ଡୁବୁରୀ-ସୁକିନ୍ଦା ୫୩ ନମ୍ବର ଜାତୀୟ ରାଜପଥ :ମରାମତି ଦାବି କଲା ବ୍ୟବସାୟୀ ସଂଘ

ଡୁବୁରୀ,୪-୯(ଡି.ଏନ୍‌.ଏ.)- ଡୁବୁରୀ-ସୁକିନ୍ଦା ୫୩ ନମ୍ବର ଜାତୀୟ ରାଜପଥ ମରାମତି ଓ ରକ୍ଷଣାବେକ୍ଷଣ ଅଭାବରୁ ଶୋଚନୀୟ ହୋଇପଡିଛି। ଡୁବୁରୀ-ସୁକିନ୍ଦା ୯ କିଲୋମିଟର ପାଖାପାଖି ରାସ୍ତାର ଅଧିକାଂଶ ସ୍ଥାନ ଖାଲଖମା ସୃଷ୍ଟି ହୋଇଛି। ଚଳିତ ଲଘୁଚାପ ଜନିତ ବର୍ଷା ଅବସ୍ଥାକୁ ଅଧିକ ସଙ୍ଗିନ କରିଦେଇଛି। ବର୍ଷାରେ ବିଭିନ୍ନ ସ୍ଥାନରେ ରାସ୍ତା କଡରୁ ମାଟି ଧସିବାରେ ଲାଗିଛି। ମରାମତି ପାଇଁ ବହୁବାର ଦାବି ହୋଇଥିତ୍ଲେ ମଧ୍ୟ କୌଣସି ସୁଫଳ ମିଳିପାରି ନ ଥିବା ସ୍ଥାନୀୟ ବାସିନ୍ଦା କହିଛନ୍ତି। ଜିଲାର ଅନ୍ୟତମ ବ୍ୟସ୍ତ ବହୁଳ ଏହି ରାଜପଥଟି ସୁକିନ୍ଦା ଖଣି ଅଞ୍ଚଳ ସମେତ କଳିଙ୍ଗନଗର ଶିଳ୍ପାଞ୍ଚଳ ଓ ବ୍ଲକ ମୁଖ୍ୟାଳୟକୁ ସଂଯୋଗ କରୁଥିବାରୁ ଶହ ଶହ ଭାରିଯାନ ଓ ଅନ୍ୟାନ୍ୟ ଗାଡି ମଟର ଯାତାୟାତ କରନ୍ତି। ଜାତୀୟ ରାଜପଥ କର୍ତ୍ତୃପକ୍ଷ ସମ୍ପୃକ୍ତ ରାସ୍ତା ୪ ଲେନ୍‌ ହେବାକୁ ଥିବାରୁ ଏହାର ମରାମତି ପ୍ରତି ଧ୍ୟାନ ଦେଉ ନ ଥିବା କଳିଙ୍ଗନଗର ବ୍ୟବସାୟିକ ସଂଘ କହିଛି। ତୁରନ୍ତ ରାସ୍ତାକୁ ମରାମତି କରିବା ଦିଗରେ ପଦକ୍ଷେପ ନେବାକୁ ସଂଘର ସଭାପତି ସୁଧାଂଶୁ ଶେଖର ରାଉତ, ସମ୍ପାଦକ ସୁକୁମାର ଦେଓ, ବିଶ୍ୱନାଥ ସାହୁ, ପ୍ରଶାନ୍ତ ସାହୁ, ସଂଗ୍ରାମ ରାଉତ ପ୍ରମୁଖ ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଂସଦରେ ସ୍ପଷ୍ଟ କଲେ କେନ୍ଦ୍ର ସରକାର, ଆଉ ଫେରିବ ନାହିଁ ଇଥାନଲ୍‌ମୁକ୍ତ ପେଟ୍ରୋଲ

ନୂଆଦିଲ୍ଲୀ,୨୩ା୭: ଆଉ କୌଣସି ପରିସ୍ଥିତିରେ ବିନା ଇଥାନଲ୍‌ ପେଟ୍ରୋଲ ଫେରିବ ନାହିଁ । ପେଟ୍ରୋଲରେ ୨୦ ପ୍ରତିଶତ ଏଥାନଲ୍ ମିଶ୍ରଣ (E20) ଏକ ସୁରକ୍ଷିତ, ସ୍ୱଚ୍ଛ ଏବଂ…

ଦିଲ୍ଲୀ ତାତି ବରଗଡ଼ରେ: ଗାନ୍ଧୀଛକରେ କଂଗ୍ରେସର ବିକ୍ଷୋଭ ସହ ମୋଦୀ-ଶାହ-ଧର୍ମେନ୍ଦ୍ରଙ୍କ କୁଶପୁତ୍ତଳିକା ଦାହ

ବରଗଡ଼, ୨୩ା୭(ପ୍ରେମାନନ୍ଦ ଖମାରୀ): ଦିଲ୍ଲୀ ଜନ୍ତରମନ୍ତରରେ ଚାଲିଥିବା ଛାତ୍ର ଆନ୍ଦୋଳନ ଉପରେ ପୋଲିସର ଦମନଲୀଳା ଏବଂ ଶୀର୍ଷ ନେତୃବୃନ୍ଦଙ୍କ ଗିରଫଦାରୀ ପ୍ରତିବାଦରେ ଗୁରୁବାର ସନ୍ଧ୍ୟାରେ ବରଗଡ଼ ଜିଲା…

ଜନ୍ତର ମନ୍ତର ଅନ୍ଦୋଳନକୁ ନେଇ ଗୃହ ମନ୍ତ୍ରଣାଳୟର ବଡ଼ ନିର୍ଦ୍ଦେଶ: ଏସବୁ ଅଞ୍ଚଳରେ ବନ୍ଦ ହେବ ମୋବାଇଲ ଇଣ୍ଟରନେଟ ସେବା

ନୂଆଦିଲ୍ଲୀ,୨୩।୭: ଗୃହ ମନ୍ତ୍ରଣାଳୟ ଜନ୍ତର ମନ୍ତର ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛି। ଚାଲିଥିବା ପ୍ରତିବାଦକୁ ଦୃଷ୍ଟିରେ ରଖି, ସରକାର ନିର୍ଦ୍ଦେଶ ଦେଇଛନ୍ତି ଯେ ଜନ୍ତର…

ଛାତ୍ର ଆନ୍ଦୋଳନକୁ ନେଇ ମୁହଁ ଖୋଲିଲେ କ୍ରିକେଟର ଭଗବାନ, ବାପାଙ୍କୁ ମନେ ପକାଇ କହିଲେ…

ନୂଆଦିଲ୍ଲୀ,୨୩।୭: NEET-UG ପେପର୍‌ ଲିକ ନେଇ ବିବାଦ ତୀବ୍ର ହେବାରେ ଲାଗିଛି। CJP ଦେଶବ୍ୟାପୀ ପ୍ରତିବାଦ ଘୋଷଣା କରିଛନ୍ତି ଏବଂ ଛାତ୍ରୀଛାତ୍ରମାନଙ୍କୁ ଅଂଶଗ୍ରହଣ କରିବାକୁ ଆହ୍ବାନ କରିଛନ୍ତି।…

ଗୌତମ ଗମ୍ଭୀର ପ୍ରଶିକ୍ଷକ ପଦ ଛାଡିବା ପରେ ପ୍ରଥମ ମ୍ୟାଚ ଜିତିଲେ ଅଧିନାୟକ ଶ୍ରେୟସ ଆୟର

ନୂଆଦିଲ୍ଲୀ,୨୩।୭: ପ୍ରଥମ ଟି-୨୦ ମ୍ୟାଚରେ ଭାରତୀୟ ଦଳ ଜିମ୍ବାୱେକୁ ୭ ୱିକେଟରେ ପରାସ୍ତ କରିଛି। ଶ୍ରେୟସ ଆୟରଙ୍କ ଅଧିନାୟକତ୍ୱରେ ଏହା ଟି-୨୦ ଦଳର ପ୍ରଥମ ବିଜୟ। ଉଲ୍ଲେଖନୀୟ…

‘ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ନିଅନ୍ତୁ, ନଚେତ୍ କଥା ଆପଣଙ୍କ ଇସ୍ତଫା ପର୍ଯ୍ୟନ୍ତ ଯିବ’: ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଖୋଲା ଚେତାବନୀ ଦେଲେ…

ନୂଆଦିଲ୍ଲୀ,୨୩ା୭: କକ୍ରୋଚ ଜନତା ପାର୍ଟି (ସିଜେପି)ର ସଂସ୍ଥାପକ ଅଭିଜିତ ଦୀପକେ ଗୁରୁବାର କେନ୍ଦ୍ରର ନରେନ୍ଦ୍ର ମୋଦି ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ଦିଲ୍ଲୀର ଜନ୍ତରମନ୍ତରକୁ ଏକ ‘ୱାର୍…

ପୁଣି ଚମକିଲେ ବୈଭବ ସୂର୍ଯ୍ୟବଂଶୀ… ଟି-୨୦ରେ ଏମିତି କରି ପାଲଟିଲେ ବିଶ୍ୱର ସର୍ବକନିଷ୍ଠ ବ୍ୟାଟ୍ସମ୍ୟାନ

ନୂଆଦିଲ୍ଲୀ,୨୩।୭: କ୍ରିକେଟ ଜଗତରେ ନିରନ୍ତର ନୂତନ ରେକର୍ଡ ସୃଷ୍ଟି ହେଉଛି, କିନ୍ତୁ ଯେତେବେଳେ ଜଣେ ୧୫ ବର୍ଷୀୟ ବାଳକ ଅଭିଜ୍ଞ ବୋଲରମାନଙ୍କୁ ଅନ୍ତର୍ଜାତୀୟ ମଞ୍ଚରେ ସଫା କରିବାକୁ…

ଛାତ୍ରମାନେ ଏକା ନୁହଁନ୍ତି… ଇଣ୍ଡିଆ ବ୍ଲକ ବୈଠକ ପରେ ରାହୁଲଙ୍କ ସହ ବିରୋଧୀ ଏମପି ଗଲେ ଗାନ୍ଧୀ ସ୍ମୃତି

ନୂଆଦିଲ୍ଲୀ,୨୩।୭: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ନୂଆଦିଲ୍ଲୀସ୍ଥିତ ବାସଭବନରେ ଗୁରୁବାର ଇଣ୍ଡିଆ ବ୍ଲକର ଏକ ବୈଠକ ଡକାଯାଇଥିଲା। NEET ପେପର୍‌ ଲିକ ପ୍ରସଙ୍ଗ ଉପରେ ଆଲୋଚନା କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri