ଡିସେମ୍ବର ୧ରୁ କୋଣାର୍କରେ ଇକୋ ରିଟ୍ରିଟ

ପୁରୀ ଅଫିସ,୨୮ା୧୦:ଇକୋ ରିଟ୍ରିଟ୍‌ର ଚତୁର୍ଥ ସଂସ୍କରଣ ଆସନ୍ତା ଡିସେମ୍ବର ୧ରୁ କୋଣାର୍କରେ ଆରମ୍ଭ ହେବ। ଏନେଇ ଏକ ବୈଠକ ଗୁରୁବାର ପୁରୀ ଜିଲାପାଳଙ୍କ କାର୍ଯ୍ୟାଳୟରେ ଜିଲାପାଳ ସମର୍ଥ ବର୍ମାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। ପୂର୍ବ ବର୍ଷର ଅଭିଜ୍ଞତା ଓ ଅନୁଭବକୁ ଆଧାର କରି ଚଳିତ ବର୍ଷର ଇକୋ ରିଟ୍ରିଟ୍‌କୁ ଅଧିକ ଆକର୍ଷଣୀୟ ଓ ମନୋଜ୍ଞ ଭାବେ ଆୟୋଜନ କରିବାକୁ ଜିଲାପାଳ ପରାମର୍ଶ ଦେଇଥିଲେ। ପ୍ରତ୍ୟେକ ବିଭାଗ ପରସ୍ପର ସହ ସମନ୍ବୟ ରଖି କାମ କରିବା, ଧାର୍ଯ୍ୟ ସମୟ ପୂର୍ବରୁ କାର୍ଯ୍ୟ ସାରିବା ଏବଂ ପର୍ଯ୍ୟଟକମାନେ ଯେପରି ଏକ ସୁଖଦ ଅନୁଭୂତି ନେଇ ଫେରିବେ ସେଥିପ୍ରତି ଯତ୍ନବାନ ହେବାକୁ ଜିଲାପାଳ ପରାମର୍ଶ ଦେଇଥିଲେ। ପର୍ଯ୍ୟଟନ ବିଭାଗ ପକ୍ଷରୁ ଜିଲା ପ୍ରଶାସନ ଏବଂ ଇ-ଫାକ୍ଟର ଏଜେନ୍ସିର ମିଳିତ ସହଯୋଗରେ ଡିସେମ୍ବର ୧ରୁ ୨୦୨୩ ମାର୍ଚ୍ଚ ୧୫ ପର୍ଯ୍ୟନ୍ତ ଇକୋ ରିଟ୍ରିଟ୍‌ ଅନୁଷ୍ଠିତ ହେବ। ୭୦ଟି ଲକ୍‌ଜରି ଟେଣ୍ଟ କରାଯିବ, ଯେଉଁଥିରେ ତାରକା ହୋଟେଲ ଅନୁରୂପ ସୁବିଧା ଯୋଗାଇ ଦିଆଯିବ। ଇକୋ ରିଟ୍ରିଟ୍‌ ସମୟରେ ଜଳକ୍ରୀଡ଼ା, ବିଚ୍‌ ସ୍ପୋର୍ଟସ, ଇନ୍‌ଡୋର ଗେମ୍‌ ଇତ୍ୟାଦି ବ୍ୟବସ୍ଥା ଉପଲବ୍ଧ ହେବ। ନିରବଚ୍ଛିନ୍ନ ବିଦ୍ୟୁତ, ପାଣି, ମୋବାଇଲ ନେଟୱର୍କ, ଚିକିତ୍ସା, ଅଗ୍ନି ନିର୍ବାପକ ବ୍ୟବସ୍ଥା, ପାର୍କିଂ, ସୁରକ୍ଷା, ୨୪ ଘଣ୍ଟିଆ ଲାଇଫ୍‌ ଗାର୍ଡ ବ୍ୟବସ୍ଥା ସହ ସାଂସ୍କୃତିକ କାର୍ଯ୍ୟକ୍ରମର ଆୟୋଜନ କରାଯିବ ବୋଲି ସ୍ଥିର ହୋଇଛି। ବୈଠକରେ ଅତିରିକ୍ତ ଜିଲାପାଳ (ରାଜସ୍ବ) କୈଳାସ ଚନ୍ଦ୍ର ନାୟକ, ଅତିରିକ୍ତ ଜିଲାପାଳ (ପ୍ରୋଟୋକଲ) ଦିଲ୍ଲୀପ କୁମାର ମହାପାତ୍ର, ଜିଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଜ୍ୟୋତି ଶଙ୍କର ମହାପାତ୍ର, ଜିଲା ପର୍ଯ୍ୟଟନ ଅଧିକାରୀ ସରୋଜ କୁମାର ପ୍ରଧାନ, କୋଣାର୍କ ପର୍ଯ୍ୟଟନ ଅଧିକାରୀ ଅମିୟ କୁମାର ସେଠୀ ଏବଂ ଅନ୍ୟାନ୍ୟ ବିଭାଗ ଲାଇନ ଡିପାର୍ଟମେଣ୍ଟର ଅଧିକାରୀ ଓ ଇକୋ ରିଟ୍ରିଟ୍‌ର ଆୟୋଜନ କରୁଥିବା ଇ-ଫାକ୍ଟରର ପ୍ରତିନିଧି ପ୍ରମୁଖ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ହତ୍ୟା ଉଦ୍ୟମ ମାମଲା: ୪ ମାସ ପରେ ଦମ୍ପତି ଗଲେ ଜେଲ୍

ଦିଗପହଣ୍ଡି, ୨।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସାହାଣୀ ସାହିର କୀର୍ତ୍ତନ ଦାସ (୬୬) ଏବଂ ତାଙ୍କ ସ୍ତ୍ରୀ ସୁବାସି ଦାସ (୬୦)ଙ୍କୁ ଶୁକ୍ରବାର…

ଦ୍ରୁତଗତିରେ ବାଇକ୍ ଚାଳନାକୁ ନେଇ ଗୋଷ୍ଠୀ ସଂଘର୍ଷ: ବୁଲିଲା ଠେଙ୍ଗା, ରଣକ୍ଷେତ୍ର ପାଲଟିଲା ଗାଁ ରାସ୍ତା

ଦିଗପହଣ୍ଡି, ୨।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ଅନ୍ତର୍ଗତ ବଜ୍ରଗୁମ୍ମା ଗ୍ରାମର ଓଡ଼ିଆ ସାହିରେ ଗୁରୁବାର ଅପରାହ୍ନରେ ଦ୍ରୁତଗତିରେ…

ଯୌତୁକ ନିର୍ଯ୍ୟାତନାରୁ ମହିଳାଙ୍କ ଆତ୍ମହତ୍ୟା ଘଟଣା: ୫ ମାସ ପରେ ଅଭିଯୁକ୍ତ ସ୍ବାମୀ ଗଲେ ଜେଲ  

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ ୱାର୍ଡ ଆନନ୍ଦ ନଗର ର ବିଶ୍ଵନାଥ ମହାରଣାଙ୍କ ଝିଅ ଉଷାରାଣୀ ମହାରଣା ସ୍ବାମୀ ଓ…

୧୦ ଲକ୍ଷ ଯୌତୁକ ଦାବିରେ ନିର୍ଯାତନା: ମାଡ଼ମାରି ନବବଧୂଙ୍କ ନାକରୁ ରକ୍ତସ୍ରାବ, ନନ୍ଦିପଦା ଥାନାରେ ମାମଲା ରୁଜୁ

ହାଟଡିହୀ/ଛେନାପଦୀ, ୨।୧୦ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଡ଼ଅଁର ପଞ୍ଚାୟତ ଅନ୍ତର୍ଗତ ସରଳା-ରାଧାନଗରପାଟଣା ଗ୍ରାମରେ ଜଣେ ନବବଧୂଙ୍କୁ ୧୦ ଲକ୍ଷ ଟଙ୍କା ଯୌତୁକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?