ଡେଙ୍ଗୁ ପ୍ରତିରୋଧ ପାଇଁ ସାମୂହିକ ଉଦ୍ୟମ ଲୋଡା

ସୋନପୁର,୧୭।୫(ନି.ପ୍ର.)- ସୁବର୍ଣ୍ଣପୁର ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଜାତୀୟ ଡେଙ୍ଗୁ ଦିବସ ପାଳିତ ହୋଇଯାଇଛି। ଜିଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ସରୋଜ କୁମାର ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଚେତନତା ସଭାରେ ଜିଲାପାଳ ମଧୁସୂଦନ ମିଶ୍ର ମୁଖ୍ୟ ଅତିଥିଭାବେ ଯୋଗଦେଇ ସାମୂହିକ ଉଦ୍ୟମ ଦ୍ୱାରା ଜିଲାରେ ଡେଙ୍ଗୁକୁ ପ୍ରତିରୋଧ କରାଯାଇପାରିବ। ତେଣୁ ଗାଁ ଓ ସହରର ପରିବେଶକୁ ସଫା ରଖିବାକୁ ଜିଲାପାଳ ମିଶ୍ର କହିଥିଲେ। ଜିଲା ମ୍ୟାଲେରିଆ ଅଧିକାରୀ ଡାକ୍ତର ନବ କିଶୋର ବେହେରା ଜିଲାର ସ୍ଥିତି ଉପରେ ଆଲୋଚନା କରିଥିଲେ। ଡାକ୍ତର ବେହେରା କହିଥିଲେ, ୨୦୧୨ରୁ ୨୦୧୯ ମଧ୍ୟରେ ଜିଲାରେ ଜଣେ ବି ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି। ବାହାର ଜିଲା ଓ ରାଜ୍ୟରେ କାମ କରୁଥିବା ଲୋକ ଜ୍ୱରରେ ଆକ୍ରାନ୍ତ ହୋଇ ଆସିଥିଲେ। ଉତ୍ତମ ଚିକିତ୍ସା ଯୋଗୁଁ ସମସ୍ତେ ଏହି ମାରାତ୍ମକ ରୋଗରୁ ସୁସ୍ଥ ହୋଇଛନ୍ତି। ଗତ ସାଢେ ୭ବର୍ଷରେ ଜିଲାରେ ଡେଙ୍ଗୁଜନିତ ମୃତ୍ୟୁ ଶୂନ୍ୟ ରହିଛି ବୋଲି ମ୍ୟାଲେରିଆ ଅଧିକାରୀ କହିଥିଲେ। ସିଡିଏମପିଏଚଓ ଡାକ୍ତର ନାୟକ ଏଡିସ୍‌ ମଶା କିଭଳି ବ୍ୟାପେ, ତାର ନାରାକରଣ ଓ ଚିକିତ୍ସା ସୁବିଧା ସମ୍ପର୍କରେ ବୁଝାଇଥିଲେ। ବର୍ଷାଋତୁରେ ସାଧାରଣତଃ ସନ୍ତସନ୍ତିଆ ପରିବେଶରେ ଡେଙ୍ଗୁ ବ୍ୟାପି ଥାଏ। ସଫା ଓ ସ୍ଥିର ଜଳରେ ଡେଙ୍ଗୁ ମଶା ଅଣ୍ଡା ଦିଏ ବୋଲି ଜଣାଇଥିଲେ। ପୂର୍ବରୁ ଭେଷଜ ବିଶେଷଜ୍ଞ ଡାକ୍ତର ଜିତାରାମ ବିଦ୍‌ ଡେଙ୍ଗୁ ରୋଗର କାରଣ, ନିରାକରଣ ଓ ପ୍ରକାର ଭେଦ ବିଷୟରେ ଆଲୋଚନା କରିଥିଲେ। ଡିଏମଓ ଏମଏସ ଡାକ୍ତର ପ୍ରଦୀପ କୁମାର ଗୁରୁ, ଅତିରିକ୍ତ ଜିଲା ଜନସ୍ବାସ୍ଥ୍ୟ ଅଧିକାରୀ(ପରିବାର କଲ୍ୟାଣ) ଡାକ୍ତର ଦୈତ୍ୟ ନାରାୟଣ ପାଢୀ ପ୍ରମୁଖ ମଞ୍ଚାସୀନ ଥିଲେ। ଡାକ୍ତର ପଦ୍ମାହଂସ ଦୋରା, ଡାକ୍ତର ରମେଶ ଚନ୍ଦ୍ର ସ୍ବାଇଁ, ଡାକ୍ତର ଜୟପ୍ରକାଶ ପ୍ରଧାନ, ଚକ୍ଷୁ ବିଶେଷଜ୍ଞ ଡାକ୍ତର ସଞ୍ଜିବ କୁମାର କର, ଏନଏଚଏମ ଡିପିଏମ ମୌସୁମୀ ମିଶ୍ର, ପ୍ରୋଗ୍ରାମ ଅଫିସର ଅନିତା ଗୁରୁ ପ୍ରମୁଖ ଜୁନ୍‌ରୁ ନଭେମ୍ବର ମାସ ପର୍ଯ୍ୟନ୍ତ ସତେତନତାମୂଳକ କାର୍ଯ୍ୟକ୍ରମ ଗ୍ରହଣ ଉପରେ ଗୁରୁତ୍ୱ ଦେଇଥିଲେ। ଏପରିକି ଏହି କାର୍ଯ୍ୟକ୍ରମର ସଫଳତା ପାଇଁ ସ୍ବାସ୍ଥ୍ୟ ବିଭାଗ ସମେତ ବିଭିନ୍ନ ଲାଇନ ଡିପାର୍ଟମେଣ୍ଟ ଯଥା ପଞ୍ଚାୟତିରାଜ ଲୋକ ପ୍ରତିନିଧି, ଅଙ୍ଗନୱାଡି କର୍ମୀ, ଆଶକର୍ମୀ, ଗ୍ରାମାଞ୍ଚଳର ସ୍ବାସ୍ଥ୍ୟକର୍ମୀ, ସ୍ବୟଂ ସହାୟକ ଗୋଷ୍ଠୀ ଓ ସ୍ବେଚ୍ଛାସେବୀ ସଂଗଠନଙ୍କୁ ସାମିଲ କରିବା ନେଇ ଆଲୋଚନା ହୋଇଥିଲା। ମହିଳା ସ୍ବାସ୍ଥ୍ୟକର୍ମୀ ତାଲିମ କେନ୍ଦ୍ରର ଛାତ୍ରୀମାନେ ଉପସ୍ଥିତ ଥିଲେ। ସଭା ପରେ ଏକ ଦସ୍ତଖତ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହନୁମାନ ଜୟନ୍ତୀ ପାଇଁ ସମ୍ବଲପୁରରେ ସୁରକ୍ଷା କଡ଼ାକଡ଼ି: ଡଗ ସ୍କ୍ବାଡ ସହ ବୁଲୁଛି ପୋଲିସ

ସମ୍ବଲପୁର,୧୦।୪(ପ୍ରମୋଦ ବହିଦାର): ସମ୍ବଲପୁରରେ ଅନୁଷ୍ଠିତ ହେବାକୁ ଥିବା ହନୁମାନ ଜୟନ୍ତୀ ସହ ବାଇକ ରାଲି ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ସହରର ଶାନ୍ତିଶୃଙ୍ଖଳା…

ପରିବେଶ ନିୟମ ଉଲ୍ଲଂଘନ, ସିପିସିବି ନିର୍ଦ୍ଦେଶରେ ରେଙ୍ଗାଲି ଶ୍ୟାମ ମେଟାଲିକ୍ସ ସିଲ୍

ସମ୍ବଲପୁର/ରେଙ୍ଗାଲି,୬୲୪(ପ୍ରମୋଦ ବହିଦାର/ଦେବବ୍ରତ ପଣ୍ଡା): ସମ୍ବଲପୁର ଜିଲା ରେଙ୍ଗାଲି ବ୍ଲକ ପାଣ୍ଡଲୋଇ ସ୍ଥିତ ଶ୍ୟାମ ମେଟାଲିକ୍ସ ଏଣ୍ଡ ଏନର୍ଜି ଲିମିଟେଡ ବିରୋଧରେ କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ସିପିସିବି)…

ସମ୍ବଲପୁରର ଗୌରବକୁ ଲୋକଲୋଚନକୁ ଆଣିବା ପାଇଁ ପ୍ରୟାସ

ସମ୍ବଲପୁର,୫।୪(ପ୍ରମୋଦ ବହିଦାର): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତିର ପ୍ରଚାର ପ୍ରସାର ପାଇଁ ଚାଲିଥିବା ‘ଓଡ଼ିଆ ପକ୍ଷ’ ପାଳନ ଅବସରରେ ସମ୍ବଲପୁର ମହାନଗର ନିଗମ ଅଞ୍ଚଳରେ ଏକ…

ଅବକାରୀ ବିଭାଗରେ ମହାଘୋଟାଲା: ଏତିକି କୋଟି ଟଙ୍କା ଚଳୁ କରି ୨ ଗିରଫ

ସମ୍ବଲପୁର,୩ା୪(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଅବକାରୀ ବିଭାଗରେ ଏକ ବଡ଼ ଧରଣର ଆର୍ଥିକ ଅନିୟମିତତା ଘଟଣା ସାମ୍ନାକୁ ଆସିଛି। ଜାଲିଆତି କରି ବିଭାଗରୁ ପ୍ରାୟ ୩.୬୭ କୋଟି…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ପାଇଖାନା ସେଣ୍ଟ୍ରିଂ ଖୋଲିବା ହେଲା କାଳ, ଶ୍ୱାସରୁଦ୍ଧ ହୋଇ ଚାଲିଗଲା ୨ ଜୀବନ

କୁଚିଣ୍ଡା,୩୧।୩(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ଵ୍ଲକ ମହୁଲପାଲି ଥାନା ଅନ୍ତର୍ଗତ କେଶାଇବାହାଲରେ ଅଭାବନୀୟ ଘଟଣା । ପାଇଖାନା ଟାଙ୍କି ସେଣ୍ଟ୍ରିଙ୍ଗ ଖୋଲିବା ସମୟରେ ଶ୍ୱାସରୁଦ୍ଧ ହୋଇ…

ଦ୍ରୁତଗାମୀ ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ଅଟୋ, ଚାଲିଗଲା ମହିଳାଙ୍କ ଜୀବନ

ସମ୍ବଲପୁର,୩୦ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ ୫୫ ନମ୍ବର ଜାତୀୟ ରାଜପଥର ଫୁଲଝରଣ ନିକଟରେ ସୋମବାର ସକାଳୁ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଯାଇଛି।…

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri