Posted inଖେଳ

ଡୋପ୍‌ ଟେଷ୍ଟରେ ଧରାପଡ଼ିଲେ ସାଇକ୍ଳିଷ୍ଟ କୋବୋ

ଲାଉସାନେ, ୧୪ା୬ (ଏଏଫ୍‌ପି)-ଡୋପିଙ୍ଗ ନିରୋଧୀ ନିୟମ ଉଲ୍ଲଂଘନ କରିଥିବା ଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି ସ୍ପେନ୍‌ର ସାଇକ୍ଲିଷ୍ଟ ଜୁଆନ କୋବୋ। ଫଳରେ ତାଙ୍କଠାରୁ ୨୦୧୧ ଭୁଏଲ୍‌ଟା ଟାଇଟଲ ପ୍ରତ୍ୟାହାର କରି ନିଆଯାଇପାରେ ବୋଲି ଇଣ୍ଟରନ୍ୟାଶନାଲ ସାଇକ୍ଲିଂ ୟୁନିୟନ (ୟୁସିଆଇ) ଗୁରୁବାର ପ୍ରକାଶ କରିଛି। ଯଦି ନିଷ୍ପତ୍ତି ନିଆଯାଏ ତେବେ ରେସ୍‌ରେ ଦ୍ୱିତୀୟ ସ୍ଥାନ ଅଧିକାର କରିଥିବା ଖ୍ରିସ୍‌ ଫ୍ରୁମ୍‌ଙ୍କୁ ଚାମ୍ପିୟନ ବୋଲି ଘୋଷଣା କରାଯିବ। କୋବୋ କିନ୍ତୁ ଏବେ ଅବସରପ୍ରାପ୍ତ। ୨୦୦୯-୨୦୧୧ ମଧ୍ୟରେ ତାଙ୍କ ବ୍ଲଡ୍‌ ବାୟୋପାସ୍‌ପୋର୍ଟରେ ନିଷିଦ୍ଧ ଦ୍ରବ୍ୟ ଆନୋମାଲିଜ ଠାବ କରାଯାଇଛି। ଫ୍ରୁମ୍‌ ବର୍ତ୍ତମାନ ଫ୍ରାନ୍ସର ସେଣ୍ଟ୍‌-ଏଟିନିସ୍ଥିତ ଏକ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ସେ ଗୁରୁବାର କ୍ରାଇଟେରିଅମ୍‌ ଡୁ ଡଫିନେ ଚତୁର୍ଥ ଷ୍ଟେଜ୍‌ ପାଇଁ ଅଭ୍ୟାସ କରୁଥିବାବେଳେ ଦୁର୍ଘଟଣାର ସମ୍ମୁଖୀନ ହୋଇ ଗୁରୁତର ଭାବେ ଆହତ ହୋଇଛନ୍ତି। କୋବୋଙ୍କୁ ବର୍ତ୍ତମାନ ୩୮ବର୍ଷ। ସାଉନିର-ଡୁଭାଲ ଟିମ୍‌ରେ ଡେଭିଡ ଡି ଲା ଫୁଏଣ୍ଟେଙ୍କ ସହ ସେ ତାଙ୍କ ପ୍ରଫେଶନାଲ ପଦାର୍ପଣ କରିଥିଲେ। ୨୦୦୫ରେ ସେ ତାଙ୍କ ପ୍ରଥମ ଗ୍ରାଣ୍ଡ୍‌ ଟୁର୍‌ ଦି ଗିରୋରେ ଅଂଶଗ୍ରହଣ କରିଥିଲେ। ୨୦୧୧ରେ ସେ ତାଙ୍କର ସବୁଠାରୁ ବଡ଼ ସଫଳତା ଜିଓସ୍କ-ଟିଏମ୍‌ସି ଟିମ୍‌ ସହିତ ହାସଲ କରିଥିଲେ। ଭୁଏଲ୍‌ଟାରେ ସେ ବିଜୟ ହାସଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରାଜ୍ୟଗୋଷ୍ଠୀ କ୍ରୀଡ଼ା: ସ୍ବାନ ଜିତିଲେ ପ୍ରଥମ ସ୍ବର୍ଣ୍ଣ

ଗ୍ଲାସଗୋ,୨୫ା୭: ଇଂଲଣ୍ଡର ମାର୍କ ସ୍ବାନ ଚଳିତ ଗ୍ଲାସ୍‌ଗୋ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ପ୍ରଥମ ସ୍ବର୍ଣ୍ଣ ବିଜେତା ହୋଇଛନ୍ତି। ଲାଇଟ୍‌ଓ୍ବେଟ୍‌ ପାଓ୍ବାରଲିଫ୍ଟିଙ୍ଗ ପ୍ରତିଯୋଗିତାରେ ସେ ୨୨୨କେଜି ଉତ୍ତୋଳନ କରି ପ୍ରଥମ…

ରୋହିତ ଶର୍ମାଙ୍କୁ ନେଇ ହୃଦୟସ୍ପର୍ଶୀ ବାର୍ତ୍ତା ଶେୟାର କଲେ ଜସ ବଟଲର୍‌

ନୂଆଦିଲ୍ଲୀ,୨୫।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଏକଦିବସୀୟ ସିରିଜ ଶେଷ ହେବା ପରେ, ଉଭୟ ଦଳର ଖେଳାଳିଙ୍କ ମଧ୍ୟରେ ଉତ୍କୃଷ୍ଟ ଖେଳ ମନୋଭାବ ଦେଖିବାକୁ ମିଳିଥିଲା। ଇଂଲଣ୍ଡର…

ରୋହିତଙ୍କ ଅବସରକୁ ନେଇ ରାଜୀବ ଶୁକ୍ଳାଙ୍କ ବଡ଼ ଘୋଷଣା, ୨୦୨୭ ବିଶ୍ବକପ୍…

ନୂଆଦିଲ୍ଲୀ,୨୫।୭: ଇଂଲଣ୍ଡ ଗସ୍ତ ସମୟରେ ଟିମ୍ ଇଣ୍ଡିଆର ଓପନର ରୋହିତ ଶର୍ମାଙ୍କ ଅବସର ନେଇ ସମ୍ପ୍ରତି ଅନେକ କଳ୍ପନାଜଳ୍ପନା ଚାଲିଥିଲା। ଗଣମାଧ୍ୟମ ରିପୋର୍ଟରେ ଦାବି କରାଯାଇଥିଲା ଯେ…

Commonwealth Games: ଭାରତ ପାଇଁ ପ୍ରଥମ ପଦକ ଜିତିଲେ ଝଣ୍ଡୁ କୁମାର

ନୂଆଦିଲ୍ଲୀ,୨୫।୭: ୨୦୨୬ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ଦ୍ୱିତୀୟ ଦିନରେ, ପାରା ଭାରୋତ୍ତୋଳକ ଝଣ୍ଡୁ କୁମାର କାଂସ୍ୟ ପଦକ ଜିତି ଭାରତ ପାଇଁ ଏକ ପ୍ରମୁଖ ମାଇଲଖୁଣ୍ଟ ହାସଲ କରିଛନ୍ତି…

ଚମକାଇଲା ECBର ନିଷ୍ପତ୍ତି: ଜୋ ରୁଟ୍ ପୁଣି ହେବେ ଇଂଲଣ୍ଡର ଷ୍ଟେଟ୍ କ୍ୟାପଟେନ୍

ଲଣ୍ଡନ,୨୪।୭: : ଇଂଲଣ୍ଡ କ୍ରିକେଟ୍ ଦଳକୁ ମିଳିବାକୁ ଯାଉଛି ଜଣେ ନୂତନ ଟେଷ୍ଟ କ୍ୟାପଟେନ୍। ବରିଷ୍ଠ ବ୍ୟାଟ୍ସମ୍ୟାନ୍ ଜୋ ରୁଟଙ୍କୁ ପୁଣି ଥରେ ଇଂଲଣ୍ଡ ଟେଷ୍ଟ ଦଳର…

ରାଜ୍ୟଗୋଷ୍ଠୀ କ୍ରୀଡ଼ା ସନ୍ତରଣ, ନଟରାଜ ସେମିରେ

ଗ୍ଲାସ୍‌ଗୋ, ୨୪ା୭:ଭାରତୀୟ ସନ୍ତରଣକାରୀ ଶ୍ରୀହରି ନଟରାଜ ରାଜ୍ୟଗୋଷ୍ଠୀ କ୍ରୀଡ଼ା ସନ୍ତରଣର ୫୦ମିଟର ବ୍ୟାକ୍‌ଷ୍ଟ୍ରୋକ୍‌ ପ୍ରତିଯୋଗିତାର ସେମିଫାଇନାଲରେ ପ୍ରବେଶ କରିଛନ୍ତି। ଶୁକ୍ରବାର ଅନୁଷ୍ଠିତ ହିଟ୍‌ରଗୁଡ଼ିକରୁ ଶ୍ରେଷ୍ଠ ୧୬ଜଣ ଏହି…

ଡୋପିଙ୍ଗ ମାମଲା, ରାଜ୍ୟଗୋଷ୍ଠୀ କ୍ରୀଡ଼ାରୁ ବାଦ୍‌ ପଡ଼ିଲେ ଜୁଡୋକା ମାନ୍‌

ନୂଆଦିଲ୍ଲୀ,୨୪ା୭: ବର୍ମିଂହାମ୍‌ ରାଜ୍ୟଗୋଷ୍ଠୀ କ୍ରୀଡ଼ା ରୌପ୍ୟ ପଦକ ବିଜୟିନୀ ଜୁଡୋକା ତୁଲିକା ମାନ୍‌ଙ୍କୁ ଚଳିତ ଗ୍ଲ୍‌ାସ୍‌ଗୋ ସଂସ୍କରଣରୁ ପ୍ରତ୍ୟାହାର କରି ନିଆଯାଇଛି। ଗତ ୧୨ ମାସ ମଧ୍ୟରେ…

ଭାଇରାଲ ସେଲିବ୍ରେଶନକୁ ନେଇ ମୁହଁ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୪।୭: ଇଂଲଣ୍ଡ ଗସ୍ତର ବିଫଳତାକୁ ପଛରେ ପକାଇ, ବୈଭବ ସୂର୍ଯ୍ୟବଂଶୀ ଗୁରୁବାର ଜିମ୍ବାୱେ ବିପକ୍ଷରେ ପ୍ରଥମ ଟି-୨୦ ମ୍ୟାଚରେ ଏକ ଚମତ୍କାର ଇନିଂସ ଖେଳି ଅର୍ଦ୍ଧଶତକ ହାସଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri