ଡିସେମ୍ବର ୧୫ରୁ ତୋଷାଳୀ କ୍ରାଫ୍ଟସ୍‌ ମେଳା: ୪୦୦ ଷ୍ଟଲ୍‌ରେ ଦେଶର ଉତ୍କୃଷ୍ଟ ହସ୍ତଶିଳ୍ପ, ହସ୍ତତନ୍ତ

ଭୁବନେଶ୍ୱର,୨୧।୧୧(ବ୍ୟୁରୋ): ଡିସେମ୍ବର ୧୫ରୁ ୨୭ ତାରିଖ ପର୍ଯ୍ୟନ୍ତ ସ୍ଥାନୀୟ ଜନତା ମଇଦାନଠାରେ ଆୟୋଜିତ ହେବ ଚତୁର୍ଦ୍ଦଶ ତୋଷାଳୀ ମେଳା। ଚଳିତବର୍ଷ ଏହି ମେଳାରେ ରାଜ୍ୟ ଏବଂ ରାଜ୍ୟ ବାହାରୁ ୪୦୦ରୁ ଊର୍ଦ୍ଧ୍ୱ କାରିଗର ଓ ବୁଣାକାର ଯୋଗଦେବାକୁ ଥିବାବେଳେ ପ୍ରାୟ ୪୦୦ ଷ୍ଟଲ୍‌ ଖୋଲାଯିବାକୁ ସ୍ଥିର ହୋଇଛି। ଦେଶର ବିଭିନ୍ନ ପ୍ରାନ୍ତରୁ ବହୁ ଖ୍ୟାତନାମା କାରିଗର ଓ ବୁଣାକାର ସେମାନଙ୍କ ଦ୍ୱାରା ପ୍ରସ୍ତୁତ ଆକର୍ଷଣୀୟ ଉତ୍ପାଦକୁ ଏଠାରେ ପ୍ରଦର୍ଶନ ସହିତ ବିକ୍ରୟ କରିବେ। ଚତୁର୍ଦ୍ଦଶ ଜାତୀୟ ତୋଷାଳୀ କ୍ରାଫ୍ଟସ୍‌ ମେଳା ଅୟୋଜନ ନେଇ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଆନୁକୂଲ୍ୟରେ ବୁଧବାର ଲୋକସେବା ଭବନଠାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ଅଧ୍ୟକ୍ଷତା କରି ବିଭାଗୀୟ ମନ୍ତ୍ରୀ ପଦ୍ମିନୀ ଦିଆନ ଓଡ଼ିଶା ସହ ଭାରତର ଅନ୍ୟ ରାଜ୍ୟଗୁଡ଼ିକର ଜନଜାତିଙ୍କ କଳା, ସଂସ୍କୃତି ଏବଂ ସେମାନଙ୍କ ସାମଗ୍ରୀକୁ ତୋଷାଳୀ ମେଳାରେ ପ୍ରଦର୍ଶନ କରିବା ନିମନ୍ତେ ଗୁରୁତ୍ୱ ଦେଇଥିଲେ। ଚଳିତବର୍ଷ ମେଳାକୁ ନୂତନ ଓ ସ୍ବତନ୍ତ୍ର ରୂପ ଦେବା ନିମନ୍ତେ ଦିଆନ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇଥିଲେ।
ଏହି ଅବସରରେ ବିଭାଗୀୟ ସଚିବ ଶୁଭା ଶର୍ମା ତୋଷାଳୀ ମେଳାର ଆୟୋଜନ ନିମନ୍ତେ ଗଠିତ ସମସ୍ତ କମିଟିର କାର୍ଯ୍ୟଧାରା ସଂପର୍କରେ ଆଲୋଚନା କରିଥିଲେ। ଚଳିତବର୍ଷ ମେଳା ପରିସରକୁ ପ୍ଲାଷ୍ଟିକ୍‌ମୁକ୍ତ କରିବା ନିମନ୍ତେ ପ୍ରାଥମିକତା ଦିଆଯିବ। ଏହାସହ ତୋଷାଳୀ ମେଳାରେ ଯେପରି ଜନସାଧାରଣ ଓଡ଼ିଶାର ହଜିଯାଉଥିବା ଲୋକକଳାର ଝଲକ ଦେଖିବାର ସୁଯୋଗ ପାଇବେ ତାହାଉପରେ ଗୁରୁତ୍ୱ ଦିଆଯିବ। ପ୍ରତିବର୍ଷ ପରି ଏ ବର୍ଷ ମଧ୍ୟ ମେଳାର ବିଷୟବସ୍ତୁ ‘ହସ୍ତତନ୍ତ’ ଉପରେ ପର୍ଯ୍ୟବସିତ ହେବ। ଓଡ଼ିଶାର ହସ୍ତତନ୍ତର ସ୍ବତନ୍ତ୍ର କାରିଗରି ଓ ବର୍ତ୍ତମାନର ସମୟକୁ ତାଳଦେଇ ହସ୍ତତନ୍ତ ପ୍ରସ୍ତୁତ ଆଧୁନିକ ପରିଧାନ ସହ ମଡେଲ୍‌ମାନଙ୍କୁ ମଞ୍ଚରେ ଦେଖିବାକୁ ମିଳିବ। ପ୍ରସ୍ତୁତି ବୈଠକରେ ବିଭାଗୀୟ ଅତିରିକ୍ତ ସଚିବ ବୃନ୍ଦାବନ ବେହେରା, ଯୁଗ୍ମ ସଚିବ ଅଞ୍ଜନା ପଣ୍ଡା, ବୟନ ଓ ହସ୍ତତନ୍ତ ନିର୍ଦ୍ଦେଶକ ଜ୍ୟୋତିପ୍ରକାଶ ଦାସ, ହସ୍ତଶିଳ୍ପ ନିର୍ଦ୍ଦେଶକ ବସନ୍ତ କୁମାର ଦାଶ, ଉତ୍କଳିକା ଏମ୍‌.ଡି ଅନୁଜ ଦାସ ପଟ୍ଟନାୟକ, ସିଡାକ୍‌ର ମେମ୍ବର ସେକ୍ରେଟାରି ସିତିକାନ୍ତ ଷଡ଼ଙ୍ଗୀଙ୍କ ସହ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଡ୍ରାମା କଲାଣି ପାକିସ୍ତାନ, ହଠାତ ଏମିତି କରି ଚମକାଇଲେ ବୋର୍ଡ ଅଧ୍ୟକ୍ଷ

ଇସଲାମାବାଦ,୧୯।୨: ପାକିସ୍ତାନରେ ଏକ ନୂଆ ବିବାଦ ଦେଖାଦେଇଛି। ପାକିସ୍ତାନ ହକି ଦଳର ଅଧିନାୟକ ଶକିଲ ଅମ୍ମାଦ ବଟ ଅଷ୍ଟ୍ରେଲିଆ ଗସ୍ତରୁ ଫେରିବା ପରେ PHF (ପାକିସ୍ତାନ ହକି…

ସୁଧୀରଙ୍କୁ ମନୋନୀତ କଲେ ନବୀନ

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର ବିଜୁ ଜନତା ଦଳ ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କୁ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ମନୋନୀତ…

ନିଆଁ ଲାଗି ପଦା ହେଉଛି ଜଙ୍ଗଲ, ବେଫିକର ବନବିଭାଗ; ଫୋନ ଉଠାଉନାହାନ୍ତି ରେଞ୍ଜର, ACF 

ଭବାନୀପାଟଣା, ୧୯।୨ (ଉତ୍ତମ କୁମାର ଦାଶ)- ପରିବେଶକୁ ସନ୍ତୁଳନ ତଥା ପ୍ରଦୁଷଣରୁ ରକ୍ଷା କରିବା ପାଇଁ ସରକାର ଗ୍ରାମାଞ୍ଚଳର ଜଙ୍ଗଲଗୁଡିକର ସୁରକ୍ଷା ସହ ନୂତନ ଜଙ୍ଗଲ ସୃଷ୍ଟି…

ଚୌଦ୍ଵାର ଜେଲର ବିବାଦୀୟ ଜେଲର ସନ୍ତୋଷିନୀ ଦାଶ ସସ୍‌ପେଣ୍ଡ୍‌

କଟକ,୧୯ା୨: କର୍ତ୍ତବ୍ୟରେ ଅବହେଳା ପାଇଁ ଶେଷରେ କାର୍ଯ୍ୟାନୁଷ୍ଠାନର ଶିକାର ହୋଇଛନ୍ତି ବିବାଦୀୟ ଜେଲର ସନ୍ତୋଷିନୀ ଦାଶ। କଣ୍ଟାବାଞ୍ଜି ଉପକାରାଗାରର ଜେଲର-କମ-ସୁପରିଣ୍ଟେଣ୍ଡେଣ୍ଟ ସନ୍ତୋଷିନୀ ଦାଶଙ୍କୁ ନିଲମ୍ବନ କରାଯାଇଛି। ଚୌଦ୍ୱାରରୁ…

ଜଙ୍ଗଲରୁ ମିଳିଲା ହାତୀ ଶାବକର ମୃତଦେହ

ମୋରଡା,୧୯।୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜ ଅଞ୍ଚଳରୁ ବନବିଭାଗ ଗୁରୁବାର ଏକ ଶାବକ ହାତୀର ଗଳିତ ମୃତଦେହ ଜବତ କରିଛି। ହେଲେ ଶାବକ ମୃତ୍ୟୁର କାରଣ…

ନିଜ ପୁଅକୁ ତାରିକ ରହମାନଙ୍କ ପାଖକୁ ପଠାଇ ଦେଲେ ଏହି ଦେଶର ରାଷ୍ଟ୍ରପତି, କାହିଁକି ବଢିଲା ଭାରତର ଟେନସନ? ଜାଣନ୍ତୁ…

ଢାକା,୧୯।୨: ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର ଅଧ୍ୟକ୍ଷ ତାରିକ ରହମାନ ପ୍ରଧାନମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିବାର କିଛି ସମୟ ପରେ ତୁର୍କୀ ରାଷ୍ଟ୍ରପତି ରେସେପ ତାୟିପ…

ଉତ୍କଳ ବିଶ୍ୱବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ଆଇଡି କାର୍ଡ ବାଧ୍ୟତାମୂଳକ; ନ ହେଲେ ବାନ୍ଧିବ ପୋଲିସ

ଭୁବନେଶ୍ୱର,୧୯।୨: ଉତ୍କଳ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ କ୍ୟାମ୍ପସର ସୁରକ୍ଷା ଓ ଶୃଙ୍ଖଳା ରକ୍ଷା ପାଇଁ କଠୋର ନିର୍ଦ୍ଦେଶନାମା ଜାରି କରିଛନ୍ତି। ବର୍ତ୍ତମାନଠାରୁ ବିଶ୍ୱବିଦ୍ୟାଳୟ ପରିସରରେ ସମସ୍ତ ଛାତ୍ରଛାତ୍ରୀଙ୍କ ପାଇଁ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ସାମ୍ନାରେ AI ମହାରଥିଙ୍କ ମଧ୍ୟରେ କୋଲ୍ଡ ଓ୍ବାର…, କମ୍ପିଟିଟର୍ସ ପରସ୍ପରକୁ ଦେଖି…

ନୂଆଦିଲ୍ଲୀ,୧୯।୨: ଗୁରୁବାର (୧୯ ଫେବୃଆରୀ, ୨୦୨୬) ଇଣ୍ଡିଆ AI ଇମ୍ପାକ୍ଟ ସମିଟ ୨୦୨୬ରେ ଏକ ଘଟଣା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ଯେତେବେଳେ ଭାରତ ଏବଂ ବିଦେଶର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri