନ ଦେଇଛନ୍ତି। ପୂର୍ବତନ ଦକ୍ଷିଣ ଆଫ୍ରିକା ଅଧିନାୟକ ଦେଶ ବଦଳରେ ଟଙ୍କାକୁ ବାଛି ନେଇଛନ୍ତି ବୋଲି ୟୁଟ୍ୟୁବର ଏକ ଭିଡ଼ିଓରେ ଅଖତର କହିଛନ୍ତି। ଆଇପିଏଲ ଓ ପିଏସ୍‌ଏଲ ଚୁକ୍ତି ଛାଡ଼ି ନିଜକୁ ବିଶ୍ୱକପ୍‌ ଲାଗି ଉପଲବ୍ଧ କରାଇବାକୁ ଚାହୁଁ ନ ଥିଲେ। ଏଣୁ ସେ ପିଏସ୍‌ଏଲ ଓ ଆଇପିଏଲ ଆରମ୍ଭ ହେବା ପୂର୍ବରୁ ଅବସର ଘୋଷଣା କରିଥିଲେ। ଏହାର ଅର୍ଥ ନିଜର ଆର୍ଥିକ ସ୍ଥିତିକୁ ଦୃଷ୍ଟିରେ ରଖି ସେ ଅବସର ନିଷ୍ପତ୍ତି ନେଇଥିଲେ। ତାଙ୍କ ନିଷ୍ପତ୍ତି ନେବାର ସମୟ ବହୁତ ଗୁରୁତ୍ୱପୂର୍ଣ୍ଣ ଥିଲା। ବର୍ଷେ ପୂର୍ବରୁ ଅବସର ନେଇଥିଲେ ମଧ୍ୟ ତାଙ୍କ ଦଳ ଏପର୍ଯ୍ୟନ୍ତ ଖରାପ ଫର୍ମ ଦେଇ ଗତି କରୁଛି। ମାତ୍ର ତାଙ୍କ ମନେ ରଖିବା କଥା ଯେ, ଦେଶ ତାଙ୍କୁ ଦରକାର କରୁଛି। ଟଙ୍କା ଆଜି ଅଛି, କାଲି ମଧ୍ୟ ରହିବ। ହେଲେ ଟଙ୍କା ପାଇଁ ବିଶ୍ୱକପ୍‌କୁ ହେୟ ଜ୍ଞାନ କରିବା ଉଚିତ ନୁହେଁ ବୋଲି ଅଖତର କହିଛନ୍ତି। ସେ ଆହୁରି କହିଛନ୍ତି, ବିଶ୍ୱକପ୍‌ ଲାଗି ଦଳ ଘୋଷଣା ହେବ ପୂର୍ବରୁ ସେ ଫେରିବାକୁ ଉଦ୍ୟମ କରିଥିଲେ। କିନ୍ତୁ ମୋ ମତରେ ଦଳୀୟ ମ୍ୟାନେଜମେଣ୍ଟ ଠିକ୍‌ କରିଛନ୍ତି। ଉଲ୍ଲେଖଥାଉ କି, ଚଳିତ ବିଶ୍ୱକପ୍‌ରେ ଦକ୍ଷିଣ ଆଫ୍ରିକା ହ୍ୟାଟ୍ରିକ ପରାଜୟବରଣ କରିବା ପରେ ଡି’ଭିଲର୍ସ ଜାତୀୟ ଦଳକୁ ଫେରିବା ପାଇଁ ପ୍ରସ୍ତାବ ଦେଇଥିଲେ ବୋଲି ଜଣାପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚାମ୍ପିଅନ୍ସ ଟ୍ରଫି ଖେଳିବାକୁ ପାକିସ୍ତାନ ଯିବ ନାହିଁ ଭାରତ!

ନୂଆଦିଲ୍ଲୀ,୨୪।୪:ଭାରତ ଏବଂ ପାକିସ୍ତାନ ମଧ୍ୟରେ ଶେଷ ମୁକାବିଲା ୨୦୨୩ରେ ଖେଳାଯାଇଥିବା ଦିନିକିଆ ବିଶ୍ୱକପରେ ହୋଇଥିଲା, ଯାହା ଭାରତ ଦ୍ୱାରା ଆୟୋଜିତ ହୋଇଥିଲା। ବର୍ତ୍ତମାନ ଉଭୟଙ୍କ ପରବର୍ତ୍ତୀ...

ସଚିନ ତେନ୍ଦୁଲକରଙ୍କ ଏହି ୫ ମହାରେକର୍ଡ ଭାଙ୍ଗିବା ପ୍ରାୟ ଅସମ୍ଭବ

ସଚିନ ତେନ୍ଦୁଲକର ଆଜି ୫୧ତମ ଜନ୍ମଦିନ ପାଳନ କରୁଛନ୍ତି। ଭାରତୀୟ କ୍ରିକେଟ ଦଳର ପୂର୍ବତନ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ କ୍ୟାରିୟରରେ ଅନେକ ରେକର୍ଡ ସୃଷ୍ଟି କରିଥିଲେ।...

୫୧ ବର୍ଷରେ ପଦାର୍ପଣ କଲେ କ୍ରିକେଟର ଭଗବାନ

ନୂଆଦିଲ୍ଲୀ,୨୪।୪: ଭାରତୀୟ କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକର ଆଜି ୫୧ ବର୍ଷରେ ପଦାର୍ପଣ କରିଛନ୍ତି। କ୍ରୀଡା ଏବଂ ସିନେମାର ଅନେକ ସେଲିବ୍ରିଟି ତାଙ୍କୁ ସୋସିଆଲ...

ପଏଣ୍ଟ ଟେବୁଲରେ ବଡ଼ ପରିବର୍ତ୍ତନ: ଚଳିତ ଆଇପିଏଲରେ ପ୍ରଥମ ଥର ଟପ୍‌-୪ରୁ ବାଦ୍‌ ପଡ଼ିଲା ସିଏସକେ

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ର ୩୯ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗ୍‌ସ ଏବଂ ଲକ୍ଷ୍ନୌ ସୁପର ଜିଆଣ୍ଟସ ମଧ୍ୟରେ ଖେଳାଯାଇଛି। ଏହି ମ୍ୟାଚରେ ଲକ୍ଷ୍ନୌ ଚେନ୍ନାଇକୁ ପରାସ୍ତ...

ଭାରତୀୟ ଦଳରେ ୫ ଓଡ଼ିଆ

ଭୁବନେଶ୍ୱର, ୨୪ା୪ (ବିଜୟ ରଣା): ବୁଧବାରଠାରୁ ଏପ୍ରିଲ ୨୮ ପର୍ଯ୍ୟନ୍ତ ଥାଇଲାଣ୍ଡ ରେ ହେବାକୁ ଥିବା ଏସିଆନ୍‌ ହୁଇଲ ଚେୟାର ଫେନ୍‌ସିଂ ଚାମ୍ପିୟନଶିପ୍‌ ଲାଗି ମନୋନୀତ...

ଇଣ୍ଡିଆନ ୟୁନିଭର୍ସିଟିଜ୍‌ ରଗ୍‌ବୀ, ଚେସ୍‌ ଦଳ ଘୋଷିତ

ଭୁବନେଶ୍ୱର, ୨୪।୪(ତପନ ସ୍ବାଇଁ): ଫ୍ରାନ୍ସର ଏକ୍ସେନ-ପ୍ରୋଭିନ୍ସରେ ୨୦୨୪ ଓ୍ବାଲର୍‌ଡ ୟୁନିସର୍ଭିଟି ରଗ୍‌ବୀ ସେଭେନ୍ସ ଚାମ୍ପିୟନଶିପ୍‌ ଜୁନ୍‌ ୧୦ରୁ ୧୨ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ସେହିପରି ଉଗାଣ୍ଡାର...

Video: ଆଉଟ୍‌ ଦେଇଥିବା ଅମ୍ପାୟାରଙ୍କଠାରୁ ‘ପ୍ରତିଶୋଧ’ ନେଲେ ବିରାଟ, ସର୍ବସମ୍ମୁଖରେ କଲେ ଏଭଳି…

ନୂଆଦିଲ୍ଲୀ,୨୩।୪: ବିରାଟ କୋହଲି କ୍ରିକେଟ ମଇଦାନରେ ନିଜର କ୍ରୋଧକୁ ନେଇ ପରିଚିତ। ଖେଳ ସମୟରେ ନିଜ ବିରୋଧୀ ଟିମ୍‌ର ମୁହଁ ଏବଂ ବ୍ୟାଟ୍‌ ଉଭୟର ଉଚିତ...

‘ପନ୍ତଙ୍କୁ ଚୟନ କରା ନ ଗଲେ ଭାରତ ମ୍ୟାଚ୍‌ରେ ପ୍ରଭାବ ପଡ଼ିବ’ 

ନୂଆଦିଲ୍ଲୀ,୨୩।୪: ଟି୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆର ଚୟନ ଚଳିତ ମାସ ଶେଷ ଆଡ଼କୁ ହୋଇପାରେ। ଦଳରେ ଅନେକ ଖେଳାଳିଙ୍କୁ ଚୟନ କରିବାକୁ ନେଇ ଏଯାଏ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri