ଡେବିଟ କାର୍ଡ ବନ୍ଦ କରିବାକୁ ଏସ୍‌ବିଆଇର ପ୍ରସ୍ତୁତି

ନୂଆଦିଲ୍ଲୀ,୨୦-୮: ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ(ଏସ୍‌ବିଆଇ) ପ୍ଲାଷ୍ଟିକ ଡେବିଟ କାର୍ଡ ପ୍ରଚଳନକୁ ବନ୍ଦ କରିବାକୁ ଯାଉଛି। ଏହା ବଦଳରେ ବ୍ୟାଙ୍କ ୟୋନୋ ଡିଜିଟାଲ ପେମେଣ୍ଟ ବ୍ୟବସ୍ଥାକୁ ଅଧିକ ଜୋରଦାର ଭାବେ ଲାଗୁ କରିବ। ଏସ୍‌ବିଆଇ ଅଧ୍ୟକ୍ଷ ରଜନୀଶ କୁମାର ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ କହିଛନ୍ତି ଯେ, ଡେବିଟ କାର୍ଡ ପ୍ରଚଳନକୁ ସମ୍ପୂର୍ଣ୍ଣ ପ୍ରତ୍ୟାହାର କରିବାକୁ ଯୋଜନା ପ୍ରସ୍ତୁତ ହୋଇଛି। ଦେଶରେ ଏବେ ୯୦କୋଟି ଡେବିଟ ଓ ୩ କୋଟି କ୍ରେଡିଟ କାର୍ଡ ରହିଛି ବୋଲି ସେ କହିଛନ୍ତି। ଏସ୍‌ବିଆଇର ଡିଜିଟାଲ ପେମେଣ୍ଟ ବ୍ୟବସ୍ଥା ୟୋନୋ ପ୍ଲାଟଫର୍ମ ମାଧ୍ୟମରେ ଡେବିଟ କାର୍ଡକୁ ସମ୍ପୂର୍ଣ୍ଣ ଭାବେ ପ୍ରତ୍ୟାହାର କରାଯିବ। ଏଥିରେ ୟୋନୋର ଭୂମିକା ଗୁରୁତ୍ୱପୂର୍ଣ୍ଣ ହେବ। ସେ କହିଛନ୍ତି ଯେ, ୟୋନୋ ଜରିଆରେ ଏଟିଏମ୍‌ରୁ ନଗଦ ଉଠାଇ ହେବ ଏବଂ ଦୋକାନରୁ ସାମଗ୍ରୀ କିଣିହେବ। ଏଥିଲାଗି ବ୍ୟାଙ୍କ ପୂର୍ବରୁ ୬୮ ହଜାର ୟୋନୋ କ୍ୟାଶ୍‌ପଏଣ୍ଟ ସ୍ଥାପନ କରିସାରିଛି। ଆସନ୍ତା ଦେଢ଼ ବର୍ଷ ମଧ୍ୟରେ ଏହାକୁ ୧୦ ଲକ୍ଷରେ ପହଞ୍ଚାଇବାର ଯୋଜନା ରହିଛି। ସୂଚନାଥାଉ କି, ଏସ୍‌ବିଆଇ ପକ୍ଷରୁ ଚଳିତବର୍ଷ ୟୋନୋ କ୍ୟାଶ୍‌ ସେବା ଆରମ୍ଭ କରିଛି, ଯାହା ଗ୍ରାହକଙ୍କୁ ବିନା ଡେବିଟ୍‌ କାର୍ଡରେ ଏଟିଏମ୍‌ରୁ ଟଙ୍କା କାଢ଼ିବାର ସୁବିଧା ଦେଇଥାଏ। ଏହି ବ୍ୟବସ୍ଥା ଅତ୍ୟନ୍ତ ସହଜ ତଥା ସୁବିଧାଜନକ ଏବଂ ସୁରକ୍ଷିତ। ଆରମ୍ଭରେ ୧୬,୫୦୦ ଏଟିଏମ୍‌ରେ ଏହି ସୁବିଧା ଯୋଗାଇ ଦିଆଯାଇଥିଲା। ଧୀରେ ଧୀରେ ଏହାକୁ ଅଧିକ ଏଟିଏମ ସହ ଲିଙ୍କ୍‌ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଡିସେମ୍ବରରେ ବଢ଼ିଲା GST ସଂଗ୍ରହ: ୧.୭୪ ଲକ୍ଷ କୋଟି ଟଙ୍କା ଛୁଇଁଲା ରାଜସ୍ୱ

ନୂଆଦିଲ୍ଲୀ,୧।୧: ଦେଶରେ ବସ୍ତୁ ଓ ସେବା କର (GST) ସଂଗ୍ରହ କ୍ଷେତ୍ରରେ ପୁଣି ଉତ୍ସାହଜନକ ଅଭିବୃଦ୍ଧି ଦେଖିବାକୁ ମିଳିଛି। ଗତ ନଭେମ୍ବର ମାସର ମନ୍ଥରତା ପରେ...

ସିଗାରେଟ୍‌, ବିଡ଼ି, ପାନ ମସଲା ହେବ ମହଙ୍ଗା: ଏହି ତାରିଖରୁ ଲାଗୁ ହେବାକୁ ଯାଉଛି ନୂଆ TAX

ନୂଆଦିଲ୍ଲୀ,୧।୧: ଯଦି ସିଗାରେଟ, ବିଡ଼ି, ପାନ ମସଲା ଇତ୍ୟାଦି ଆପଣଙ୍କ ଅଭ୍ୟାସର ଅଂଶ ଏବଂ ଆପଣ ଏହା ବିନା କିଛି ଅଭାବ ଅନୁଭବ କରୁଛନ୍ତି, ତେବେ...

Stock Market Today: ନୂଆବର୍ଷର ପ୍ରଥମ ଦିନରେ ଉପର ମୁହାଁ ଷ୍ଟକ ମାର୍କେଟ, ମାଲେମାଲ ନିବେଶକ

ନୂଆଦିଲ୍ଲୀ,୧।୧: ନୂତନ ବର୍ଷର ପ୍ରଥମ ଦିନ, ଜାନୁଆରୀ ୧, ୨୦୨୬ ରେ ଭାରତୀୟ ଷ୍ଟକ୍ ବଜାର ଜୋରଦାର ଆରମ୍ଭ ହୋଇଛି । ସକାଳ ପ୍ରାୟ ୯ଟା...

ଆଜିଠାରୁ ୮ମ ବେତନ କମିଶନ ଲାଗୁ: ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀଙ୍କୁ ବଡ଼ ଫାଇଦା, ଏତିକି ବଢିଯିବ…

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ ସମସ୍ତଙ୍କ ପାଇଁ ଖୁସିର ଦିନ ହେବାକୁ ଯାଉଥିବା ବେଳେ, ନୂତନ ବର୍ଷର ଆରମ୍ଭ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବିଶେଷ ହେବାକୁ...

LPGରୁ UPI ଯାଏ…ଆଜିଠୁ ୫ବଡ଼ ପରିବର୍ତ୍ତନ, ସାଧାରଣ ଲୋକଙ୍କୁ ଲାଗିବ ଝଟ୍‌କା!

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ 2026 ଆରମ୍ଭ ହେବା ସହିତ, ସାଧାରଣ ଲୋକଙ୍କ ଦୈନନ୍ଦିନ ଜୀବନ ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ ନିୟମ ପରିବର୍ତ୍ତନ ହୋଇଛି, ଯାହା...

ଡେଲିଭରି ଏଜେଣ୍ଟଙ୍କ ପାଇଁ କମ୍ପାନୀ କଲା ବଡ଼ ଘୋଷଣା, ବଢିବ ଇନକମ୍‌

ନୂଆଦିଲ୍ଲୀ,୩୧।୧୨:ଡିସେମ୍ୱର 31 ତାରିଖରେ ଡେଲିଭରି କର୍ମଚାରୀମାନେ ଧର୍ମଘଟ ଘୋଷଣା କରିଛନ୍ତି। ଏହି ସମୟରେ, ଜୋମାଟୋ ଏବଂ ସ୍ୱିଗି ଅଧିକ ଦରମା ଏବଂ ବୀମା ପାଇଁ ପ୍ରତିବାଦ...

ନୂଆବର୍ଷ ଗୋଟିଏ ଦିନ ପୂର୍ୱରୁ ସରକାରୀ କର୍ମଚାରୀଙ୍କୁ ଝଟ୍‌କା! ଏମାନଙ୍କୁ ମିଳିବନି ଗ୍ରାଚ୍ୟୁଇଟି

ନୂଆଦିଲ୍ଲୀ,୩୧।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ଆସିଛି। ପେନସନ ଏବଂ ପେନସନଭୋଗୀ କଲ୍ୟାଣ ବିଭାଗ (DoPPW) ଗ୍ରାଚ୍ୟୁଇଟି ସମ୍ୱନ୍ଧୀୟ...

ଚାଇନାକୁ ପଛରେ ପକାଇ ବିଶ୍ୱର ଶୀର୍ଷ ଧାନ ଉତ୍ପାଦନକାରୀ ଦେଶ ହେଲା ଭାରତ, ରହିଛି ଓଡ଼ିଶାର ଗୁରୁତ୍ୱପୂର୍ଣ୍ଣ ଭୂମିକା

ନୂଆଦିଲ୍ଲୀ, ୩୧ା୧୨: କୃଷି କ୍ଷେତ୍ରରେ ଭାରତ ଏକ ଐତିହାସିକ ସଫଳତା ହାସଲ କରିଛି। ବର୍ଷ ବର୍ଷ ଧରି ଧାନ ଉତ୍ପାଦନରେ ଚାଇନାର ରହିଥିବା ଆଧିପତ୍ୟକୁ ଶେଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri