ଡେଙ୍ଗୁ: ସହରବାସୀ ଆତଙ୍କିତ

କଟକ ଅଫିସ, ୪ା୭: କଟକ ସହରରେ ଜଣ୍ଡିସ ପରେ ଏବେ ଡେଙ୍ଗୁ ପ୍ରାଦୁର୍ଭାବ ଦେଖିବାକୁ ମିଳିଛି। ଏହାକୁ ନେଇ ସହରବାସୀ ଆତଙ୍କିତ ହୋଇପଡିଛନ୍ତି। ସହରରେ ବିଶୁଦ୍ଧ ପାନୀୟଜଳର ଅଭାବ ଓ ବିପର୍ଯ୍ୟୟ ପରିମଳ ବ୍ୟବସ୍ଥା ଯୋଗୁ ବିଭିନ୍ନ ସମୟରେ ସଂକ୍ରାମକ ରୋଗ ବଢିବାରେ ଲାଗିଛି। ଗତ କିଛି ବର୍ଷ ଧରି କଟକ ସହରରେ ଡେଙ୍ଗୁ, ଜଣ୍ଡିସ ଭଳି ସଂକ୍ରାମକ ରୋଗ ବ୍ୟାପିବା ଦ୍ୱାରା ଅତୀତରେ କେତେକ ଜନସାଧାରଣ ପ୍ରାଣ ହରାଇଥିବାର ନଜିର ମଧ୍ୟ ରହିଛି। ବୁଧବାର କଟକ ମହାନଗର ନିଗମ(ସିଏମ୍‌ସି)ର ୫୨ନଂ. ୱାର୍ଡ ରାଜେନ୍ଦ୍ରନଗରରେ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ଉକ୍ତ ୱାର୍ଡର ଲଲାଟେନ୍ଦୁ ମହାପାତ୍ରଙ୍କ ପୁଅ ସାହିଲ ମହାପାତ୍ରଙ୍କ ଦେହ ହଠାତ ଅସୁସ୍ଥ ହୋଇପଡ଼ିବାରୁ ଚିକିତ୍ସା ନିମନ୍ତେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ତେବେ ରକ୍ତ ନମୁନା ପରୀକ୍ଷା ପରେ ଡେଙ୍ଗୁ ପଜିଟିଭ ଚିହ୍ନଟ ହୋଇଥିବା ଜଣାପଡିଥିଲା।
ସହରରେ ଆବର୍ଜନା ପରିଚାଳନା, ଜଳ ନିଷ୍କାସନ କ୍ଷେତ୍ରରେ ସମସ୍ୟା ସୃଷ୍ଟି ହେବାରୁ ଏଡିସ ମଶାଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇଛି। ଏଥିପାଇଁ ପୂର୍ବରୁ ଜିଲା ପ୍ରଶାସନ, ସିଏମ୍‌ସି ପକ୍ଷରୁ ବାରମ୍ବାର ବୈଠକ ଡକାଯାଇ ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା ହୋଇଥିଲା। ଚଳିତବର୍ଷ ମୌସୁମୀ ବର୍ଷା ଆସିବା ପୂର୍ବରୁ ସହରରେ ଯେଭଳି ଜଳବନ୍ଦୀ ସମସ୍ୟା ନ ହେବ, ପରିବେଶ ପ୍ରଦୂଷଣ ଦୂର କରାଯିବା, ବିଶୁଦ୍ଧ ପାନୀୟଜଳ ଯୋଗାଇଦେବା, ସଂକ୍ରାମକ ରୋଗର ନିରାକରଣ ନିମନ୍ତେ ଆଗୁଆ ପଦକ୍ଷେପ ଗ୍ରହଣ କରାଯିବା ଓ ଲୋକଙ୍କୁ ସଚେତନ କରିବା ସମ୍ପର୍କରେ ଆଲୋଚନା ହୋଇଥିଲା। ହେଲେ ଏ ଦିଗରେ ପ୍ରଶାସନ ଫେଲ୍‌ ମାରିବାରୁ ଡେଙ୍ଗୁଭଳି ମାରାତ୍ମକ ରୋଗ ବୃଦ୍ଧି ପାଉଥିବା ଦେଖିବାକୁ ମିଳିଛି। କଟକ ସହରରେ ଡେଙ୍ଗୁ ନିୟନ୍ତ୍ରଣ କରିବା ପାଇଁ ପ୍ରଶାସନ ଏବେଠାରୁ ତତ୍ପରତା ପ୍ରକାଶ ନ କଲେ ଆଗକୁ ପରିସ୍ଥିତି ଅସମ୍ଭାଳ ହୋଇପଡ଼ିବ ବୋଲି ବୁଦ୍ଧିଜୀବୀମାନେ ପ୍ରକାଶ କରିଛନ୍ତି।
କଟକ ଜିଲାରେ ଗତ ଜାନୁୟାରୀରୁ ଜୁନ ମଧ୍ୟରେ ୬ଜଣ ଡେଙ୍ଗୁ ରୋଗୀଙ୍କୁ ଚିହ୍ନଟ କରାଯାଇଥିଲା। ତେବେ ସିଏମ୍‌ସି ଅଞ୍ଚଳରେ ପ୍ରଥମଥର ଡେଙ୍ଗୁ ରୋଗୀ ଚିହ୍ନଟ ହେବା ପରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ୩ ମାସ ତଳୁ ମଶା ମାରିବା ପାଇଁ ପଦକ୍ଷେପ ନେଉଥିବା ନେଇ ଡିଣ୍ଡିମ ପିଟୁଥିବାବେଳେ ଏବେ ସହରରେ ଡେଙ୍ଗୁମଶା ବୃଦ୍ଧିପାଇବା ସିଏମ୍‌ସି ପଦକ୍ଷେପକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଏ ନେଇ ସିଏମ୍‌ସି ସ୍ବାସ୍ଥ୍ୟ ଅଧିକାରୀ ଡା. ଉମେଶ ପାଣିଗ୍ରାହୀଙ୍କୁ ପଚାରିବାରୁ କଟକ ସହରରେ ଡେଙ୍ଗୁ ବ୍ୟାପିବା ଘଟଣାକୁ ଅସ୍ବୀକାର କରିବା ସହ ଏହା ସମ୍ପୂର୍ଣ୍ଣ ମିଥ୍ୟା ବୋଲି କହିଛନ୍ତି। କଟକ ବଡ଼ମେଡ଼ିକାଲକୁ କିଛିଦିନ ତଳେ ୨ଜଣ ଡେଙ୍ଗୁରୋଗୀ ଚିକିତ୍ସା ପାଇଁ ଆସିଥିଲେ। ମାତ୍ର ସେମାନେ କଟକ ସହରର ବାସିନ୍ଦା ନୁହନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତା ୩ ଘଣ୍ଟା ପାଇଁ କାଳବୈଶାଖୀ, ବଜ୍ରପାତ ସୂଚନା

ଭୁବନେଶ୍ୱର,୨୨ା୪: ଦିନ ସାରା ପ୍ରଚଣ୍ଡ ଖରା ଏବଂ ଗୁଳୁଗୁଳିରେ ଲୋକେ ଆଉଟୁପାଉଟୁ ହେଉଥିବା ବେଳେ ଅପରାହ୍ନରେ କାଳବୈଶାଖୀ ବର୍ଷା ସାମାନ୍ୟ ଆଶ୍ୱସ୍ତି ଆଣିଛି। ଅପରାହ୍ନ ସାଢ଼େ...

ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୨ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ...

ଭୋଟରଙ୍କୁ ସଚେତନ କରୁଛନ୍ତି ପଦ୍ମଶ୍ରୀ ହଳଧର ନାଗ, କଂସ ମହାରାଜ ହୃଷୀକେଶ ଭୋଇ

ବରଗଡ଼,୨୨ା୪(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନରେ ସମସ୍ତ ଭୋଟରଙ୍କ ଭାଗିଦାରୀ ସୁନିଶ୍ଚିତ କରିବା ତଥା ଭୋଟରଙ୍କୁ ସଚେତନ କରିବା ପାଇଁ ବରଗଡ଼ ଜିଲା ପ୍ରଶାସନ ଅଭିନୟ ପ୍ରୟାସ...

୪୫ ଡେଇଁବ ପାରଦ! ସାରା ରାଜ୍ୟକୁ ସିଭିୟର ହିଟ୍‌ ଓ୍ବେଭ ଆଲର୍ଟ

ଭୁବନେଶ୍ୱର,୨୪।୪:ତାତିରୁ ମିଳିବନି ତ୍ରାହି । ୫ ଦିନ ଧରି କଲବଲ କରିବ ଗ୍ରୀଷ୍ମ ପ୍ରବାହ । ବିଶେଷ କରି ୨୭ ଓ ୨୮ ତାରିଖରେ ଜଳିବ...

ମେ’ ପ୍ରଥମ ସପ୍ତାହରୁ ଓଜେଇଇ ପରୀକ୍ଷା

ଭୁବନେଶ୍ୱର,୨୪।୪(ଅସମାପିକା ସାହୁ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ୨୦୨୪ ମେ’ ୬ରୁ ଆରମ୍ଭ ହେବ। ସିବିଟି ମୋଡ୍‌ରେ ହେବାକୁ ଥିବା ଏହି ପରୀକ୍ଷା ମେ...

ଛୁଟିଦିନ ପାଇଁ ପିଲାଙ୍କୁ ମିଳିବ ଶୁଖିଲା ରାଶନ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ):ଛୁଟିଦିନ ପାଇଁ ଛାତ୍ରୀଛାତ୍ରଙ୍କୁ ପିଏମ୍‌ ପୋଷଣ ଯୋଜନାରେ ଚାଉଳ ଏବଂ ଅନ୍ୟାନ୍ୟ ସାମଗ୍ରୀ ଦିଆଯିବ। ମୋଟ ୧୨ଦିନର ମଧ୍ୟାହ୍ନ ଭୋଜନ ବାବଦକୁ ଶୁଖିଲା...

ଚମକାଇଲା ଅନୁଭବଙ୍କ ପୋଷ୍ଟ, ନବୀନଙ୍କୁ ମାଗିଲେ ଆର୍ଶୀବାଦ…

ଭୁବନେଶ୍ୱର,୨୪।୪: ଅନୁଭବ ମହାନ୍ତିଙ୍କ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ବଢିଲା ଚର୍ଚ୍ଚା। ଗତ କିଛିଦିନ ପୂର୍ବରୁ ବିଜେଡି ଛାଡି ଭାଜପାରେ ଯୋଗ ଦେଇଥିଲେ। ହେଲେ ବୁଧବାର...

ଲୁଙ୍ଗିକୁ ନେଇ ରାଜ୍ୟ ରାଜ୍ୟନୀତିରେ ଚହଳ, ନବୀନ ପିନ୍ଧିଲେ ବୋଲି…

ଭୁବନେଶ୍ୱର,୨୪।୦୪: ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ରୋଚକ ଘଟଣା ଦେଖିବାକୁ ମିଳିଛି। ନବୀନଙ୍କ ଲୁଙ୍ଗି ପିନ୍ଧା ଘଟଣାକୁ ନେଇ ବିଜେଡି-ଭାଜପା ଭିତରେ ବାକଯୁଦ୍ଧ ଆରମ୍ଭ ହୋଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri