ଡିସେମ୍ବର ୨୩ରୁ ସିଟି ଫେଷ୍ଟିଭାଲ

ଭୁବନେଶ୍ୱର, ୩୧ା୧୦(ବ୍ୟୁରୋ): ପୁଣି ଆରମ୍ଭ ହେବ ସିଟି ଫେଷ୍ଟିଭାଲ। ଆସନ୍ତା ଡିସେମ୍ବର ୨୩ରୁ ଜାନୁୟାରୀ ୧ ଯାଏ ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆରେ ଶୀତୁଆ ସନ୍ଧ୍ୟାରେ ରାଜଧାନୀବାସୀଙ୍କୁ ଝୁମାଇବେ ଖ୍ୟାତନାମା ଷ୍ଟାର୍‌ କଳାକାର। ପୂର୍ବବର୍ଷ ଭୁବନେଶ୍ୱର ସିଟି ଫେଷ୍ଟିଭାଲ (ଡଟ୍‌ ଫେଷ୍ଟ)ର ସଫଳ ଆୟୋଜନ ପରେ ପୁଣି ଏଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ରାଜ୍ୟ ସଂସ୍କୃତି ବିଭାଗ ଓ ବିଡିଏ ପକ୍ଷରୁ ଟେଣ୍ଡର ପ୍ରକ୍ରିୟା ଆରମ୍ଭ ହୋଇଛି। କାର୍ଯ୍ୟକ୍ରମ ଆୟୋଜନ ପାଇଁ ଇଭେଣ୍ଟ ମ୍ୟାନେଜ୍‌ମେଣ୍ଟ ସଂସ୍ଥାଗୁଡ଼ିକୁ ଆବେଦନ ଲାଗି ବିଡିଏ ଟେଣ୍ଡର ଆହ୍ବାନ କରିଛି। ନଭେମ୍ବର ୫ରେ ଇଭେଣ୍ଟ ମ୍ୟାନେଜ୍‌ମେଣ୍ଟ ସଂସ୍ଥାଗୁଡ଼ିକ ସହ ଏନେଇ ଆଲୋଚନା କରାଯିବ। ଏହାକୁ ଆହୁରି ଅଧିକ ବ୍ୟାପକ କରିବା ପାଇଁ ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି ବୋଲି ବିଡିଏ ଉପାଧ୍ୟକ୍ଷ ପ୍ରେମଚନ୍ଦ୍ର ଚୌଧାରୀ କହିଛନ୍ତି।
ସୂଚନାନୁସାରେ, ଏହି ସମୟରେ ଅନ୍ତର୍ଜାତୀୟ ଷ୍ଟ୍ରିଟ୍‌ଫୁଡ୍‌ ଫେଷ୍ଟିଭାଲ ମଧ୍ୟ ଆୟୋଜନ କରାଯିବ। ପୂର୍ବପରି ପ୍ରଦର୍ଶନୀ ପଡ଼ିଆର ଗୋଟିଏ ପଟେ ବିଭିନ୍ନ ଦେଶର ଖାଦ୍ୟ ପସରା ଓ ଅନ୍ୟପଟେ ନାମୀଦାମୀ କଳାକାରଙ୍କ ଭିଡ଼ ଜମିବ। ସେହିପରି ‘ଭୂଫେଷ୍ଟା’ କାର୍ଯ୍ୟକ୍ରମରେ ଦିନରେ ୪ ପାର୍କରେ ଷ୍ଟୋରି ଟେଲିଂ କାର୍ଯ୍ୟକ୍ରମ କରାଯିବ। ଏଥିରେ ଜାତୀୟ ତଥା ରାଜ୍ୟର ଖ୍ୟାତନାମା କାହାଣୀକାରମାନେ ଯୋଗଦେବେ। ଏହା ଡିସେମ୍ବର ୨୬ରୁ ୩୧ ଯାଏ ଚାଲିବ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିତି ସାନନଙ୍କ ସମର୍ଥନରେ ବାହାରିଲେ ରାହୁଲ ଗାନ୍ଧୀ, ମୁହଁତୋଡ଼ ଜବାବ ଦେଇ କହିଲେ…

ନୂଆଦିଲ୍ଲୀ,୨୬।୮: ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ଅଭିନେତ୍ରୀ କ୍ରିତି ସାନନଙ୍କ ସମର୍ଥନରେ ଆଗକୁ ଆସିଛନ୍ତି। ଇନଷ୍ଟାଗ୍ରାମରେ କ୍ରିତି ସାନନଙ୍କ ଷ୍ଟୋରିକୁ ରିପୋଷ୍ଟ କରି…

ସର୍ବୋଚ୍ଚ ସ୍ତରରେ ସମୁଦ୍ରର ଉଷ୍ମତା

ପୃଥିବୀ ଏବେ ଏକ ବଡ଼ ଜଳବାୟୁ ସଙ୍କଟ ଦେଇ ଗତି କରୁଛି। ୟୁରୋପୀୟ ଜଳବାୟୁ ସଂସ୍ଥା ‘କୋପରନିକସ’ର ସୂଚନା ଅନୁଯାୟୀ, ସମୁଦ୍ରଗୁଡ଼ିକର ତାପମାତ୍ରା ସର୍ବୋଚ୍ଚ ସ୍ତରରେ ପହଞ୍ଚିଛି।…

ସଞ୍ଜୟ ବିଶ୍ୱାଳ ସୂଚନା ଓ ଲୋକ ସମ୍ପର୍କ ବିଭାଗର ନୂଆ ନିର୍ଦ୍ଦେଶକ

ଭୁବନେଶ୍ୱର,୨୬ା୮(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଆଇଏଏସ୍‌ ଅଧିକାରୀ ସ୍ତରରେ ମଙ୍ଗଳବାର ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି। ବାଣିଜ୍ୟ ଓ ପରିବହନ ବିଭାଗ ଅତିରିକ୍ତ ସଚିବ ଦାୟିତ୍ୱରେ…

ଆଳୁ ମିଶନ: ଟଙ୍କାଟିଏ ବି ଖର୍ଚ୍ଚ ହୋଇନି

ଭୁବନେଶ୍ୱର,୨୬।୮ (ରବିନାରାୟଣ ଜେନା): ରାଜ୍ୟରେ କୃଷକମାନଙ୍କୁ ସ୍ବାବଲମ୍ବୀ କରିବା ସହିତ ଆଳୁ ଚାହିଦା ମେଣ୍ଟାଇବା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୧୪-୧୫ରେ ‘ଆଳୁ ମିଶନ’ ଆରମ୍ଭ ହୋଇଥିଲା।…

ପୋର୍ଟାଲ ପୁଣି ଖୋଲିବା ପାଇଁ ନିର୍ଦ୍ଦେଶ ଦେବାକୁ ମନାକଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬ା୮: ଅନ୍‌-ସ୍କ୍ରିନ୍‌ ମାର୍କିଂ (ଓଏସ୍‌ଏମ୍‌) ବ୍ୟବସ୍ଥା ବିରୋଧରେ ଅଭିଯୋଗ କରିଥିବା ଛାତ୍ରୀଛାତ୍ରଙ୍କ ଦ୍ୱାଦଶ ଶ୍ରେଣୀ ଉତ୍ତରଖାତାର ପୁନଃ ମୂଲ୍ୟାୟନ ପାଇଁ ସିବିଏସ୍‌ଇ ପୋର୍ଟାଲ ପୁଣିଥରେ ଖୋଲିବା ନିମନ୍ତେ…

ଓଏଏସ୍‌ ଅଫିସର ସ୍ତରରେ ବଡ଼ ଅଦଳବଦଳ: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର, ୨୬।୮(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଓଏଏସ୍‌ ଅଫିସର ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି। ଏନେଇ ମଙ୍ଗଳବାର ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ…

ବ୍ରିକ୍ସ ସମ୍ମିଳନୀରେ ଯୋଗଦେବାକୁ ଭାରତ ଆସିପାରନ୍ତି ଶି ଜିନ୍‌ପିଙ୍ଗ୍‌

ନୂଆଦିଲ୍ଲୀ,୨୬।୮: ନୂଆଦିଲ୍ଲୀରେ ଆସନ୍ତା ମାସରେ ଅନୁଷ୍ଠିତ ହେବାକୁ ଥିବା ବ୍ରିକ୍ସ ସମ୍ମିଳନୀରେ ଯୋଗଦେବା ପାଇଁ ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ ଏକ ବଡ଼ ପ୍ରତିନିଧିମଣ୍ଡଳୀ ସହ ଭାରତ…

୨୨ରୁ ବିଧାନସଭା ଅଧିବେଶନ: ୯ ଦିନ ଚାଲିବ ଗୃହ

ଭୁବନେଶ୍ୱର,୨୬ା୮(ରବିନାରାୟଣ ଜେନା): ଓଡ଼ିଶା ସରକାରଙ୍କ ସପ୍ତଦଶ ବିଧାନସଭାର ୭ମ ଅଧିବେଶନ ସେପ୍ଟେମ୍ବର ୨୨ରୁ ଆରମ୍ଭ ହୋଇ ଅକ୍ଟୋବର ୩ ଯାଏ ଚାଲିବ। ଏନେଇ ବିଧାନସଭା ପକ୍ଷରୁ ସମସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri