Posted inଖେଳ

ଡେନମାର୍କ ଭିଜା ଲାଗି ସହାୟତା ଲୋଡ଼ିଲେ ସାଇନା

ହାଇଦ୍ରାବାଦ, ୮।୧୦: ଭାରତୀୟ ଷ୍ଟାର ଶଟଲର ସାଇନା ନେହ୍ବାଲ ଓ କିଡାମ୍ବି ଶ୍ରୀକାନ୍ତ ଆସନ୍ତା ସପ୍ତାହରେ ହେବାକୁ ଥିବା ଡେନମାର୍କ ଓପନରେ ଅଂଶଗ୍ରହଣ କରି ନ ପାରନ୍ତି। ସେମାନଙ୍କୁ ଏ ପର୍ଯ୍ୟନ୍ତି ଭିଜା ମିଳିନାହିଁ। ଅଲିମ୍ପିକ୍‌ ଯୋଗ୍ୟତା ପ୍ରଦାନ କରାଯାଉଥିବା ବର୍ଷରେ ବଡ଼ ଟୁର୍ନାମେଣ୍ଟରୁ ବାଦ୍‌ ପଡ଼ିବାରୁ ବର୍ତ୍ତିବା ପାଇଁ ସାଇନା ବୈଦେଶିକ ମନ୍ତ୍ରୀ ଏସ୍‌. ଜୟଶଙ୍କରଙ୍କ ସହାୟତା ଲୋଡ଼ିଛନ୍ତି। ମୁଁ ଓ ମୋ ଟ୍ରେନରଙ୍କ ଡେନମାର୍କ ଭିଜା ଲାଗି ତୁରନ୍ତ ଆବେଦନ କରିଛି। ଆସନ୍ତା ସପ୍ତାହରେ ଓଡେନ୍ସେଠାରେ ଟୁର୍ନାମେଣ୍ଟ ଖେଳିବାର ଅଛି। ଆମକୁ ଏ ପର୍ଯ୍ୟନ୍ତ ଭିଜା ମିଳିନାହିଁ। ଆମକୁ ଆସନ୍ତା ମଙ୍ଗଳବାର ମ୍ୟାଚ୍‌ ଖେଳିବାର ଅଛି ବୋଲି ସାଇନା ଟୁଇଟ୍‌ କରିଛନ୍ତି। ଡେନମାର୍କ ଭିଜା ପାଇଁ ଏକ ନୂଆ ନିୟମ ଲାଗୁ ହୋଇଛି। ନୂଆ ନିୟମ ଅନୁଯାୟୀ, ଯେକୌଣସି ବ୍ୟକ୍ତିଙ୍କୁ ଡେନମାର୍କ ଭିଜା ପାଇଁ ଦିଲ୍ଲୀଠାରେ ବ୍ୟକ୍ତିଗତ ସାକ୍ଷାତ୍‌କାର ଦେବାକୁ ପଡ଼ିବ। ଏଥିରୁ ଛାଡ଼ ପାଇବା ପାଇଁ ସେପ୍ଟେମ୍ବର ୩୦ ତାରିଖରେ ବ୍ୟାଡ୍‌ମିଣ୍ଟନ ଆସୋସିଏଶନ ଅଫ୍‌ ଇଣ୍ଡିଆ (ବାଇ) ଲିଖିତ ଅନୁରୋଧ ଦୂତାବାସକୁ ପଠାଇଥିଲା। ହେଲେ ଏ ପର୍ଯ୍ୟନ୍ତ ଏହାର କୌଣସି ଉତ୍ତର ମିଳି ନାହିଁ। ଏହାର ସମାଧାନ ଲାଗି ଭାରତୀୟ ଶଟଲରଙ୍କ ଟ୍ରାଭେଲ ଡକ୍ୟୁମେଣ୍ଟ ପ୍ରସ୍ତୁତ କରୁଥିବା ଆନନ୍ଦ ଖାରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୪୦ ବର୍ଷ ପରେ ଖୋଲେ ଭାଗ୍ୟର ତାଲା! ଏହି ୩ ରାଶିର ଲୋକଙ୍କ ଉପରେ ବର୍ଷେ ଧନ , ଯଶ

ଜୀବନରେ ଅନେକ ସଂଘର୍ଷ କରିବା ପରେ ମଧ୍ୟ ଯଦି ସଫଳତା ମିଳୁନାହିଁ, ତେବେ ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଏହା ପଛରେ ଗ୍ରହ ନକ୍ଷତ୍ରର ପ୍ରଭାବ ଥାଇପାରେ। ଜ୍ୟୋତିଷର…

ଜଣେ ଶିକ୍ଷକଙ୍କ କାନ୍ଧରେ ସ୍କୁଲ ଭାର: ୭ ବିଷୟ ସହ ଶାରୀରିକ ଶିକ୍ଷା ଦେଉଛନ୍ତି ସାହିତ୍ୟ ସାର୍‌

ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା,…

ଡୋପ୍‌ ଟେଷ୍ଟରେ ଧରାପଡ଼ିଥିବା ଏୟାର ଇଣ୍ଡିଆ ପାଇଲଟ୍‌ ବହିଷ୍କୃତ

ନୂଆଦିଲ୍ଲୀ,୫ା୯: ଫୁକେଟ୍‌ରୁ ଦିଲ୍ଲୀ ଉଡ଼ାଣ ବେଳେ ବିମାନ ହଠାତ୍‌ ୩୦୦ ଫୁଟ୍‌ ଖସିବା ଘଟଣା ପରେ ନିଷେଧ ନିଶାଦ୍ରବ୍ୟ ସେବନ କରିଥିବା ଡୋପ୍‌ ଟେଷ୍ଟରୁ ଧରାପଡ଼ିବା ପରେ…

ଭୀଷଣ ପାଗ ନେଇ ସତର୍କ କରାଇଲେ ଡବ୍ଲ୍ୟୁଏମ୍‌ଓ ମୁଖ୍ୟ: ଫେବୃଆରୀ ଯାଏ ଜାରି ରହିବ…

ନୂଆଦିଲ୍ଲୀ,୫ା୯: ପ୍ରଶାନ୍ତ ମହାସାଗର ଉପରେ ସକ୍ରିୟ ଥିବା ଏଲ୍‌ ନିନୋ ଆଗାମୀ ମାସଗୁଡ଼ିକରେ ଅଧିକ ଘନୀଭୂତ ହୋଇ ଏକ ଶକ୍ତିଶାଳୀ ରୂପ ନେବ ଏବଂ ଆସନ୍ତାବର୍ଷ ଫେବୃଆରୀ…

ଶିମ୍ପାଞ୍ଜିଙ୍କର ଅଛି ନିଜସ୍ବ ‘ଉପଭାଷା’

ନୂଆଦିଲ୍ଲୀ,୫ା୯: ମଣିଷମାନଙ୍କ ଭଳି ଶିମ୍ପାଞ୍ଜିଙ୍କର ମଧ୍ୟ ନିଜସ୍ବ ‘ଉପଭାଷା’ ବା ‘ଆଞ୍ଚଳିକ ଭାଷା’ (ଡାଏଲେକ୍ଟସ) ରହିଥାଏ। ଏକ ନୂତନ ଗବେଷଣାରୁ ଜଣାପଡ଼ିଛି, ଶିମ୍ପାଞ୍ଜି ଛୁଆମାନେ ବଡ଼ ହେବା…

ଥାନା ହାଜତରେ ରେଳ କର୍ମଚାରୀଙ୍କୁ ନିର୍ଯାତନା: ହାତ, ଗୋଡ଼ ଭାଙ୍ଗିଦେଲେ, ଯୌନାଙ୍ଗରେ…

ପୁରୁଣା ଭୁବନେଶ୍ୱର,୫ା୯(ସୁବାସ ଚନ୍ଦ୍ର ପ୍ରଧାନ): ବ୍ରହ୍ମପୁର ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ଦ୍ୱାରା ଅମାନୁଷିକତାର ସବୁ ସୀମା ଟପିଯାଇଛି। ଚୋରି ସନ୍ଦେହରେ ସୌମ୍ୟରଞ୍ଜନ ମିଶ୍ର ନାମକ ଜଣେ…

ହିନ୍ଦୁତ୍ୱ ଇନ୍‌ଫ୍ଲୁଏନ୍ସର ସ୍ବତନ୍ତ୍ର ଭରଦ୍ୱାଜ ଗିରଫ

ନୂଆଦିଲ୍ଲୀ,୫ା୯:ଦିଲ୍ଲୀର ଯନ୍ତରମନ୍ତରରେ ଗତ ଜୁଲାଇରେ କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ନେତୃତ୍ୱରେ ଛାତ୍ର ଆନ୍ଦୋଳନ ବେଳେ ଜଣେ ଛାତ୍ରୀଙ୍କ ବାପାଙ୍କୁ ଆକ୍ରମଣ କରିଥିବା ହିନ୍ଦୁତ୍ୱ ଇନ୍‌ଫ୍ଲୁଏନ୍ସର ସ୍ବତନ୍ତ୍ର…

ବିଡ଼ା ବିଡ଼ା ଟଙ୍କା ଗଣାଚାଲିଛି

ପୁରୀ,୫ା୯(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ୨ ଯୁବକଙ୍କୁ ଗିରଫ କରିଛି। ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri