Posted inଖେଳ

ଡେଲ୍‌ ପୋଟ୍ରୋଙ୍କ ଆଣ୍ଠୁରେ ପୁଣି ଅସ୍ତ୍ରୋପଚାର

ପ୍ୟାରିସ, ୨୮ା୧ (ଏଏଫ୍‌ପି)- ମାୟାମିଠାରେ ପୂର୍ବତନ ୟୁଏସ୍‌ ଓପନ ଚାମ୍ପିୟନ ଜୁଆନ ମାର୍ଟିନ ଡେଲ୍‌ ପୋଟ୍ରୋଙ୍କ ଡାହାଣ ଆଣ୍ଠୁରେ ସୋମବାର ଆସ୍ତ୍ରୋପଚାର ହୋଇଛି। ଆର୍ଜେଣ୍ଟିନାର ଏହି ଖେଳାଳି ୨୦୧୯ରୁ ଖେଳରୁ ଦୂରେଇ ରହିଥିଲେ। ଡାହାଣ ଆଣ୍ଠୁରେ ଡେଲ୍‌ ପୋଟ୍ରୋଙ୍କର ଏହା ହେଉଛି ଦ୍ୱିତୀୟ ଅସ୍ତ୍ରୋପଚାର। ଗତବର୍ଷ ଜୁନ୍‌ରେ କୁଇନ୍ସଠାରେ ତାଙ୍କ ଡାହାଣ ଆଣ୍ଠୁ କ୍ୟାପ୍‌ରେ ଫ୍ରାକଚର ହୋଇଥିଲା। ସେହିମାସରେ ବାର୍ସିଲୋନାଠାରେ ତାଙ୍କର ପ୍ରଥମ ଆସ୍ତ୍ରୋପଚାର ହୋଇଥିଲା। ପୂର୍ବତନ ବିଶ୍ୱର ନମ୍ବର ୩ ଖେଳାଳି ଅକ୍ଟୋବରରେ ଏଟିପି କୋର୍ଟକୁ ଫେରିବା ଯୋଜନା କରିଥିଲେ। ମାତ୍ର ଆଣ୍ଠୁରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କର ପୁନର୍ବାର ଅସ୍ତ୍ରୋପଚାରର ଆବଶ୍ୟକତା ପଡ଼ିଥିଲା। ଡେଲ୍‌ ପୋଟ୍ରୋ ୨୦୦୯ରେ ୟୁଏସ ଓପନ ଏବଂ ୨୦୧୬ ରିଓ ଅଲିମ୍ପିକ୍ସରେ ରୌପ୍ୟ ଜିତିଥିଲେ। ଆଘାତଜନିତ ସମସ୍ୟା ତାଙ୍କ କ୍ୟାରିୟରରେ ବାରମ୍ବାର ବାଧା ଦେଇ ଆସୁଛି। କଚଟିରେ ବାରମ୍ବାର ସମସ୍ୟା ଦେଖାଦେବାରୁ ଏଥିରେ ତାଙ୍କର ୩ ଥର ଅସ୍ତ୍ରୋପଚାର ସରିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଡାଇମଣ୍ଡ ଲିଗ୍‌ ଫାଇନାଲ୍ସ ପାଇଁ ଯୋଗ୍ୟତା ହାସଲ କଲେ ନୀରଜ ଚୋପ୍ରା

ନୂଆଦିଲ୍ଲୀ, ୨୮ା୮: ଭାରତର ଅଗ୍ରଣୀ ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରା ସେପ୍ଟେମ୍ବର ୫ରେ ବ୍ରସେଲ୍ସରେ ହେବାକୁଥିବା ଡାଇମଣ୍ଡ ଲିଗ୍‌ ଫାଇନାଲ୍ସରେ ଅଂଶଗ୍ରହଣ କରିବା ଲାଗି ଯୋଗ୍ୟତା ଅର୍ଜନ…

ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ପ୍ରସ୍ତୁତି: ଅମିତ ଶାହାଙ୍କ ବଡ଼ ବୈଠକ

ଅହମଦାବାଦ,୨୮ା୮: ଭାରତରେ ୨୦୩୦ ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ପ୍ରସ୍ତୁତି ଏବଂ ଦେଶର ୨୦୩୬ ଅଲିମ୍ପିକ ବିଡ୍‌ ସମ୍ପର୍କରେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା…

ଅଷ୍ଟ୍ରେଲିଆରେ ଅନାୟା ବାଙ୍ଗରଙ୍କୁ ମହିଳା କ୍ରିକେଟ୍ ଖେଳିବାକୁ ଅନୁମତି: ଅସନ୍ତୋଷ ପ୍ରକାଶ କଲେ…

ନୂଆଦିଲ୍ଲୀ,୨୮।୮: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଅଲରାଉଣ୍ଡର ଓ କୋଚ୍ ସଞ୍ଜୟ ବାଙ୍ଗରଙ୍କ ଟ୍ରାନ୍ସଜେଣ୍ଡର ଝିଅ ଅନାୟା ବାଙ୍ଗରଙ୍କୁ ନେଇ କ୍ରିକେଟ୍ ଜଗତରେ ଏକ ନୂଆ ବିବାଦ…

ପ୍ରଥମ ଭାରତୀୟ ଭାବେ ଏହି ଟ୍ରଫି ଜିତି ଇତିହାସ ରଚିଲେ ପ୍ରଜ୍ଞାନନ୍ଦା

ନୂଆଦିଲ୍ଲୀ,୨୮।୮:ଭାରତୀୟ ଗ୍ରାଣ୍ଡମାଷ୍ଟର ଆର. ପ୍ରଜ୍ଞାନାନନ୍ଦ ସେଣ୍ଟ ଲୁଇସରେ ଗ୍ରାଣ୍ଡ ଚେସ ଟୁର୍‌ ଟାଇଟଲ ଜିତି ଇତିହାସ ରଚିଛନ୍ତି। ଏହି ଟ୍ରଫି ଜିତିଥିବା ପ୍ରଥମ ଭାରତୀୟ ଚେସ ଖେଳାଳି…

‘ମୁଁ ପୁରା ପରିଶ୍ରମ କରୁଛି…’, ଟିମ୍ ଇଣ୍ଡିଆକୁ କମ୍‌ବ୍ୟାକ୍ ନେଇ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୨୮।୮: ଟି-୨୦ ବିଶ୍ୱକପ୍ ୨୦୨୬ରେ ଭାରତକୁ ଚାମ୍ପିୟନ କରିଥିବା ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କୁ ପରବର୍ତ୍ତୀ ଟି-୨୦ ସିରିଜ୍‌ରୁ ବାଦ୍ ଦିଆଯିବା ନେଇ କ୍ରିକେଟ୍‌ ଜଗତରେ ଚର୍ଚ୍ଚା ଜୋର…

ପ୍ରଥମ ମ୍ୟାଚ୍‌ରେ ଅଧିନାୟକ, ଦ୍ୱିତୀୟ ମ୍ୟାଚ୍‌ରେ ଟିମ୍‌ରୁ ବିଦା! ଚମକାଇଲା ନିଷ୍ପତ୍ତି

ଲଣ୍ଡନ୍, ୨୭।୮: ପାକିସ୍ତାନ କ୍ରିକେଟ୍‌ରେ ସବୁକିଛି ସମ୍ଭବ। ନିଜର ଖେଳ ପ୍ରଦର୍ଶନ ତୁଳନାରେ ଅଜବ ନିଷ୍ପତ୍ତି ପାଇଁ ଚର୍ଚ୍ଚାରେ ରହୁଥିବା ପାକିସ୍ତାନ ଟିମ୍ ପୁଣି ଏକ ଚମକାଇବା…

କିଏ ସେ ଅନୁଷ୍କା ଶର୍ମା? ଯାହାଙ୍କୁ ମିଳିଲା ଟିମ୍‌ ଇଣ୍ଡିଆରେ ବଡ଼ ଦାୟିତ୍ୱ

ମୋହାଲି, ୨୭।୮: ଭାରତୀୟ ମହିଳା କ୍ରିକେଟର ଭବିଷ୍ୟତ ତାରକାଙ୍କୁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ବିସିସିଆଇ (BCCI) ଭାରତୀୟ ମହିଳା ‘ଏ’ ଦଳର ଅଷ୍ଟ୍ରେଲିଆ ‘ଏ’ ବିପକ୍ଷ ସିରିଜ୍…

ଏଲିଟ ତାଲିକାରେ ସାମିଲ ହେଲେ ଦିନୁଶା

କଲମ୍ବୋ,୨୭ା୮: ଶ୍ରୀଲଙ୍କାର ସୋନଲ ଦିନୁଶା ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ଉଭୟ ଇନିଂସରେ ଶତକ ହାସଲ କରିବା ସହ ଏଲିଟ(ସ୍ବତନ୍ତ୍ର) ତାଲିକାରେ ସାମିଲ ହୋଇଛନ୍ତି। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri