Posted inଖେଳ

ଡୋପିଂ ମାମଲା: ‘ଓପନ’ ହିଅରିଂ ଦାବି କଲେ ସନ୍‌

ବେଜିଂ, ୨୧ା୭ (ଏଏଫ୍‌ପି)-ସୁଇମିଂ ସୁପରଷ୍ଟାର ସନ୍‌ ୟାଙ୍ଗ୍‌ ତାଙ୍କ ଡୋପିଂ ମାମଲାର ଶୁଣାଣି ସର୍ବସାଧାରଣରେ କରିବା ଲାଗି ନିବେଦନ କରିଛନ୍ତି। ସନ୍‌ ଏକମାତ୍ର ସନ୍ତରଣକାରୀ ଭାବେ ୨୦୦, ୪୦୦ ଏବଂ ୧,୫୦୦ ମିଟର ଅଲିମ୍ପିକ ସ୍ବର୍ଣ୍ଣ ଜିତିଛନ୍ତି। ସେ ତାଙ୍କ କ୍ୟାରିୟରରେ ଅନେକ ବିବାଦରେ ଛନ୍ଦି ହୋଇପଡ଼ିଛନ୍ତି। ବିଶ୍ୱ ସନ୍ତରଣ ପରିଚାଳନା ପରିଷଦ (ଫିନା) ଦ୍ୱାରା ଲିକ୍‌ ହୋଇଥିବା ଏକ ରିପୋର୍ଟ ଅନୁସାରେ ସନ୍‌ ଗତ ସେପ୍ଟେମ୍ବରରେ ଏକ ହାମରରେ ପ୍ରହାର କରି ନିଜ ବ୍ଲଡ ସାମ୍ପଲକୁ ନଷ୍ଟ କରିଦେଇଥିଲେ। ଏହା ସତ୍ତ୍ୱେ ଫିନା ସନ୍‌ଙ୍କୁ ପ୍ରତିଯୋଗିତାରେ ଅଂଶଗ୍ରହଣ କରିବା ଲାଗି ଅନୁମତି ଦେଇଥିଲା। କିନ୍ତୁ ଓ୍ବାଲର୍‌ଡ ଆଣ୍ଟି ଡୋପିଂ ଏଜେନ୍ସି (ଓ୍ବାଡା) ଏହି ନିଷ୍ପତ୍ତି ବିରୋଧରେ ସୁଇଜରଲାଣ୍ଡର ଲାଉସାନେସ୍ଥିତ କୋର୍ଟ ଅଫ୍‌ ଆର୍ବିଟ୍ରେଶନ ଫର ସ୍ପୋଟର୍‌ସ (କାସ୍‌)ରେ ଅପିଲ କରିଥିଲା। ମାମଲାର ଶୁଣାଣି ଆସନ୍ତା ସେପ୍ଟେମ୍ବରରେ ହେବ। ସନ୍‌ଙ୍କ ଆଇନ ପରାମର୍ଶଦାତାମାନେ ମାମଲାର ଶୁଣାଣି ସର୍ବସାଧାରଣରେ କରିବା ଲାଗି ଦାବି କରିଛନ୍ତି। ଏହାଦ୍ୱାରା ସନ୍‌ଙ୍କୁ ପ୍ରକୃତ ନ୍ୟାୟ ମିଳିବ ବୋଲି ସେମାନେ କହିଛନ୍ତି। ଫିଫା ରିପୋର୍ଟରେ ସ୍ଥାନ ପାଇଥିବା ଏହି ବିସ୍ଫୋରକ ବିଷୟ ଅଷ୍ଟ୍ରେଲିଆର ସଣ୍ଡେ ଟେଲିଗ୍ରାଫ୍‌ରେ ପ୍ରକାଶ ପାଇଥିଲା। ସନ୍‌ଙ୍କ ଓକିଲମାନେ ଅଭିଯୋଗ କରିଛନ୍ତି ଖବରକାଗଜଟିରେ ଅସମ୍ପୂର୍ଣ୍ଣ ରିପୋର୍ଟ ପ୍ରକାଶ ପାଇଛି। ସନ୍ତରଣକାରୀଙ୍କୁ ବଦନାମ କରିବା ଲାଗି ଏହା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିସ୍ଫୋରକ ଇନିଂସ, ୬ ବଲରେ ୬ ଛକା

ନୂଆଦିଲ୍ଲୀ, ୩୧ା୫: ନେପାଳର କୁଶାଲ ଭୁର୍ତେଲ ରବିବାର ଚାଇନା ବିପକ୍ଷ ୨୦୨୬ ଏସିଆନ ଗେମ୍ସ ଟି୨୦ଆଇ କ୍ୱାଲିଫାୟର ମ୍ୟାଚ୍‌ରେ ୬ ବଲରେ ୬ ଛକା ମାରିଛନ୍ତି। ସେ…

IPL Final: ୧୫୫ ରନ୍‌ରେ ଅଟକିଲା ଗୁଜରାଟ, ଟାଇଟଲ ଲକ୍ଷ୍ୟରେ ବେଙ୍ଗାଲୁରୁ

ଅହମଦାବାଦ, ୩୧ା୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି)…

ବିଜୟ ଉତ୍ସବରେ ହିଂସା: ଜାଳି ଦେଲେ ୨୬୪ କାର, ୭୮୦ ଗିରଫ

ପ୍ୟାରିସ,୩୧ା୫: ପ୍ୟାରିସ ସେଣ୍ଟ ଜର୍ମେନ(ପିଏସ୍‌ଜି) ଲଗାତର ଦ୍ୱିତୀୟ ଥର ପାଇଁ ଚାମ୍ପିୟନ୍ସ ଲିଗ୍‌ ଟାଇଟଲ ଜିତିବା ପରେ ପ୍ରଶଂସକଙ୍କ ବିଜୟ ଉତ୍ସବରେ ହିଂସା ପରିଲକ୍ଷିତ ହୋଇଛି। ବିଭିନ୍ନ…

ଆଇପିଏଲ୍‌ ନିୟମରେ ପରିବର୍ତ୍ତନ କରିବାକୁ ତେନ୍ଦୁଲକରଙ୍କ ବଡ଼ ପ୍ରସ୍ତାବ

ମୁମ୍ବାଇ,୩୧ା୫: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ପ୍ରଚଳିତ ଇମ୍ପାକ୍ଟ ପ୍ଲେୟାର ନିୟମକୁ ହଟାଇବାକୁ ଚାହୁଁଛନ୍ତି ବ୍ୟାଟିଂ କିମ୍ବଦନ୍ତୀ ସଚିନ ତେନ୍ଦୁଲକର। ଏଥିସହିତ ସେ ଲିଗ୍‌ରେ ବଲ ଓ ବ୍ୟାଟ…

IPL-2026 ଫାଇନାଲ୍‌ରେ ଟସ୍‌ ଜିତିଲା RCB

ଅହମଦାବାଦ,୩୧।୫: ଇଣ୍ଡିଆନ ପ୍ରିମିୟର ଲିଗ୍‌(IPL) ୨୦୨୬ର ଫାଇନାଲ ମ୍ୟାଚ୍‌ ରବିବାର ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଉଛି। ଫାଇନାଲ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ଟସ୍‌…

RCB vs GT IPL Final: ଯଦି ବର୍ଷା ଫାଇନାଲରେ ସାଜେ ଖଳନାୟକ, ତେବେ କିଏ ଚାମ୍ପିୟନ ହେବ? ଜାଣନ୍ତୁ ଅହମଦାବାଦର ପାଣିପାଗ…

ନୂଆଦିଲ୍ଲୀ,୩୧।୫: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଫାଇନାଲ ପାଇଁ ପର୍ଯ୍ୟାୟ ପ୍ରସ୍ତୁତ। ଆଜି ଅହମଦାବାଦର ନରେନ୍ଦ୍ର ମୋଦି କ୍ରିକେଟ ଷ୍ଟାଡିୟମରେ ଟାଇଟଲ ମୁକାବିଲା ହେବ। ଫାଇନାଲରେ ଡିଫେଣ୍ଡିଂ…

Video: ବୈଭବ ସୂର୍ଯ୍ୟବଂଶୀଙ୍କ ଜଣେ ଭଲ ପ୍ରଶଂସକ ହୋଇଯାଇଛନ୍ତି ସଚିନ ତେନ୍ଦୁଲକର , ତାଙ୍କ ପ୍ରଶଂସାରେ କହିଲେ…

ନୂଆଦିଲ୍ଲୀ,୩୧।୫: ‘ବେବି ବସ’ ଭାବରେ ଶୀଘ୍ର ପ୍ରସିଦ୍ଧି ଲାଭ କରୁଥିବା ବୈଭବ ସୂର୍ଯ୍ୟବଂଶୀ ତାଙ୍କର ବିସ୍ଫୋରକ ଖେଳ ଶୈଳୀ ସହିତ ଏକ ଚାଞ୍ଚଲ୍ୟକର ଘଟଣା ସୃଷ୍ଟି କରିଛନ୍ତି।…

ଦିଲ୍ଲୀରୁ ଘରକୁ ଫେରୁଥିଲେ, ଜାତୀୟ ପାରା ଆଥ୍‌ଲେଟଙ୍କୁ ହତ୍ୟା,:ରକ୍ତ ଜୁଡ଼ୁବୁଡ଼ୁ…

ଗାଜିଆବାଦ, ୩୦।୫: ଉତ୍ତର ପ୍ରଦେଶର ଗାଜିଆବାଦ ଅଞ୍ଚଳରୁ ଏକ ଅଭାବନୀୟ ତଥା ଦୁଃଖଦ ଖବର ସାମ୍ନାକୁ ଆସିଛି। ଜାତୀୟ ସ୍ତରର ପାରା ଖେଳାଳୀ ଚିରାଗ ତ୍ୟାଗୀଙ୍କୁ ନିର୍ମମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri