Posted inଖେଳ

ଡେନ୍‌ମାର୍କ ଓପନ୍‌ରୁ ସିନ୍ଧୁ, ସମୀରଙ୍କ ବିଦାୟ

ଓଡେଞ୍ଜ୍‌, ୧୭ା୧୦ (ପି.ଟି.)-ବିଶ୍ୱ ଚାମ୍ପିୟନ ପି.ଭି. ସିନ୍ଧୁ ଡେନ୍‌ମାର୍କ ଓପନ୍‌ ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତାରୁ ବିଦାୟ ନେଇଛନ୍ତି। ଏହି ବିଡବ୍ଲ୍ୟୁଏଫ୍‌ ଓ୍ବାଲର୍‌ଡ ଟୁର୍‌ ସୁପର ୭୫୦ଇଭେଣ୍ଟର ଏକ ଦ୍ୱିତୀୟ ରାଉଣ୍ଡ ମ୍ୟାଚରେ ୫ମ ସିଡ୍‌ ସିନ୍ଧୁ କୋରିଆର ଆନ୍‌ ସି ୟଙ୍ଗ୍‌ଙ୍କଠାରୁ ୧୪-୨୧, ୧୭-୨୧ରେ ହାରିଯାଇଛନ୍ତି। ଅଗଷ୍ଟରେ ସୁଇଜରଲାଣ୍ଡର ବାସେଲଠାରେ ବିଶ୍ୱ ଚାମ୍ପିୟନଶିପ୍‌ ଜିତିବା ପରେ ସିନ୍ଧୁ କ୍ରମାଗତ ୩ଟି ଟୁର୍ନାମେଣ୍ଟର ପ୍ରାରମ୍ଭିକ ପର୍ଯ୍ୟାୟରୁ ବିଦାୟ ନେଇଛନ୍ତି। ୨୪ ବର୍ଷୀୟା ଏହି ଭାରତୀୟ ଖେଳାଳି ଚାଇନା ଓପନ ଏବଂ କୋରିଆ ଓପନରେ ଯଥାକ୍ରମେ ଦ୍ୱିତୀୟ ଓ ପ୍ରଥମ ରାଉଣ୍ଡରୁ ବିଦାୟ ନେଇଥିଲେ। ଗୁରୁବାର ଭାରତ ପାଇଁ ଖରାପ ଦିବସ ଥିଲା। ସମୀର ବର୍ମା ଏବଂ ପୁରୁଷ ଡବଲ୍ସ ଯୋଡ଼ି ସାତ୍ତ୍ୱିକ ସାଇରାଜ ରାଙ୍କିରେଡ୍ଡୀ ଏବଂ ଚିରାଗ ସେଟ୍ଟି ସେମାନଙ୍କ ଦ୍ୱିତୀୟ ରାଉଣ୍ଡ ମ୍ୟାଚରେ ପରାଜିତ ହୋଇଛନ୍ତି। ପୁରୁଷ ସିଙ୍ଗଲ୍ସରେ ସମୀର ଅଲିମ୍ପିକ ଚାମ୍ପିୟନ ତଥା ଚାଇନାର ଚେନ୍‌ ଲଙ୍ଗ୍‌ଙ୍କଠାରୁ ୧୨-୨୧, ୧୦-୨୧ରେ ପରାସ୍ତ ହୋଇଥିବା ବେଳେ ଥାଇଲାଣ୍ଡ ଓପନ ଚାମ୍ପିୟନ ସାତ୍ତ୍ୱିକ ଏବଂ ଚିରାଗ ୬ଷ୍ଠ ସିଡ୍‌ ଚାଇନିଜ ଯୋଡ଼ି ହାନ୍‌ ଚେଙ୍ଗ୍‌ କାଇ ଏବଂ ଝୋ ହାଓ ଡଙ୍ଗ୍‌ଙ୍କଠାରୁ ୧୬-୨୧, ୧୫-୨୧ରେ ହାରିଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬ର ବିଜେତା ହେଲେ ଓଡ଼ିଶାର ଜ୍ୟୋତିର୍ମୟୀ ନାୟକ

ମୁମ୍ବାଇ / ଭୁବନେଶ୍ୱର: ଦେଶର ଅନ୍ୟତମ ଲୋକପ୍ରିୟ ସଙ୍ଗୀତ ଭିତ୍ତିକ ରିଆଲିଟି ସୋ’ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ (Indian Idol Season 16) ର ମୁକୁଟ ଜିତି…

ଭାରତୀୟ ମୁଦ୍ରା କଟକଣା କୋହଳ କଲା ନେପାଳ

ନୂଆଦିଲ୍ଲୀ, ୨୬।୭ : ଭାରତୀୟ ମୁଦ୍ରା ଉପରେ ଥିବା କଟକଣାକୁ କୋହଳ କରି ନେପାଳ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛି । ବର୍ତ୍ତମାନ ଭାରତୀୟ ଏବଂ…

ଅଙ୍ଗନୱାଡି କେନ୍ଦ୍ରରେ ତାଲା, ସରକାରୀ ସୁବିଧାରୁ ବଞ୍ଚିତ ହେଲେ ଶିଶୁ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ହାଲୁପାଲି ପଞ୍ଚାୟତ ଅଧୀନ ନିଲଜି ଗ୍ରାମରେ ଭୋଟର ତାଲିକା ସଘନ ସଂଶୋଧନ ବେଳେ ଉପୁଜିଥିବା ଏକ କଥାକୁ…

ଅଧରପଣା ଲାଗି, ମହାପ୍ରଭୁ ଦଧିବାମନଙ୍କ ନୀଳାଦ୍ରି ବିଜେ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଶ୍ରୀ ଶ୍ରୀ ଦଧିବାମନ ପୀଠରେ ଶ୍ରୀଶ୍ରୀ ଦଧିବାମନ ମହାପ୍ରଭୁଙ୍କ ଅଧରପଣା ନୀତି ରବିବାର ଅନୁଷ୍ଠିତ ହୋଇଯାଇଛି । ପରମ୍ପରା ଆଧାରରେ…

ବରଗଡ଼ ଏମ୍‌ପି ରଖିଲେ ବଡ଼ ଦାବି: ‘ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦିଆଯାଉ’

ବରଗଡ,୨୬।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ବୀରାଙ୍ଗନା ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଯଥୋଚିତ ଜାତୀୟ ସମ୍ମାନ ପ୍ରଦାନ ପାଇଁ ଲୋକ ସଭାରେ ବରଗଡ଼ ସାଂସଦ(ଏମ୍‌ପି) ପ୍ରଦୀପ…

ଦାଦନ ସାଜିଲା କାଳ: ବର୍ଷେ ବିତିବାକୁ ବସିଲା, ମିଳୁନି ନିଖୋଜ ଯୁବକଙ୍କ ସନ୍ଧାନ

ଥୁଆମୂଳ ରାମପୁର,୨୬।୭ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଓ ପରିବାର ପ୍ରତିପୋଷଣ ପାଇଁ କେରଳକୁ ଦାଦନ ଖଟିବାକୁ ଯାଇଥିବା ଜଣେ ନିରୀହ ଯୁବକ ନିଖୋଜ ହେବାର ବର୍ଷେ…

ଗଞ୍ଜେଇ ପରିବହନ କରିବା ପାଇଁ ବସ୍‌କୁ କରିଥିଲେ ଅପେକ୍ଷା: ମାଡିବସିଲା ପୋଲିସ, ଜଣେ ଯୁବତୀଙ୍କ ସମେତ…

ମୋହନା, ୨୬।୭( ମନ୍ମଥ ମିଶ୍ର ) : ରବିବାର ମୋହନା ଥାନା ପୋଲିସ ସ୍ଥାନୀୟ ଅଞ୍ଚଳରେ ପାଟ୍ରୋଲିଂ କରୁଥିବାବେଳେ ରାଇସିଂ ଛକ ନିକଟରେ ଦୁଇଟି ବ୍ୟାଗରେ ବେଆଇନ…

ଦୀର୍ଘ ୯ ବର୍ଷ ପରେ ପୁଣି ଗ୍ରାମରେ ପହଞ୍ଚିଲା ଖୁସି, କନ୍ଧକୂଳ ସମାଜର ପାରମ୍ପରିକ ରୀତିନୀତିରେ ଫେରିଲେ ୩ ପରିବାର

କଲ୍ୟାଣସିଂହପୁର, ୨୬।୭(ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସେରିଗୁମା ପଞ୍ଚାୟତର କଣାଗାଁରେ ଦେଖିବାକୁ ମିଳିଛି ଏକ ସାମାଜିକ ଓ ସାଂସ୍କୃତିକ ପୁର୍ନମିଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri