ଡେଲିଭରି ବୟଠାରୁ ଠକିନେଲେ ୮ମୋବାଇଲ

ବାରିପଦା ଅଫିସ, ୨୩।୨-ବାରିପଦା ଟାଉନରେ ଜଣେ ଡେଲିଭରି ବୟଠାରୁ ଦୁଇ ଜଣ ଯୁବକ ୮ମୋବାଇଲ ଠକି ନେଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ପୋଲିସ ଅଭିଯୋଗକୁ ଭିତ୍ତି କରି ଏହି ଘଟଣାରେ ସମ୍ପୃକ୍ତ ଥିବା ଦୁଇ ଜଣଙ୍କୁ ଯାଜପୁର ଓ ଭୁବନେଶ୍ୱରରୁ ଉଠାଇ ଆଣିଛି। ରବିବାର ପଚରାଉଚରା କରାଯିବା ପରେ ସେମାନଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଥାନାରୁ ସୂଚନା ମିଳିଛି। ସୂଚନା ଅନୁସାରେ ଟାଉନ ଥାନା ଅନ୍ତର୍ଗତ ବିଜୟ ରାମଚନ୍ଦ୍ରପୁରର ଦେବବ୍ରତ ପଲେଇ ଏକ ସଂସ୍ଥାର ଡେଲିଭରି ବୟ ଭାବେ କାର୍ଯ୍ୟ କରନ୍ତି। ଗତ ୧୭ ତାରିଖରେ ଜଣେ ଯୁବକ ୧୦ଟି ମୋବାଇଲ ଅର୍ଡର କରିଥିଲେ। ଅମ୍ବିକା ମନ୍ଦିର ଛକ ନିକଟରେ ରହୁଥିବା ଉକ୍ତ ଯୁବକ ଜଣଙ୍କ ଡେଲିଭରି ବୟଠାରୁ ସମସ୍ତ ମୋବାଇଲ୍‌ ରଖି ଟଙ୍କା ଦେଇଥିଲେ।
ଏହା ପରେ ମୋବାଇଲ ଅର୍ଡର କରିଥିବା ଯୁବକ ଆଉ ଜଣେ ଯୁବକଙ୍କୁ ତାଙ୍କ ଭାଇ ବୋଲି ପରିଚୟ ଦେଇ ଡେଲିଭରି ବୟ ଦେବବ୍ରତଙ୍କ ସହିତ ବନ୍ଧୁତା କରିବା ସହ ତାଙ୍କ ନମ୍ବର ନେଇଥିଲେ। କିଛି ସମୟ ପରେ ଯୁବକ ଜଣଙ୍କ ଡେଲିଭରି ବୟଙ୍କୁ ଡାକି ୮ଟି ମୋବାଇଲ ପ୍ୟାକେଟ୍‌ ଫେରାଇ ଦେଇଥିଲେ। ଫଳରେ ଦେବବ୍ରତଙ୍କଠାରୁ ସେ ୨ଲକ୍ଷ ୮୮ ହଜାର ଟଙ୍କା ଫେରସ୍ତ ନେଇ ଯାଇଥିଲେ। ମାତ୍ର ଦେବବ୍ରତ ଡିପୋରେ ଯାଇ ଉକ୍ତ ପ୍ୟାକେଟ ଗୁଡ଼ିକ ଡିପୋଜିଟ କରିବାପରେ ସେଥିରେ ମୋବାଇଲ ବଦଳରେ ସାବୁନ ଥିବା ଜାଣିବାକୁ ପାଇଥିଲେ। ଏହାପରେ ସେ ଯୁବକଙ୍କ ନମ୍ବରକୁ ଯୋଗାଯୋଗ କରିଥିଲେ ମଧ୍ୟ ଫୋନ୍‌ ଲାଗି ନ ଥିଲା। ଡେଲିଭରି କରିଥିବା ଉକ୍ତ ସ୍ଥାନରେ ପହଞ୍ଚି ସେ ଖୋଜାଖୋଜି କରିଥିଲେ ମଧ୍ୟ ଦୁଇ ଯୁବକଙ୍କ ପତ୍ତା ପାଇ ନ ଥିଲେ। ପରେ ସେ ଟାଉନ ଥାନାରେ ଅଭିଯୋଗ କରିବାପରେ ପୋଲିସ ଏନେଇ ଏକ ମାମଲା (ନଂ.୧୦୨/୨୦) ରୁଜୁ କରି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କୁ ମାରିବାକୁ ସ୍ବାମୀ ରଚିଥିଲେ ଷଡଯନ୍ତ୍ର: ଘରେ ଲଗାଇଦେଲେ ନିଆଁ, ପରେ…

ଉଦଳା,୨୨।୧୨: ସ୍ତ୍ରୀଙ୍କୁ ମାରିବାକୁ ସ୍ବାମୀ ରଚିଥିଲେ ଷଡଯନ୍ତ୍ର । ପୋଡ଼ି ମାରିବାକୁ ସ୍ବାମୀ ଘରେ ନିଆଁ ଲଗାଇ ଦେଇଥିଲେ। ଏଭଳି ଅଭାବନୀୟ ଘଟଣା ଘଟିଛି ମୟୂରଭଞ୍ଜ...

ଘରେଥିଲେ ବୃଦ୍ଧ ହଠାତ୍‌ ଲାଗିଗଲା ନିଆଁ: ଶେଷରେ…

ବାରିପଦା, ୨୧।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ମୁଣ୍ଢାକଟା ପଞ୍ଚାୟତ ଜୁନା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଘରେ...

ବସ୍‌ଷ୍ଟାଣ୍ଡ ପାଇଁ ଗଛକଟା: ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ…

ବାରିପଦା, ୨୧।୧୧ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ପାଲବଣୀଠାରେ ଆନ୍ତଃରାଜ୍ୟ ବସ୍‌ଷ୍ଟାଣ୍ଡ ନିର୍ମାଣ ପାଇଁ ଚାଲିଥିବା ଗଛକଟାକୁ ତୀବ୍ର ବିରୋଧ କରାଯାଇଛି। ପରିବେଶବିତ୍‌...

ବସ୍‌ଷ୍ଟାଣ୍ଡ ନିର୍ମାଣ ପାଇଁ ଚାଲିଛି ଗଛକଟା: ଉଦ୍‌ବେଗ ପ୍ରକାଶ କଲେ ପରିବେଶବିତ୍‌

ବାରିପଦା,୨୦ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ମୁଖ୍ୟାଳୟ ବାରିପଦାସ୍ଥିତ ପାଲବଣୀଠାରେ ଆନ୍ତଃରାଜ୍ୟ ବସ୍‌ଷ୍ଟାଣ୍ଡ ନିର୍ମାଣ ପାଇଁ ଜିଲା ପ୍ରଶାସନ ପକ୍ଷରୁ ଅନେକ ହଜାର ଗଛ କଟାଯାଉଛି। ଏହାକୁ...

ଧାନ ଚୋରି ରୋକିବାକୁ ସୀମା ସିଲ୍‌, ଏସ୍‌ପିଙ୍କୁ ଚିଠି ଲେଖି ଜିଲାପାଳ କହିଲେ…

ବାରିପଦା,୧୯ା୧୨: ଧାନ ଚୋରି ରୋକିବାକୁ ମୟୂରଭଞ୍ଜ ସୀମାରେ ଚେକ ପୋଷ୍ଟ କରାଯିବ। ଏଠାରେ ଚେକ୍‌ ପୋଷ୍ଟ ଲଗାଇବାକୁ ଏସ୍‌ପିଙ୍କୁ ଚିଠି ଲେଖିଛନ୍ତି ଜିଲାପାଳ। ଉକ୍ତ ଚିଠିରେ...

ବାହାଘରରେ ଯୋଗ ଦେବାକୁ ଯାଉଥିବାବେଳେ ଅଘଟଣ: ୪୦ ଫୁଟ୍‌ ତଳକୁ ଖସିଲା ବୋଲେରୋ

ମୋରଡା,୧୮।୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଞ୍ଚଳରେ ଏକ ପୋଲରୁ ୪୦ ଫୁଟ୍‌ ତଳକୁ ବୋଲେରୋ ଖସି ପଡିଛି। ଫଳରେ ୩ ଜଣ ଗୁରୁତର...

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ହାତୀକୁ ଖାଦ୍ୟରେ ବିସ୍ଫୋରକ

ବାରିପଦା,୧୫ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ୮ ଦିନ ତଳେ ମୟୂରଭଞ୍ଜ ଜିଲା ବେତନଟୀ ରେଞ୍ଜ ଦେଇ ଏକ ୨୭ଟିକିଆ ହାତୀପଲ ବୁଢ଼ାବଳଙ୍ଗ ନଦୀ ପାର ହୋଇ ବାଲେଶ୍ୱର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri