ଡେଙ୍ଗୁ: ସହରବାସୀ ଆତଙ୍କିତ

କଟକ ଅଫିସ, ୪ା୭: କଟକ ସହରରେ ଜଣ୍ଡିସ ପରେ ଏବେ ଡେଙ୍ଗୁ ପ୍ରାଦୁର୍ଭାବ ଦେଖିବାକୁ ମିଳିଛି। ଏହାକୁ ନେଇ ସହରବାସୀ ଆତଙ୍କିତ ହୋଇପଡିଛନ୍ତି। ସହରରେ ବିଶୁଦ୍ଧ ପାନୀୟଜଳର ଅଭାବ ଓ ବିପର୍ଯ୍ୟୟ ପରିମଳ ବ୍ୟବସ୍ଥା ଯୋଗୁ ବିଭିନ୍ନ ସମୟରେ ସଂକ୍ରାମକ ରୋଗ ବଢିବାରେ ଲାଗିଛି। ଗତ କିଛି ବର୍ଷ ଧରି କଟକ ସହରରେ ଡେଙ୍ଗୁ, ଜଣ୍ଡିସ ଭଳି ସଂକ୍ରାମକ ରୋଗ ବ୍ୟାପିବା ଦ୍ୱାରା ଅତୀତରେ କେତେକ ଜନସାଧାରଣ ପ୍ରାଣ ହରାଇଥିବାର ନଜିର ମଧ୍ୟ ରହିଛି। ବୁଧବାର କଟକ ମହାନଗର ନିଗମ(ସିଏମ୍‌ସି)ର ୫୨ନଂ. ୱାର୍ଡ ରାଜେନ୍ଦ୍ରନଗରରେ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ଉକ୍ତ ୱାର୍ଡର ଲଲାଟେନ୍ଦୁ ମହାପାତ୍ରଙ୍କ ପୁଅ ସାହିଲ ମହାପାତ୍ରଙ୍କ ଦେହ ହଠାତ ଅସୁସ୍ଥ ହୋଇପଡ଼ିବାରୁ ଚିକିତ୍ସା ନିମନ୍ତେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ତେବେ ରକ୍ତ ନମୁନା ପରୀକ୍ଷା ପରେ ଡେଙ୍ଗୁ ପଜିଟିଭ ଚିହ୍ନଟ ହୋଇଥିବା ଜଣାପଡିଥିଲା।
ସହରରେ ଆବର୍ଜନା ପରିଚାଳନା, ଜଳ ନିଷ୍କାସନ କ୍ଷେତ୍ରରେ ସମସ୍ୟା ସୃଷ୍ଟି ହେବାରୁ ଏଡିସ ମଶାଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇଛି। ଏଥିପାଇଁ ପୂର୍ବରୁ ଜିଲା ପ୍ରଶାସନ, ସିଏମ୍‌ସି ପକ୍ଷରୁ ବାରମ୍ବାର ବୈଠକ ଡକାଯାଇ ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା ହୋଇଥିଲା। ଚଳିତବର୍ଷ ମୌସୁମୀ ବର୍ଷା ଆସିବା ପୂର୍ବରୁ ସହରରେ ଯେଭଳି ଜଳବନ୍ଦୀ ସମସ୍ୟା ନ ହେବ, ପରିବେଶ ପ୍ରଦୂଷଣ ଦୂର କରାଯିବା, ବିଶୁଦ୍ଧ ପାନୀୟଜଳ ଯୋଗାଇଦେବା, ସଂକ୍ରାମକ ରୋଗର ନିରାକରଣ ନିମନ୍ତେ ଆଗୁଆ ପଦକ୍ଷେପ ଗ୍ରହଣ କରାଯିବା ଓ ଲୋକଙ୍କୁ ସଚେତନ କରିବା ସମ୍ପର୍କରେ ଆଲୋଚନା ହୋଇଥିଲା। ହେଲେ ଏ ଦିଗରେ ପ୍ରଶାସନ ଫେଲ୍‌ ମାରିବାରୁ ଡେଙ୍ଗୁଭଳି ମାରାତ୍ମକ ରୋଗ ବୃଦ୍ଧି ପାଉଥିବା ଦେଖିବାକୁ ମିଳିଛି। କଟକ ସହରରେ ଡେଙ୍ଗୁ ନିୟନ୍ତ୍ରଣ କରିବା ପାଇଁ ପ୍ରଶାସନ ଏବେଠାରୁ ତତ୍ପରତା ପ୍ରକାଶ ନ କଲେ ଆଗକୁ ପରିସ୍ଥିତି ଅସମ୍ଭାଳ ହୋଇପଡ଼ିବ ବୋଲି ବୁଦ୍ଧିଜୀବୀମାନେ ପ୍ରକାଶ କରିଛନ୍ତି।
କଟକ ଜିଲାରେ ଗତ ଜାନୁୟାରୀରୁ ଜୁନ ମଧ୍ୟରେ ୬ଜଣ ଡେଙ୍ଗୁ ରୋଗୀଙ୍କୁ ଚିହ୍ନଟ କରାଯାଇଥିଲା। ତେବେ ସିଏମ୍‌ସି ଅଞ୍ଚଳରେ ପ୍ରଥମଥର ଡେଙ୍ଗୁ ରୋଗୀ ଚିହ୍ନଟ ହେବା ପରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ୩ ମାସ ତଳୁ ମଶା ମାରିବା ପାଇଁ ପଦକ୍ଷେପ ନେଉଥିବା ନେଇ ଡିଣ୍ଡିମ ପିଟୁଥିବାବେଳେ ଏବେ ସହରରେ ଡେଙ୍ଗୁମଶା ବୃଦ୍ଧିପାଇବା ସିଏମ୍‌ସି ପଦକ୍ଷେପକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଏ ନେଇ ସିଏମ୍‌ସି ସ୍ବାସ୍ଥ୍ୟ ଅଧିକାରୀ ଡା. ଉମେଶ ପାଣିଗ୍ରାହୀଙ୍କୁ ପଚାରିବାରୁ କଟକ ସହରରେ ଡେଙ୍ଗୁ ବ୍ୟାପିବା ଘଟଣାକୁ ଅସ୍ବୀକାର କରିବା ସହ ଏହା ସମ୍ପୂର୍ଣ୍ଣ ମିଥ୍ୟା ବୋଲି କହିଛନ୍ତି। କଟକ ବଡ଼ମେଡ଼ିକାଲକୁ କିଛିଦିନ ତଳେ ୨ଜଣ ଡେଙ୍ଗୁରୋଗୀ ଚିକିତ୍ସା ପାଇଁ ଆସିଥିଲେ। ମାତ୍ର ସେମାନେ କଟକ ସହରର ବାସିନ୍ଦା ନୁହନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ନିର୍ବାଚନ କମିଶନଙ୍କ ବଡ଼ ନିର୍ଦ୍ଦେଶ, ବୁଥର ହେବ ଫିଜିକାଲ ଭେରିଫିକେସନ

ଭୁବନେଶ୍ୱର,୭।୯: ରାଜ୍ୟ ନିର୍ବାଚନ କମିଶନ ସୋମବାର ପଞ୍ଚାୟତ ନିର୍ବାଚନ ପାଇଁ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ବୁଥଗୁଡିକ ଠିକ୍‌ ଅଛି ନା ନାହିଁ ଏହାର ଫିଜିକାଲ ଭେରିଫିକେସନ…

ଭଞ୍ଜନଗରରେ ଜିଲାସ୍ତରୀୟ ଜନଅଭିଯୋଗ ଶୁଣାଣି: ୧୮୮ ଅଭିଯୋଗର ଶୁଣାଣି, ୧୦ର ତୁରନ୍ତ ସମାଧାନ

ଭଞ୍ଜନଗର, ୭।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଜିଲା ପ୍ରଶାସନ ପକ୍ଷରୁ ଜିଲାସ୍ତରୀୟ ମିଳିତ ଜନଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ…

ବଦଳିଲା ଗ୍ୟାସ ସିଲିଣ୍ଡର ବୁକିଂ ନିୟମ: ଏଣିକି ଏତିକି ଦିନରେ ମିଳିବ ନୂଆ ସିଲିଣ୍ଡର

ନୂଆଦିଲ୍ଲୀ, ୭।୯: ଗତ କିଛି ଦିନ ଧରି ଦେଶରେ ଗ୍ୟାସର ଅଭାବ ଦେଖାଦେଇଥିଲା। ଏହାକୁ ଦୃଷ୍ଟିରେ ରଖି ସରକାର ନିଷ୍ପତ୍ତି ନେଇଥିଲେ ଯେ, ଗୋଟିଏ ଗ୍ୟାସ ସିଲିଣ୍ଡର…

ଗିଲଙ୍କୁ ୫ ହଜାର ଟଙ୍କା ଦେଲେ ଅଭିଷେକ ଶର୍ମାଙ୍କ ପିତା: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୭।୯: ଟିମ ଇଣ୍ଡିଆର ଅଧିନାୟକ ଶୁବମନ ଗିଲଙ୍କ ମୋଟ ସମ୍ପତ୍ତି ୮୦ କୋଟି ବୋଲି ଆକଳନ କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ୫,୦୦୦ ତାଙ୍କ ପାଇଁ ବିଶେଷ…

କୁମ୍ଭ-ବିଛା ସମେତ ୪ ରାଶି ପାଇଁ ଭାଗ୍ୟଶାଳୀ ଏହି ସପ୍ତାହ: ଚାକିରିରେ ପ୍ରମୋସନ ସହ ବଢ଼ିବ ଦରମା!

ଭୁବନେଶ୍ୱର: ନୂଆ ସପ୍ତାହର ଆରମ୍ଭ ବୁଧଙ୍କ ଗୋଚର ସହ ହେଉଛି। ଜ୍ୟୋତିଷ ଗଣନା ଅନୁସାରେ, ଏହି ସପ୍ତାହ କୁମ୍ଭ, ମିଥୁନ, ବିଛା ଓ ମୀନ ରାଶିର ଲୋକଙ୍କ…

ଏହି ଦିନଠୁ ଯାଞ୍ଚ ହେବ ଅଗ୍ନି ସୁରକ୍ଷା

ଭୁବନେଶ୍ୱର,୭।୯: ଚିଫ୍‌ ଫାୟାର ଅଫିସର ଦେବେନ୍ଦ୍ର ସ୍ବାଇଁ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ସେପ୍ଟେମ୍ବର ୧୫ରୁ ଅକ୍ଟୋବର ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଅଗ୍ନି ସୁରକ୍ଷା…

ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍‌ ଖେଳିବେନି ଆୟର: ତାଙ୍କ ସ୍ଥାନ ନେବେ…

ନୂଆଦିଲ୍ଲୀ,୭।୯: ଭାରତୀୟ ଦଳ ସେପ୍ଟେମ୍ବର ୨୭ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଏକ ଦିନିକିଆ ସିରିଜ ଖେଳିବାର କାର୍ଯ୍ୟକ୍ରମ ରହିଛି। ଏହି ସିରିଜରେ ଟିମ ଇଣ୍ଡିଆର…

ଫାଇନାଲ ମଝିରେ ତିଲକ-ସୂର୍ଯ୍ୟବଂଶୀଙ୍କ ମଧ୍ୟରେ ହାଇଭୋଲଟେଜ୍‌ ଡ୍ରାମା! ମଇଦାନରେ ଘଟିଲା… ଭିଡିଓ ଭାଇରାଲ

ଚେନ୍ନାଇ,୭।୯: ଚେନ୍ନାଇର ଏମ.ଏ. ଚିଦାମ୍ବରମ ଷ୍ଟାଡିୟମରେ ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯାଉଛି। ମ୍ୟାଚର ପ୍ରଥମ ଦିନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri