ଡୁଙ୍ଗୁରିପାଲି ହେବ ୧ନଂ ବ୍ଲକ

ଡୁଙ୍ଗୁରିପାଲି, ୧୧।୬(ଡି.ଏନ.ଏ.)ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ସଭାଗୃହରେ ରବିବାର ରାଜ୍ୟ ଅର୍ଥ ଓ ଅବକାରୀ ବିଭାଗ ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କୁ ସମ୍ବର୍ଦ୍ଧନା ଦିଆଯାଇଛି। ବିଡିଓ ସହଦେବ ସମାଧିଆଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମନ୍ତ୍ରୀ ପୂଜାରୀ ତାଙ୍କ ବକ୍ତବ୍ୟରେ ନାନାବିଧ ଉନ୍ନୟନ୍ନମୂଳକ କାର୍ଯ୍ୟଦ୍ୱାରା ଡୁଙ୍ଗୁରିପାଲି ବ୍ଲକକୁ ରାଜ୍ୟର ଏକ ସ୍ବତନ୍ତ୍ର ବ୍ଲକର ପରିଚୟ ଦେବାକୁ ଚେଷ୍ଟା କରିବି ବୋଲି କହିଥିଲେ। ସମ୍ମାନୀତ ଅତିଥିଭାବେ ବ୍ଲକ ଅଧ୍ୟକ୍ଷ ମକରଧ୍ୱଜ ସାହୁ, ଡବ୍ଲୁଡିସି ସଭ୍ୟ ହିମାଂଶୁ ଶେଖର ବିଶ୍ୱାଳ, ସମିତି ସଭ୍ୟ ସଂଘ ସଭାପତି ମନୋଜ କୁମାର ପୁରୋହିତ, ଜିଲା ପରିଷଦ ସଭ୍ୟା ମମତା ମଟାରୀ, ସରପଞ୍ଚ ସଂଘ ସମ୍ପାଦକ ଲବ ମେହେର, ମନ୍ତ୍ରୀଙ୍କ ବ୍ଲକ ପ୍ରତିନିଧି ରମେଶ ପୂଜାରୀ ମଞ୍ଚାସୀନ ଥିଲେ ା ଅତିଥିମାନେ ସେମାନଙ୍କ ବକ୍ତବ୍ୟରେ କେବଳ ଡୁଙ୍ଗୁରିପାଲି ବ୍ଲକ ନୁହେଁ, ସୁବର୍ଣ୍ଣପୁର ଜିଲାର କିଭଳି ବିକାଶ ହୋଇ ପାରିବ ସେ ବିଷୟରେ ମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଏହି ଅବସରରେ ବ୍ଲକ ଆଇସିଡିଏସ, ଆରଏମସି, ବଣିକ ସଂଘ, ମହିଳା ଏସ୍‌ଏଚ୍‌ଜି, ସରପଞ୍ଚ, ସମିତି ସଭ୍ୟ, କୃଷି ବିଭାଗର ସମସ୍ତ କର୍ମଚାରୀ ଓ ଗଣମାଧ୍ୟମ ପ୍ରତିନିଧିମାନେ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଭିସୁଟ୍‌ରେ ତେଜୁଛି ଛାତ୍ର ଆନ୍ଦୋଳନ: ହଷ୍ଟେଲ ସମସ୍ୟା-ନିମ୍ନମାନର ଖାଦ୍ୟକୁ ନେଇ ଛାତ୍ରୀଛାତ୍ରଙ୍କ ବିକ୍ଷୋଭ

ସମ୍ବଲପୁର,୨୧।୭(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ପ୍ରଯୁକ୍ତିବିଦ୍ୟା ବିଶ୍ୱବିଦ୍ୟାଳୟ(ଭିସୁଟ)ରେ ଦ୍ୱିତୀୟ ବର୍ଷର ଛାତ୍ରୀଛାତ୍ର ବ୍ୟାପକ ଆନ୍ଦୋଳନ ଆରମ୍ଭ କରିଛନ୍ତି। ବିଶ୍ୱବିଦ୍ୟାଳୟ ଓ ଛାତ୍ରାବାସରେ ଦେଖାଦେଇଥିବା ବିଭିନ୍ନ…

ହୀରାକୁଦରେ ବଢୁଛି ଜଳସ୍ତର, ପୁଣି ଖୋଲିଲା ଆଉ ୪ ଗେଟ୍‌

ସମ୍ବଲପୁର, ୨୧।୭(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ବିପୁଳ ପରିମାଣର ବନ୍ୟା ଜଳ ପ୍ରବେଶ କରିବାରେ ଲାଗିଛି। ଫଳରେ…

ଫିସେରୀ ବନ୍ଧରୁ ମିଳିଲା ଯୁବକଙ୍କ ମୃତଦେହ: ଖେଳିଗଲା ଶୋକର ଲହରୀ

ସମ୍ବଲପୁର,୨୧।୭(ପ୍ରମୋଦ ବହିଦାର): କ୍ଷେତରାଜପୁର ଥାନା ଅନ୍ତର୍ଗତ ଫାର୍ମଗୁଡିକ ସମଲେଇ ପ୍ରକଳ୍ପ-୨ର ଫିସେରୀ ବନ୍ଧ(ପୋଖରୀ)ରୁ ମଙ୍ଗଳବାର ସକାଳେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତଦେହଟି ସ୍ଥାନୀୟ ଅଞ୍ଚଳର…

ପୁଣି ଖୋଲିଲା ହୀରାକୁଦ ଗେଟ୍: ୬୧୧ ଫୁଟ୍ ଟପିଲା…. 

ସମ୍ବଲପୁର, ୨୦।୭ (ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ବିପୁଳ ପରିମାଣର ବନ୍ୟାଜଳ ଜଳଭଣ୍ଡାରକୁ ପ୍ରବେଶ କରୁଛି। ଫଳରେ ଜଳଭଣ୍ଡାରର ଜଳସ୍ତର କ୍ରମାଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri