Posted inଖେଳ

ଡେଭିସ୍‌ କପ୍‌ ମ୍ୟାଚ ନଭେମ୍ବରକୁ ଘୁଞ୍ଚିଲା

ନୂଆଦିଲ୍ଲୀ, ୨୩|୮ (ପି.ଟି.)- ପାକିସ୍ତାନ ବିପକ୍ଷ ଭାରତର ଡେଭିସ୍‌ କପ୍‌ ମ୍ୟାଚକୁ ନଭେମ୍ବରକୁ ଘୁଞ୍ଚାଇ ଦିଆଯାଇଛି। ପାକିସ୍ତାନର ସୁରକ୍ଷା ବ୍ୟବସ୍ଥା ଅନୁଧ୍ୟାନ ପରେ ଇଣ୍ଟରନ୍ୟାଶନାଲ ଟେନିସ ଫେଡେରେଶନ (ଆଇଟିଏଫ୍‌) ଗୁରୁବାର ଏହା ଘୋଷଣା କରିଛି। ଏହି ମୁକାବିଲା ସେପ୍ଟେମ୍ବର ୧୪-୧୫ରେ ଇସ୍‌ଲାମାବାଦରେ ଖେଳାଯିବାର କାର୍ଯ୍ୟକ୍ରମ ଥିଲା। ‘ବିଶେଷ ପରିସ୍ଥିତି’ ଭିତ୍ତିରେ ଏହି ନିଷ୍ପତ୍ତି ନିଆଯାଇଛି। କିନ୍ତୁ ଖେଳର ଭେନ୍ୟୁରେ ପରିବର୍ତ୍ତନ କରାଯାଇ ନାହିଁ ବୋଲି ଆଇଟିଏଫ୍‌ ପକ୍ଷରୁ ସ୍ପଷ୍ଟ କରାଯାଇଛି। ସେପ୍ଟେମ୍ବର ୯ରେ ଆଇଟିଏଫ୍‌ ସୁରକ୍ଷା କମିଟି ବୈଠକ ବସିବ। ସେଦିନ ମ୍ୟାଚର ତାରିଖ ନିରୂପଣ କରାଯିବ। କିନ୍ତୁ ଏହି ସମୟ ମଧ୍ୟରେ ଆଇଟିଏଫ୍‌ ଏବଂ ଡେଭିସ୍‌ କପ୍‌ କମିଟି ପାକିସ୍ତାନ ସୁରକ୍ଷା ବ୍ୟବସ୍ଥା ଉପରେ ନିଘା ରଖିଥିବ। ସୂଚନାଯୋଗ୍ୟ, ଜମ୍ମୁ-କଶ୍ମୀର ଉପରୁ ସ୍ବତନ୍ତ୍ର ରାଜ୍ୟ ମାନ୍ୟତା ପ୍ରତ୍ୟାହାର ପରେ ଭାରତ ସହିତ ପାକିସ୍ତାନର କୂଟନୈତିକ ସମ୍ପର୍କରେ ଅବନତି ଘଟିଛି। ସୁରକ୍ଷାଗତ କାରଣରୁ ଏହି ମ୍ୟାଚ ପାକିସ୍ତାନ ପରିବର୍ତ୍ତେ ଏକ ନିରପେକ୍ଷ ଭେନ୍ୟୁରେ ଖେଳାଯାଉ ବୋଲି ଏଆଇଟିଏ ପକ୍ଷରୁ ହେଉଥିବା ଦାବିକୁ ଆଇଟିଏଫ୍‌ ଦୁଇଥର ପ୍ରତ୍ୟାଖ୍ୟାନ କରିସାରିଛି। ହେଲେ ଶେଷରେ ଏହି ପ୍ରସଙ୍ଗ ନେଇ ଏଆଇଟିଏର ପ୍ରତିନିଧିଙ୍କ ସହିତ ଟେଲିକନଫରେନ୍ସ ଜରିଆରେ ଆଲୋଚନା କରିବା ଲାଗି ଆଇଟିଏଫ୍‌ ରାଜି ହୋଇଥିଲା। ମାତ୍ର ଏହା ପୂର୍ବରୁ ଆଇଟିଏଫ୍‌ର ଡେଭିସ୍‌ କପ୍‌ କମିଟି ମ୍ୟାଚକୁ ଘୁଞ୍ଚାଇ ଦେବାଲାଗି ନିଷ୍ପତ୍ତି ନେଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

BCCIର ବଡ଼ ଘୋଷଣା: ଏଣିକି ଏମିତି କଲେ ବୋଲରଙ୍କୁ…ନୂଆ ନିୟମ ଜାରି

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ୨୦୨୬-୨୭ ଘରୋଇ କ୍ରିକେଟ ସିଜନ ପୂର୍ବରୁ ଖେଳର ନିୟମରେ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି। ନୂତନ ନିୟମଗୁଡ଼ିକର ପ୍ରଭାବ…

ଭଟାପଲାକୁ ନୂତନ ଗ୍ରାମ ପଞ୍ଚାୟତ ମାନ୍ୟତା ଦାବି ଜୋରଦାର: ଲିଖିତ ଦାବିପତ୍ର ଦାଖଲ

କର୍ଲାମୁଣ୍ଡା,୨୨।୭(ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଭଟାପଲାକୁ ସୱତନ୍ତ୍ର ଗ୍ରାମ ପଞ୍ଚାୟତର ମାନ୍ୟତା ପ୍ରଦାନ କରିବା ଦାବିରେ ଅଞ୍ଚଳବାସୀଙ୍କ ସୱର ଦିନକୁ ଦିନ ଜୋରଦାର ହେଉଛି। ଦୀର୍ଘଦିନ…

ବିପଦରେ ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ଥାନ! ଜିମ୍ବାୱେ ମ୍ୟାଚରେ ବିଫଳ ହେଲେ…

ନୂଆଦିଲ୍ଲୀ,୨୨।୭: ବୈଭବ ସୂର୍ଯ୍ୟବଂଶୀ ୧୫ ବର୍ଷ ବୟସରେ ନିଜର ଝଡ଼ ବ୍ୟାଟିଂ ବଳରେ ଟିମ ଇଣ୍ଡିଆରେ ସ୍ଥାନ ପାଇଛନ୍ତି। ସେ ଇଂଲଣ୍ଡ ବିପକ୍ଷ ଟି-ଟେଣ୍ଟି ଅନ୍ତର୍ଜାତୀୟ (T20I)…

ଅଧରାତିରେ ହଠାତ୍‌ ୱାଙ୍ଗଚୁକଙ୍କୁ ଭେଟିବାକୁ ଗଲେ ଜେପି ନଡ୍ଡା: ବଢିଲା…

ନୂଆଦିଲ୍ଲୀ,୨୨।୭: ଜଳବାୟୁ କର୍ମୀ ଏବଂ ବୈଜ୍ଞାନିକ ସୋନମ ୱାଙ୍ଗଚୁକଙ୍କୁ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି। କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା ଏବଂ…

ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କା ଚୋରି: ସୁନା-ରୁପା ବି ଛାଡ଼ିଲେନି

କେସିଙ୍ଗା,୨୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବସହର ୱାର୍ଡ ନ.୩ରେ ଅମ୍ବାଜି ଏଜେନ୍ସି ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତକାଲି ରାତିରେ ତାଲା ଭାଙ୍ଗି ଲକ୍ଷ ଲକ୍ଷ…

ଦିନକୁ ୫ କପ୍‌ କଫି କମାଏ ହୃଦ୍‌ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri