Posted inଖେଳ

ଡେଭିସ୍‌ କପ୍‌: ସୁରକ୍ଷା ପ୍ରତିଶ୍ରୁତି ଚାହିଁଲେ ଭାରତୀୟ ଖେଳାଳି

ନୂଆଦିଲ୍ଲୀ, ୩୧ା୭ (ପି.ଟି.)-ଡେଭିସ୍‌ କପ୍‌ ଖେଳିବା ଲାଗି ଭାରତୀୟ ଟେନିସ୍‌ ଖେଳାଳିମାନେ ପାକିସ୍ତାନ ଯିବା ଲାଗି ଆଗ୍ରହ ପ୍ରକାଶ କରିଛନ୍ତି। ମାତ୍ର ଇସ୍‌ଲାମାବାଦରେ ପହଞ୍ଚିବା ପୂର୍ବରୁ ସେମାନେ ସମସ୍ତ ପ୍ରକାର ସୁରକ୍ଷାଜନିତ ପ୍ରତିଶ୍ରୁତି ଚାହିଁଛନ୍ତି। ପାକିସ୍ତାନ ରାଜଧାନୀ ସହରରେ ଡେଭିସ୍‌ କପ୍‌ ମ୍ୟାଚ ସେପ୍ଟେମ୍ବର ୧୪ ଓ ୧୫ ତାରିଖରେ ଖେଳାଯିବ। ଦୀର୍ଘ ୫୫ ବର୍ଷ ପରେ ଏକ ଭାରତୀୟ ଟେନିସ ଦଳ ପାକିସ୍ତାନ ଟୁର୍‌ରେ ଯିବ। ମହେଶ ଭୂପତି ଦଳର ଅଣ ଖେଳାଳି ଅଧିନାୟକ। ଦେଶର ନମ୍ବରଓ୍ବାନ ଖେଳାଳି ପ୍ରଜନେଶ ଗୁଣେସ୍ବରନ ଦଳରେ ସ୍ଥାନ ପାଇଛନ୍ତି। ଖବର ଅନୁସାରେ ଭୂପତି ସର୍ବଭାରତୀୟ ଟେନିସ ଆସୋସିଏଶନ (ଏଆଇଟିଏ)କୁ ଏକ ଚିଠି ଲେଖିଛନ୍ତି। ଗସ୍ତ ଏବଂ ରହଣି ବେଳେ ସେ ଖେଳାଳିଙ୍କ ସୁରକ୍ଷା ଲୋଡିିଛନ୍ତି। ଏଆଇଟିଏ ସାଧାରଣ ସମ୍ପାଦକ ହିରନମୟ ଚାଟାର୍ଜୀଙ୍କୁ ଏ ବିଷୟରେ ପଚରାଯିବାରେ ଭୂପତିଙ୍କ ସମସ୍ତ ପ୍ରଶ୍ନର ଉତ୍ତର ସେ ଦେଇ ସାରିଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

ଜେଲ ଯିବେ ତରୁଣ ତେଜପାଲ, ସୁପ୍ରିମକୋର୍ଟରୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୫।୮: ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ ତେହେଲକା ସମ୍ପାଦକ ତରୁଣ ତେଜପାଲଙ୍କୁ ସୁପ୍ରିମକୋର୍ଟ ତୁରନ୍ତ ଆଶ୍ୱସ୍ତି ଦେବାକୁ ମନା କରିଦେଇଛନ୍ତି। କୋର୍ଟ ତାଙ୍କୁ ଦୁଇ…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

ରକ୍ଷାବନ୍ଧନ ପର୍ଯ୍ୟନ୍ତ ୩ ରାଶିଙ୍କୁ ବୁଧ ଦେବେ ଶୁଭ ଫଳ! ଅଚାନକ ଟଙ୍କା….

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୁଧ ଗ୍ରହକୁ ବୁଦ୍ଧି, ବାଣିଜ୍ୟ ଓ ଆର୍ଥିକ କାରବାରର କାରକ ଗ୍ରହ ବୋଲି ମନାଯାଏ । ବୁଧ ଏବେ କେତୁଙ୍କ ମଘା ନକ୍ଷତ୍ରରେ…

ଉଛୁଳୁଛି ସମୁଦ୍ର, ପୃଥିବୀ ଆଡକୁ ମାଡି ଆସୁଛି ବଡ଼ ‘ବିପର୍ଯ୍ୟୟ’? ବର୍ଷା-ବନ୍ୟା ଦେଉଛି ବିପଦର ବଡ଼ ସଙ୍କେତ

ନୂଆଦିଲ୍ଲୀ,୨୫।୮: ବିଶ୍ୱ ପାଣିପାଗ ଧାରାରେ ଦ୍ରୁତ ପରିବର୍ତ୍ତନ ହେଉଛି। କିଛି ଅଞ୍ଚଳ ପ୍ରବଳ ଗରମ ଅନୁଭବ କରୁଥିବା ବେଳେ, ଅନ୍ୟ ଅଞ୍ଚଳରେ ଅଳ୍ପ ସମୟ ମଧ୍ୟରେ ଏତେ…

ଅବସର ନେବେ ଗଡ଼କରୀ! ଦେଲେ ଏମିତି ବୟାନହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ନାଗପୁର ଜିଲାର କାଟୋଲ ଅଞ୍ଚଳର ପାରାଡସିଙ୍ଗାରେ ଆୟୋଜିତ ଏକଲବ୍ୟ ଏକଲ ବିଦ୍ୟାଳୟର ଶିକ୍ଷକ ଏବଂ ପର୍ଯ୍ୟବେକ୍ଷକଙ୍କ ପାଇଁ ଏକ ତାଲିମ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ…

ବୈଭବ ସୂର୍ଯ୍ୟବଂଶୀ ତାଙ୍କ ଜର୍ସିର ପ୍ରକୃତ ନମ୍ବର କାହିଁକି ଲୁଚାଇ ଦେଇଥିଲେ? ଯାହା ପାଲଟିଲାଣି ଆଲୋଚନାର ବିଷୟ

ନୂଆଦିଲ୍ଲୀ,୨୫।୮: ସମସ୍ତଙ୍କ ନଜର ଏବେ ଭାରତର ଯୁବ ତାରକା, 15 ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ। ଏହି ଯୁବ ବ୍ୟାଟସମ୍ୟାନ ତାଙ୍କର ବିସ୍ଫୋରକ ବ୍ୟାଟିଂ ଶୈଳୀ ମାଧ୍ୟମରେ…

ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର: ଛାତ୍ରୀଛାତ୍ରଙ୍କ ମଧ୍ୟରେ ବୃଦ୍ଧି ପାଉଛି ଆଗ୍ରହ

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri