ଡିସେମ୍ବର ୧୫ରୁ ତୋଷାଳୀ କ୍ରାଫ୍ଟସ୍‌ ମେଳା: ୪୦୦ ଷ୍ଟଲ୍‌ରେ ଦେଶର ଉତ୍କୃଷ୍ଟ ହସ୍ତଶିଳ୍ପ, ହସ୍ତତନ୍ତ

ଭୁବନେଶ୍ୱର,୨୧।୧୧(ବ୍ୟୁରୋ): ଡିସେମ୍ବର ୧୫ରୁ ୨୭ ତାରିଖ ପର୍ଯ୍ୟନ୍ତ ସ୍ଥାନୀୟ ଜନତା ମଇଦାନଠାରେ ଆୟୋଜିତ ହେବ ଚତୁର୍ଦ୍ଦଶ ତୋଷାଳୀ ମେଳା। ଚଳିତବର୍ଷ ଏହି ମେଳାରେ ରାଜ୍ୟ ଏବଂ ରାଜ୍ୟ ବାହାରୁ ୪୦୦ରୁ ଊର୍ଦ୍ଧ୍ୱ କାରିଗର ଓ ବୁଣାକାର ଯୋଗଦେବାକୁ ଥିବାବେଳେ ପ୍ରାୟ ୪୦୦ ଷ୍ଟଲ୍‌ ଖୋଲାଯିବାକୁ ସ୍ଥିର ହୋଇଛି। ଦେଶର ବିଭିନ୍ନ ପ୍ରାନ୍ତରୁ ବହୁ ଖ୍ୟାତନାମା କାରିଗର ଓ ବୁଣାକାର ସେମାନଙ୍କ ଦ୍ୱାରା ପ୍ରସ୍ତୁତ ଆକର୍ଷଣୀୟ ଉତ୍ପାଦକୁ ଏଠାରେ ପ୍ରଦର୍ଶନ ସହିତ ବିକ୍ରୟ କରିବେ। ଚତୁର୍ଦ୍ଦଶ ଜାତୀୟ ତୋଷାଳୀ କ୍ରାଫ୍ଟସ୍‌ ମେଳା ଅୟୋଜନ ନେଇ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଆନୁକୂଲ୍ୟରେ ବୁଧବାର ଲୋକସେବା ଭବନଠାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ଅଧ୍ୟକ୍ଷତା କରି ବିଭାଗୀୟ ମନ୍ତ୍ରୀ ପଦ୍ମିନୀ ଦିଆନ ଓଡ଼ିଶା ସହ ଭାରତର ଅନ୍ୟ ରାଜ୍ୟଗୁଡ଼ିକର ଜନଜାତିଙ୍କ କଳା, ସଂସ୍କୃତି ଏବଂ ସେମାନଙ୍କ ସାମଗ୍ରୀକୁ ତୋଷାଳୀ ମେଳାରେ ପ୍ରଦର୍ଶନ କରିବା ନିମନ୍ତେ ଗୁରୁତ୍ୱ ଦେଇଥିଲେ। ଚଳିତବର୍ଷ ମେଳାକୁ ନୂତନ ଓ ସ୍ବତନ୍ତ୍ର ରୂପ ଦେବା ନିମନ୍ତେ ଦିଆନ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇଥିଲେ।
ଏହି ଅବସରରେ ବିଭାଗୀୟ ସଚିବ ଶୁଭା ଶର୍ମା ତୋଷାଳୀ ମେଳାର ଆୟୋଜନ ନିମନ୍ତେ ଗଠିତ ସମସ୍ତ କମିଟିର କାର୍ଯ୍ୟଧାରା ସଂପର୍କରେ ଆଲୋଚନା କରିଥିଲେ। ଚଳିତବର୍ଷ ମେଳା ପରିସରକୁ ପ୍ଲାଷ୍ଟିକ୍‌ମୁକ୍ତ କରିବା ନିମନ୍ତେ ପ୍ରାଥମିକତା ଦିଆଯିବ। ଏହାସହ ତୋଷାଳୀ ମେଳାରେ ଯେପରି ଜନସାଧାରଣ ଓଡ଼ିଶାର ହଜିଯାଉଥିବା ଲୋକକଳାର ଝଲକ ଦେଖିବାର ସୁଯୋଗ ପାଇବେ ତାହାଉପରେ ଗୁରୁତ୍ୱ ଦିଆଯିବ। ପ୍ରତିବର୍ଷ ପରି ଏ ବର୍ଷ ମଧ୍ୟ ମେଳାର ବିଷୟବସ୍ତୁ ‘ହସ୍ତତନ୍ତ’ ଉପରେ ପର୍ଯ୍ୟବସିତ ହେବ। ଓଡ଼ିଶାର ହସ୍ତତନ୍ତର ସ୍ବତନ୍ତ୍ର କାରିଗରି ଓ ବର୍ତ୍ତମାନର ସମୟକୁ ତାଳଦେଇ ହସ୍ତତନ୍ତ ପ୍ରସ୍ତୁତ ଆଧୁନିକ ପରିଧାନ ସହ ମଡେଲ୍‌ମାନଙ୍କୁ ମଞ୍ଚରେ ଦେଖିବାକୁ ମିଳିବ। ପ୍ରସ୍ତୁତି ବୈଠକରେ ବିଭାଗୀୟ ଅତିରିକ୍ତ ସଚିବ ବୃନ୍ଦାବନ ବେହେରା, ଯୁଗ୍ମ ସଚିବ ଅଞ୍ଜନା ପଣ୍ଡା, ବୟନ ଓ ହସ୍ତତନ୍ତ ନିର୍ଦ୍ଦେଶକ ଜ୍ୟୋତିପ୍ରକାଶ ଦାସ, ହସ୍ତଶିଳ୍ପ ନିର୍ଦ୍ଦେଶକ ବସନ୍ତ କୁମାର ଦାଶ, ଉତ୍କଳିକା ଏମ୍‌.ଡି ଅନୁଜ ଦାସ ପଟ୍ଟନାୟକ, ସିଡାକ୍‌ର ମେମ୍ବର ସେକ୍ରେଟାରି ସିତିକାନ୍ତ ଷଡ଼ଙ୍ଗୀଙ୍କ ସହ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ...

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

୨୦୨୪ରେ ନିର୍ବାଚନ ଲଢ଼ିବିନି: ବର୍ଷାଙ୍କୁ ଟିକେଟ୍‌ ମିଳିବା ପରେ ଏମିତି କହିଲେ ଅମର

ଭୁବନେଶ୍ୱର,୨୩।୪: ୨୦୨୪ ନିର୍ବାଚନ ଲଢ଼ିବେନି କହିଲେ ଅମର ଶତପଥୀ। ବର୍ଷା ପ୍ରିୟଦର୍ଶିନୀଙ୍କୁ ବଡ଼ଚଣା ଟିକେଟ୍‌ ମିଳିବା ପରେ ଅମର ଏଭଳି ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି,...

ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ୍‌

ଭୁବନେଶ୍ୱର,୨୩।୪: କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ୍‌। ORHDC ଦୁର୍ନୀତି ମାମଲାରେ ମଙ୍ଗଳବାର ସୁପ୍ରିମକୋର୍ଟ ଜାମିନ୍‌ ଦେଇଛନ୍ତି। ମୋକିମଙ୍କ ଆବେଦନକୁ ଗ୍ରହଣ କରି...

କୋହ ସମ୍ଭାଳିପାରିଲେନି ସୀମାରାଣୀ, କହିଲେ ଟଙ୍କା ନେଇ…

ଭୁବନେଶ୍ୱର,୨୩।୪: ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ ଆଶାୟୀ ଥିବା ୨ ଥର ବିଧାୟିକା...

ବିଜେଡି ଛାଡିବା ପରେ ଏମିତି କହିଲେ ରାସେଶ୍ୱରୀ

ଭୁବନେଶ୍ୱର,୨୩।୪: ବିଜେଡି ଛାଡିଲେ ସମ୍ବଲପୁରର ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀ। ମଙ୍ଗଳବାର ଦଳର ପ୍ରାଥମିକ ସଦସ୍ୟ ସହ ସମସ୍ତ ପଦରୁ ସେ ଇସ୍ତଫା ଦେଇଛନ୍ତି। ସେ...

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ

ଭୁବନେଶ୍ୱର,୨୩।୪: ସାଧାରଣ ନିର୍ବାଚନକୁ ନେଇ ଘଡ଼ିକେ ଘୋଡ଼ା ଛୁଟୁଛି। ଦଳବଦଳ ଏବେ ସାଧାରଣରେ ପରିଣତ ହୋଇଛି। ମଙ୍ଗଳବାର ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ...

ଟିକେଟକୁ ନେଇ କଂଗ୍ରେସ ଭବନରେ ଅସନ୍ତୁଷ୍ଟଙ୍କ ହୋହଲ୍ଲା

ଭୁବନେଶ୍ୱର, ୨୩।୪(ସୁନିତ୍‌ ମିଶ୍ର):ସବୁ ରାଜନୈତିକ ଦଳରେ ବର୍ତ୍ତମାନ ଟିକେଟ ବଣ୍ଟାକୁ ନେଇ ଗଣ୍ଡଗୋଳିଆ ପରିସ୍ଥିତି ଲାଗି ରହିଛି। କଂଗ୍ରେସରେ ଟିକେଟ ବଣ୍ଟନ ନେଇ ସୋମବାର ଦଳୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri