ଡେଥଜୋନ ପାଲଟିଛି ବାମପଦା ଛକ

ରେମୁଣା,୨୯।୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ରେମୁଣା ଶିଳ୍ପାଞ୍ଚଳ ଥାନା ଅଧୀନ ୧୬ନମ୍ବର ଜାତୀୟ ରାଜପଥର ବାମପଦା ଛକରେ ବାରମ୍ବାର ଦୁର୍ଘଟଣା ଘଟି ଏକ ଡେଥ ଜୋନ୍‌ରେ ପରିଣତ ହୋଇଛି। ପୂର୍ବତନ ବିଧାୟକ ଗୋବିନ୍ଦ ଚନ୍ଦ୍ର ଦାସଙ୍କ ନେତୃତ୍ୱରେ ବାମପଦା ସୁରକ୍ଷା ମଞ୍ଚ ପକ୍ଷରୁ ଏଠାରେ ଏକ ପୋଲ ନିର୍ମାଣ ଲାଗି କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କ ନିକଟରେ ଦାବି କରାଯାଇଛି। ଜାତୀୟ ରାଜପଥକୁ ଭାଗ କରୁଥିବା ଲେଭଲକ୍ରସିଂ ସ୍ଥାନରେ ପୋଲ ନିର୍ମାଣ କରାଗଲେ ସ୍ଥାନୀୟ ଲୋକ, ରେମୁଣାବାସୀ ତଥା ଯାତାୟାତ କରୁଥିବା ଲୋକେ ଉପକୃତ ହୁଅନ୍ତେ ବୋଲି ଦାବି କରାଯାଇଛି।
ଶେରଗଡରୁ ଶାଳବଣି ପର୍ଯ୍ୟନ୍ତ ଜାତୀୟ ରାଜପଥର ଦୁଇ ପାଶ୍ୱର୍ର୍ ରାସ୍ତା ଅସୁରକ୍ଷିତ ହୋଇପଡ଼ିଛି। ରାସ୍ତା ସାରା ଖାଲ ଖମା ହୋଇଯାଇଥିବାରୁ ତାହା ଉପରେ ଯାତାୟାତ ବିପଦ ଜନକ ହୋଇପଡ଼ିଛି ା ରାଜପଥ ସଂଲଗ୍ନ ଅଞ୍ଚଳରେ ୧୦ ଏକର ପରିମିତ ସ୍ଥାନରେ ଏକ ସୁନ୍ଦର ପାର୍କ ନିର୍ମାଣ ପାଇଁ ମଧ୍ୟ ପ୍ରସ୍ତାବ ଦିଆଯାଇଛି ା ରାଜପଥ ପ୍ରାଧିକରଣ ବିଭାଗର ଆଞ୍ଚଳିକ ଉନ୍ନୟନ କାର୍ଯ୍ୟକ୍ରମରେ ତାହା କରାଯିବାକୁ ମନ୍ତ୍ରୀଙ୍କୁ ଅନୁରୋଧ କରାଯାଇଛି। ଫଳରେ ରାଜସ୍ବ ବୃଦ୍ଧି ସାଙ୍ଗକୁ ନିଯୁକ୍ତି ସୁଯୋଗ ମଧ୍ୟ ବୃଦ୍ଧି ପାଆନ୍ତା। ରେମୁଣା ଗୋଲେଇ ଅଞ୍ଚଳରେ ରାତ୍ରିକାଳୀନ ଯାତାୟାତ କରୁଥିବା ଲୋକଙ୍କ ପାଇଁ ଜାତୀୟ ରାଜପଥ ଉପରକୁ ଉଠିବା ଲାଗି ବ୍ୟବସ୍ଥା କରାଯିବା ଓ ରେମୁଣା ଗୋଲେଇ ନିକଟରେ ଲୋକଙ୍କ ଭିଡକୁ ଦୃଷ୍ଟିରେ ରଖି ଏକ ଶୌଚାଳୟ ନିର୍ମାଣ ପାଇଁ ମଧ୍ୟ ଦାବି ଉପସ୍ଥାପନ କରାଯାଇଛି। ଗୁରୁବାର ଓଡ଼ଶା ଭବନରେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀଙ୍କ ଅସ୍ଥାୟୀ କାର୍ଯ୍ୟାଳୟରେ ଭେଟି ତାଙ୍କୁ ଏହି ଦାବିପତ୍ର ପ୍ରଦାନ କରାଯାଇଛି ା ପୂର୍ବତନ ବିଧାୟକ ଦାସଙ୍କ ସହିତ ବାମପଦା ସୁରକ୍ଷା ମଞ୍ଚ ସଭାପତି ବିଶ୍ୱଜିତ୍‌ ଘୋଷ, ଭାଜପା ରାଜ୍ୟ ସମ୍ପାଦକ ଶୋଭନା ମହାନ୍ତି ଏବଂ ବରିଷ୍ଠ ନେତା ପର୍ଶୁରାମ ପରିଡ଼ା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri