ଡିସେମ୍ବର ୧୪ରୁ ମେରାଇନ୍‌ ଡ୍ରାଇଭ ଇକୋ ରିଟ୍ରିଟ ଫେଷ୍ଟିଭାଲ

ଭୁବନେଶ୍ୱର,୨।୧୧(ବ୍ୟୁରୋ): ବିଶ୍ୱପ୍ରସିଦ୍ଧ କୋଣାର୍କ ସହରଠାରୁ ୭ କିଲୋମିଟର ଦୂରରେ ମେରାଇନ୍‌ ଡ୍ରାଇଭ ଇକୋ ରିଟ୍ରିଟ ଫେଷ୍ଟିଭାଲ ଅନୁଷ୍ଠିତ ହେବ। ପୁରୀ-କୋଣାର୍କ ମେରାଇନ୍‌ ଡ୍ରାଇଭ ରାସ୍ତା ମଧ୍ୟରେ ହେବାକୁ ଥିବା ଏହି ଫେଷ୍ଟିଭାଲ ଆସନ୍ତା ଡିସେମ୍ବର ୧୪ରୁ ଜାନୁୟାରୀ ୧୪ ମଧ୍ୟରେ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ବସିଥିବା ଏକ ଉଚ୍ଚସ୍ତରୀୟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଏପରିକି ଏହି ଉତ୍ସବକୁ ସଫଳ କରିବା ପାଇଁ ସଂପୃକ୍ତ ବିଭାଗ ତାଙ୍କ ଶ୍ରେଷ୍ଠ ଉଦ୍ୟମ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହି ଆୟୋଜନ ପୁରୀ-କୋଣାର୍କ ସହର ବିକାଶ, ଶାମୁକା ପ୍ରକଳ୍ପ ଉନ୍ନୟନ ସହ ପର୍ଯ୍ୟଟନ ଦକ୍ଷତାର ବୃଦ୍ଧି କରିବ ବୋଲି ଆଶା କରାଯାଉଛି।
ବୈଠକରେ ନିଆଯାଇଥିବା ନିଷ୍ପତ୍ତି ଅନୁଯାୟୀ, ମାସେ ବ୍ୟାପୀ ହେବାକୁ ଥିବା ଏହି କାର୍ଯ୍ୟକ୍ରମରେ ପର୍ଯ୍ୟଟକମାନଙ୍କ ରହିବା ପାଇଁ ବିଳାସପୂର୍ଣ୍ଣ ଟେଣ୍ଟ, ସାଂସ୍କୃତିକ ବିଚିତ୍ରା, ଥ୍ରୀଡି ମ୍ୟାପିଂ, ଫୁଡ୍‌ ଫେଷ୍ଟିଭାଲ, ରୋମାଞ୍ଚକର କ୍ରୀଡା, ଜଳକ୍ରୀଡା ଭଳି ଆନ୍ତର୍ଜାତିକ ମାନର ବ୍ୟବସ୍ଥା ପର୍ଯ୍ୟଟକଙ୍କ ପାଇଁ କରାଯିବ। କେବଳ ପର୍ଯ୍ୟଟକମାନଙ୍କ ରହିବା ପାଇଁ ୫୦ଟି କୋଠରୀ ବିଶିଷ୍ଟ ବିଳାସପୂର୍ଣ୍ଣ ଟେଣ୍ଟ କଟେଜ ନିର୍ମାଣ କରାଯିବ। ଏହି କଠୋରୀ ନିରନ୍ତରଭାବେ ଜଳ ଓ ବିଦ୍ୟୁତ ପାର୍କିଂର ବ୍ୟବସ୍ଥା କରାଯିବ। ଏହି ଆୟୋଜନକୁ ଦୃଷ୍ଟିରେ ରଖି ମେରାଉନ୍‌ ଡ୍ରାଇଭ ସଡକର ଆଲୋକୀକରଣ ସହ ସ୍ଥାନୀୟ ଅଞ୍ଚଳର ସୌନ୍ଦର୍ଯ୍ୟକରଣ କରାଯିବ। ମୁଖ୍ୟମନ୍ତ୍ରୀଙ୍କ ସମେତ ଏହି ବୈଠକରେ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ, କ୍ରୀଡା ମନ୍ତ୍ରୀ ତୁଷାରକାନ୍ତି ବେହେରା, ଓଟିଡିସି ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର, ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ , ଉନ୍ନୟନ କମିଶନର ସୁରେଶ ମହାପାତ୍ର ପ୍ରମୁଖ ଉପସ୍ଥିତ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ସ୍କୁଲ ଚୟନ ଅଧିକାର ଶିକ୍ଷାଧିକାରରେ ନାହିଁ: ହାଇକୋର୍ଟ

ନୂଆଦିଲ୍ଲୀ,୫।୪: ଶିକ୍ଷା ଅଧିକାର ଆଇନ ଅନୁଯାୟୀ ଜଣେ ପିଲାର ଶିକ୍ଷା ଗ୍ରହଣ କରିବାର ଅଧିକାର ରହିଛି, କିନ୍ତୁ ନାମଲେଖା ପାଇଁ ଏକ ନିର୍ଦ୍ଦିଷ୍ଟ ସ୍କୁଲକୁ ଚୟନ କରିବା…

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri