ଡେକାନ ୱାରିୟର୍ସ ଓ ଝାଡ଼େଶ୍ୱର ୱାରିୟର୍ସ ବିଜୟୀ

ବାଲେଶ୍ୱର ଅଫିସ,୫।୩- ବାଲେଶ୍ୱର ସହର ସ୍ଥାନୀୟ ପରମିଟ୍‌ ପଡ଼ିଆରେ ବାଲେଶ୍ୱର ପ୍ରିମିୟର ଲିଗ୍‌ ସିଜନ୍‌-୧୧ର ବୁଧବାର ସପ୍ତମ ଦିନରେ ଦୁଇଟି ମ୍ୟାଚ୍‌ ଅନୁଷ୍ଠିତ ହୋଇଥିଲା। ପ୍ରଥମ ମ୍ୟାଚ୍‌ଟି ଡେକାନ ୱାରିୟର୍ସ ଓ ବାଲେଶ୍ୱର ଲାୟନ୍ସ ଏବଂ ଦ୍ୱିତୀୟ ମ୍ୟାଚ୍‌ଟି ଝାଡ଼େଶ୍ୱର ୱାରିୟର୍ସ ଓ ଦି ଟାଇଟାନ୍ସ ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ଏଥିରେ ଡେକାନ ୱାରିୟର୍ସ ଓ ଝାଡ଼େଶ୍ୱର ୱାରିୟର୍ସ ବିଜୟୀ ହୋଇଛନ୍ତି।
ପ୍ରଥମ ମ୍ୟାଚ୍‌ରେ ବର୍ଷା ଯୋଗୁଁ ୨୦ଓଭର ବିଶିଷ୍ଟ ଏହି ମ୍ୟାଚ୍‌ରେ ୧୦ ଓଭର ଖେଳ ହୋଇଥିଲା। ଏଥିରେ ଡେକାନ ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୧୦ ଓଭରରେ ୪ ଉଇକେଟ୍‌ ବିନିମୟରେ ୧୦୯ ରନ୍‌ କରିଥିଲା। ଜବାବରେ ଲାୟନ୍ସ ସମ୍ପୂର୍ଣ୍ଣ ୧୦ ଓଭର ଖେଳି ମଧ୍ୟ ୧୬ ରନ୍‌ରେ ପରାଜିତ ହୋଇଥିଲା। ଦଳ ୪ଟି ଉଇକେଟ୍‌ ହରାଇ ୯୩ ରନ୍‌ କରିପାରିଥିଲା। ଡେକାନ ୱାରିୟର୍ସ ଖେଳାଳି ପ୍ରଦୀପ୍ତ ଦାସଙ୍କୁ ମ୍ୟାନ୍‌ ଅଫ୍‌ ଦି ମ୍ୟାଚ୍‌ ଘୋଷଣା କରାଯାଇଥିଲା। ସେହିପରି ଦ୍ୱିତୀୟ ମ୍ୟାଚ୍‌ରେ ଝାଡ଼େଶ୍ୱର ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରି ପୂର୍ବ ନିର୍ଦ୍ଧାରିତ ୧୫ ଓଭରରେ ୬ ଉଇକେଟ୍‌ ହରାଇ ୧୦୧ ରନ୍‌ କରିଥିଲା। ଜବାବରେ ଟାଇଟାନ୍ସ ୧୫ ଓଭରରେ ୮ ଉଇକେଟ୍‌ ହରାଇ ୯୮ ରନ୍‌ କରି ୩ ରନ୍‌ରେ ପରାସ୍ତ ହୋଇଥିଲା। ଝାଡ଼େଶ୍ୱର ତରଫରୁ ନରୋତ୍ତମ ଭଞ୍ଜ ସର୍ବାଧିକ ୪ଟି ଉଇକେଟ୍‌ ନେଇ ମ୍ୟାନ୍‌ ଅଫ୍‌ ଦି ମ୍ୟାଚ୍‌ ବିବେଚିତ ହୋଇଥିଲେ। ସାନ୍ତନୁ ଦାସ, ଅଶ୍ୱିନୀ ସାମଲ, ରାଜେଶ ମହାପାତ୍ର ଓ ପ୍ରୀତିରଞ୍ଜନ ବିଜୟ ସିଂ ମ୍ୟାଚ୍‌ଗୁଡ଼ିକୁ ପରିଚାଳନା କରିଥିବାବେଳେ ସୌମେନ୍ଦ୍ର ସାହୁ ଓ ରାହୁଲ ସିଂ ସ୍କୋରର ଦାୟିତ୍ୱରେ ଥିଲେ। ଗୁରୁବାର ଲିଗ୍‌ର ଶେଷ ମ୍ୟାଚ୍‌ ସି-ଟାଇଗର୍ସ ଓ ଗ୍ରୀନ ଲିଫ୍‌ ଫାଇଟର୍ସ ମଧ୍ୟରେ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

୪୦ ଘଣ୍ଟା ପର୍ଯ୍ୟନ୍ତ ବନ୍ଦ ହୋଇଗଲା ହୃଦ୍‌ସ୍ପନ୍ଦନ, ପରେ ଘଟିଲା ଏମିତି, ଡାକ୍ତର ହେଲେ ଆଶ୍ଚର୍ଯ୍ୟ…

କିଛି ସେକେଣ୍ଡ କିମ୍ବା ମିନିଟ୍‌ ପାଇଁ ନୁହେଁ, ୪୦ ଘଣ୍ଟାରୁ ଅଧିକ ସମୟ ଧରି ଜଣେ ବ୍ୟକ୍ତିଙ୍କ ହୃଦ୍‌ସ୍ପନ୍ଦନ ବନ୍ଦ ହୋଇଗଲା। ତା’ ପରେ ଯାହା ଘଟିଲା…

ରେଳ ଯାତ୍ରୀଙ୍କ ପାଇଁ ବଡ଼ ଖବର: TTE କରିବେ ଏହି ବଡ଼ କାମ, ଯୁକ୍ତିତର୍କ ସବୁ ହେବ ରେକର୍ଡ!

ନୂଆଦିଲ୍ଲୀ,୨୩।୭: ଟ୍ରେନରେ ଟିକେଟ ଯାଞ୍ଚ ଏବେ କ୍ୟାମେରା ନିରୀକ୍ଷଣରେ କରାଯିବ। ଟିଟିଇ ଏବଂ ଯାତ୍ରୀଙ୍କ ମଧ୍ୟରେ ବାର୍ତ୍ତାଳପକ ଭିଡିଓ ଫୁଟେଜ୍ ରେକର୍ଡ କରିବା ପାଇଁ ଟିଟିଇମାନେ ସେମାନଙ୍କ…

ଘରୁ ବଡ଼ ଧରଣର ଲୁଟ୍, ଶୋଇଥିବା ବେଳେ ଲୁଟିନେଲେ ୨୦ଲକ୍ଷ….

ଖଇରା,୨୩।୭(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅନ୍ତର୍ଗତ କୁରୁଣ୍ଟା ପଞ୍ଚାୟତ ଅଧୀନ ବାରିଙ୍ଗିଆ ଗ୍ରାମରେ ବଡ଼ ଧରଣର ଲୁଟ ହୋଇଥିବା ନେଇ ଅଭିଯୋଗ ହୋଇଛି ।…

ସରପଞ୍ଚ-ସମିତିସଭ୍ୟଙ୍କ ତୁ ତୁ ମେ ମେ, ଦୁର୍ଦ୍ଦଶା ଭୋଗୁଛନ୍ତି ଲୋକେ

ରିଷିଡ଼ା,୨୩ା୭(ସୁଶାନ୍ତ ମଲ୍ଲିକ): ରାସ୍ତା କାମ କରିବା ପାଇଁ ଜନପ୍ରତିନିଧି ସରପଞ୍ଚ ଓ ସମିତିସଭ୍ୟଙ୍କ ଭିତରେ ତୁ ତୁ ମେ ମେ ଯୋଗୁ ଦେଢ଼ମାସ ହେଲା ରାସ୍ତା କାମ…

CJP Protest Update: ପିଏମ୍‌ ମୋଦିଙ୍କୁ କଂଗ୍ରେସ ଲେଖିଲା ଏଭଳି ଚିଠି, ସମସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୩।୭: ଲୋକ ସଭା ଏବଂ ରାଜ୍ୟ ସଭାରେ ଗୁରୁବାର ବିରୋଧୀ ଦଳଗୁଡ଼ିକ ନିଟ୍‌ (NEET) ପ୍ରଶ୍ନପତ୍ର ଲିକ୍‌ ମାମଲାରେ ଆଲୋଚନା ଆରମ୍ଭ କରିବା ପୂର୍ବରୁ କେନ୍ଦ୍ର ଶିକ୍ଷା…

ସ୍ବାମୀଙ୍କୁ ଛାଡ଼ି ଦ୍ୱିତୀୟ ବିବାହ କରିଥିଲେ ଅର୍ଚ୍ଚନା: ୪୫ ଦିନ ପରେ ସ୍ବାମୀଙ୍କୁ କଲେ ହତ୍ୟା, କାରଣ ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ଭୋପାଳ,୨୩।୭: ମଧ୍ୟପ୍ରଦେଶର ପାନ୍ନା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ବିବାହର ମାତ୍ର ୪୫ ଦିନ ପରେ ଜଣେ ମହିଳା ତାଙ୍କ ପୂର୍ବତନ ସ୍ବାମୀଙ୍କ ସହିତ…

ଅଧିନାୟକ ଆୟରଙ୍କ ବଡ଼ ବୟାନ: ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ କହିଲେ….

ନୂଆଦିଲ୍ଲୀ,୨୩।୭: ଭାରତୀୟ ଦଳ ବର୍ତ୍ତମାନ ଟି-୨୦ ଫର୍ମାଟରେ ଏକ ପରିବର୍ତ୍ତନଶୀଳ ପର୍ଯ୍ୟାୟ ଦେଇ ଗତି କରୁଛି ଏବଂ ନୂତନ ଅଧିନାୟକ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ଆରମ୍ଭ ଆଶା…

ଜୀବନକାଳ ଭିତରେ ସୁନ୍ଦରୀ ଗ୍ରହଣ କରି ନ ଥିଲେ ସରକାରଙ୍କ ଭତ୍ତା ଟଙ୍କା, ଦେହାନ୍ତ ପରେ ଅଞ୍ଚଳବାସୀ…

ମହାକାଳପଡ଼ା,୨୩ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଧରିତ୍ରୀ ଖବରଦାତା ପ୍ରତାପ ଚନ୍ଦ୍ର ସ୍ବାଇଁଙ୍କ ମା’ ସୁନ୍ଦରୀ ସ୍ବାଇଁ(୯୬) ଙ୍କର ମଙ୍ଗଳବାର ବାରଡ଼ାଙ୍ଗସ୍ଥିତ ବାସଭବନରେ ରାତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri