ଡେଙ୍ଗୁରେ ଆକ୍ରାନ୍ତ ସୁଶାନ୍ତ

ମୁମ୍ବାଇ: ଖୁବ୍‌ କମ୍‌ ଦିନରେ ହିଁ ବଲିଉଡ୍‌ ହିରୋ ସୁଶାନ୍ତ ସିଂ ରାଜପୂତ ନିଜ ଅଭିନୟ ମାଧ୍ୟମରେ ଲୋକପ୍ରିୟତା ହାସଲ କରିପାରିଛନ୍ତି। ନିକଟରେ ତାଙ୍କ ଅଭିନୀତ ଫିଲ୍ମ ‘ଛିଛୋରେ’ ମଧ୍ୟ ଦର୍ଶକଙ୍କୁ ଖୁବ୍‌ ପସନ୍ଦ ଆସିଛି। ଏହାପରେ ‘୫୦ ଡ୍ରିମ୍‌ସ’ ଶେୟାର କରି ସୋସିଆଲ ମିଡିଆରେ ଚର୍ଚ୍ଚାରେ ଥିଲେ ସୁଶାନ୍ତ। ଏହି ତାଲିକାରେ ଏରୋପ୍ଲେନ୍‌ ଚଳାଇବାଠାରୁ ଆରମ୍ଭ କରି ପ୍ୟାରିସ୍‌ର ଡିଜ୍‌ନିଲ୍ୟାଣ୍ଡ ବୁଲିବା ପର୍ଯ୍ୟନ୍ତ ଇଚ୍ଛା ପ୍ରକାଶ କରିଥିଲେ ସୁଶାନ୍ତ, ଯେଉଁ ସ୍ବପ୍ନକୁ ସେ ପୂରା ମଧ୍ୟ କରିଛନ୍ତି। କିନ୍ତୁ ଏବେ ସୁଶାନ୍ତଙ୍କ ଫ୍ୟାନ୍‌ମାନଙ୍କ ପାଇଁ ରହିଛି ଏକ ଦୁଃଖ ଖବର। ସେ ଡେଙ୍ଗୁ ଜ୍ୱରରେ ପୀଡିତ ଥିବା ଜଣାପଡ଼ିଛି। ରକ୍ତ ପରୀକ୍ଷା ପରେ ତାଙ୍କୁ ଡେଙ୍ଗୁ ହୋଇଥିବା ଜଣାପଡ଼ିଥିଲା। ଏଣୁ ସୁଶାନ୍ତ ସମ୍ପୂର୍ଣ୍ଣ ସୁସ୍ଥ ନ ହେବା ପର୍ଯ୍ୟନ୍ତ କୌଣସି କାମ କରିବେ ନାହିଁ। ଚଳିତ ସପ୍ତାହରେ ଏକ ଇଭେଣ୍ଟ ପାଇଁ ସେ ଆବୁଧାବୀ ଯାଇଥାନ୍ତେ। କିନ୍ତୁ ଡାକ୍ତର ତାଙ୍କୁ କୌଣସି ଟ୍ରାଭେଲ୍‌ ନ କରିବାକୁ ପରାମର୍ଶ ଦେଇଛନ୍ତି। ଶୁଟିଂ, ଇଭେଣ୍ଟ ପାଇଁ ସାଧାରଣତଃ ସେଲିବ୍ରିଟିମାନେ ବିଭିନ୍ନ ସ୍ଥାନକୁ ଗସ୍ତ କରିଥାନ୍ତି। ତେବେ ଏହି କାରଣରୁ ଡେଙ୍ଗୁ ଭଳି ମାରାତ୍ମକ ରୋଗ ସଂକ୍ରମିତ ହୋଇ ଆକ୍ରାନ୍ତ କରିଥାଏ। ପୂର୍ବରୁ ଅଭିନେତ୍ରୀ ଶ୍ରଦ୍ଧା କପୁର, ଅଭିନେତା ଧର୍ମେନ୍ଦ୍ର, ଟିଭି ଆକ୍ଟର ମୋହସିନ୍‌ ଖାନ୍‌, କମେଡିଆନ୍‌ ଭାରତୀ ସିଂଙ୍କ ଭଳି ଅନେକ ସେଲିବ୍ରିଟି ଡେଙ୍ଗୁ ଦ୍ୱାରା ଆକ୍ରାନ୍ତ ହୋଇଛନ୍ତି। ଏହାଛଡ଼ା ସୁଶାନ୍ତ ଆଜିକାଲି ରିୟା ଚକ୍ରବର୍ତ୍ତୀଙ୍କ ସହ ରିଲେସନଶିପ୍‌ରେ ଥିବା ନେଇ ମଧ୍ୟ ଚର୍ଚ୍ଚାରେ ଅଛନ୍ତି। ଉଭୟଙ୍କ ଅନେକ ଫଟୋ ସୋସିଆଲ ମିଡିଆରେ ଭାଇରାଲ୍‌ ହେଉଛି। ଏହା ପୂର୍ବରୁ କ୍ରିତି ସାନନ୍‌ଙ୍କ ସହ ରିଲେସନଶିପ୍‌କୁ ନେଇ ସେ ଦୀର୍ଘଦିନ ଧରି ଚର୍ଚ୍ଚାରେ ଥିଲେ। ଏପରି କି ଅଭିନେତ୍ରୀ ଅଙ୍କିତା ଲୋଖଣ୍ଡେଙ୍କ ସହ ଦୀର୍ଘଦିନର ସମ୍ପର୍କ ଏବଂ ବିବାହ ନିଷ୍ପତ୍ତିକୁ ବି ସୁଶାନ୍ତ କ୍ରିତିଙ୍କ ପାଇଁ ବଦଳାଇଥିବା ନେଇ ଅନେକ ଚର୍ଚ୍ଚା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆନନ୍ଦପୁର ବସଷ୍ଟାଣ୍ଡରେ ଚାଲିଥିଲା ଅବୈଧ ମଦ ବେପାର, ଖବରପାଇ ଅଚାନକ ଚଢାଉ କଲା ପୋଲିସ, ତା’ପରେ…

ହାଟଡିହୀ/ଆନନ୍ଦପୁର,୧l୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଆନନ୍ଦପୁର ବସଷ୍ଟାଣ୍ଡରେ ଅବୈଧ ଭାବେ ମଦ ବେପାର କରୁଥିବା ଜଣେ ଦୋକାନୀକୁ ପୋଲିସ ଗିରଫ କରିଛି…

ଜମିଜମା ବିବାଦ ନେଲା ବିବାଦ ଉଗ୍ରରୂପ: ବଡ଼ ଭାଇର ଟାଙ୍ଗିଆ ଚୋଟରେ ଚାଲିଗଲା ସାନ ଭାଇର ଜୀବନ

ତୁମୁଡିବନ୍ଧ, ୧।୬(ଦିପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କଦମ ପଦର ଗ୍ରାମରେ ଦେଖିବାକୁ ମିଳିଛି ଏକ ଅଭାବନୀୟ ଘଟଣା । ଜମି ବିବାଦକୁ ନେଇ…

ବାଟରେ ରୋଗୀଙ୍କ ମୃତ୍ୟୁ ହୋଇଯିବାରୁ ଜଙ୍ଗଲ ରାସ୍ତାରେ ଓହ୍ଲାଇ ପଳାଇଲେ ବୋଲେରୋ ଚାଳକ, ମୃତ ସ୍ବାମୀଙ୍କୁ ଜଗିରହିଲେ ବୃଦ୍ଧା

ଥୁଆମୂଳ ରାମପୁର, ୧।୬ (ଦୁର୍ଗା କୀର୍ତ୍ତି): ସମାଜରୁ ହଜିଯାଉଛି ମାନବିକତା, ମଣିଷ ମନରୁ ଦୟାଭାବ କ୍ଷୁର୍ଣ୍ଣ ହେବାରେ ଲାଗିଛି। କଳାହାଣ୍ଡି ଜିଲା ଥୁଆମୂଳ ରାମପୁର- ଭବାନୀପାଟଣା ରାସ୍ତା…

୩ ମାସ ତଳେ ବିବାହ କରିଥିଲେ ମୋନାଲି,ମାରିଦେଲେ ଶାଶୁଘର ଲୋକେ: ଗୁମର ଖୋଲିଦେଲେ ଭଉଣୀ

ଛତ୍ରପୁର,୧/୬ (ଦିଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଦିନକୁ ଦିନ ଯୌତୁକ ନିର୍ଯାତନାଜନିତ ବଧୁ ହତ୍ୟା ବୃଦ୍ଧି ପାଉଥିବାବେଳେ ସୋମବାର ଆଉ ଏକ ଘଟଣା ସାମ୍ନାକୁ ଆସିଛି। ଖୋର୍ଦ୍ଧା ଜିଲା…

ଜିଲାପାଳଙ୍କୁ ଦାବିପତ୍ର ଦେଲେ ସୁନାବେଡ଼ା ଅଭୟାରଣ୍ୟବାସୀ

ନୂଆପଡ଼ା,୧ା୬ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ସୁନାବେଡ଼ା ଅଭୟାରଣ୍ୟରେ ବସବାସ କରୁଥିବା ଅଧିବାସୀ ସୋମବାର ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଜିଲାପାଳଙ୍କୁ ଭେଟି ୩…

ପୋଖରୀକୁ ଗାଧୋଇବା ପାଇଁ ଯାଇ ନିଖୋଜ ହୋଇଯାଇଥିଲେ ବ୍ୟକ୍ତି, ଖୋଜାଖୋଜି ପରେ ମିଳିଲା ତାଙ୍କ…

ଦିଗପହଣ୍ଡି,୧।୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ପଲ୍ଲୀ ଗ୍ରାମର ପୋଖରୀରୁ ରବିବାର ବିଳମ୍ବିତ ରାତିରେ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

ଚେକ୍‌ ରିପବ୍ଲିକ୍‌ ଦଳରେ ସ୍ଥାନ ପାଇଲେ ୧୭ ବର୍ଷୀୟ ଏହି ଖେଳାଳି, ଜାଣନ୍ତୁ…

ପ୍ରେଗ୍‌,୧ା୬: ବିଶ୍ୱକପ୍‌ ପାଇଁ ଚେକ୍‌ ରିପବ୍ଲିକ ଫୁଟ୍‌ବଲ ଦଳରେ ସ୍ପାର୍ଟା ପ୍ରେଗ୍‌ ୧୭ ବର୍ଷୀୟ ମିଡ୍‌ଫିଲ୍ଡର ହୁଗୋ ସୋଚୁରେକ୍‌ ସ୍ଥାନ ପାଇଛନ୍ତି। କୋସୋଭୋ ବିପକ୍ଷ ଏକ ଓ୍ବାର୍ମଅପ୍‌…

ବିଶ୍ୱକପ୍‌ ଫୁଟ୍‌ବଲ ସିଧା ପ୍ରସାରଣକୁ ନେଇ ଆସିଲା ବଡ଼ ଅପଡେଟ୍‌, ଭାରତୀୟ ପ୍ରଶଂସକ ଦେଖିବେ ଏହି ଚେନାଲରେ ଜାଣନ୍ତୁ…

ନୂଆଦିଲ୍ଲୀ,୧ା୬: ଜୀ ଏଣ୍ଟରଟେନ୍‌ମେଣ୍ଟ ଏଣ୍ଟରପ୍ରାଇଜେସ୍‌ ଲିମିଟେଡ (ଜୀଲ୍‌) ବିଶ୍ୱ ଫୁଟ୍‌ବଲ ପରିଚାଳନା ସଂସ୍ଥା ଫିଫା ସହ ଏକ ୮ବର୍ଷୀୟା ପାର୍ଟନରଶିପ୍‌ ଚୁକ୍ତି କରଥିବା ସୋମବାର ପ୍ରକାଶ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri