Posted inଖେଳ

ଡୋପ୍‌ ଟେଷ୍ଟରେ ବିଫଳ: ସଞ୍ଜିବନୀ ସସ୍‌ପେଣ୍ଡ

ନୂଆଦିଲ୍ଲୀ, ୨୨ା୬ (ପି.ଟି.)-ଗତବର୍ଷ ଡୋପ୍‌ ଟେଷ୍ଟରେ ବିଫଳ ହୋଇଥିବାରୁ ଭାରତର ଲଙ୍ଗ୍‌ ଡିଷ୍ଟାନ୍ସ ଧାବିକା ସଞ୍ଜିବନୀ ଯାଦବଙ୍କୁ ସାମୟିକ ସସ୍‌ପେଣ୍ଡ କରାଯାଇଛି। ଗତବର୍ଷ ନଭେମ୍ବରରେ ଜାତୀୟ ଆନ୍ତଃ ରାଜ୍ୟ ଆଥଲେଟିକ୍ସ ଚାମ୍ପିୟନଶିପ୍‌ରେ ଡୋପ୍‌ ଟେଷ୍ଟ ହୋଇଥିଲା। ସଞ୍ଜିବନୀଙ୍କଠାରୁ ସଂଗ୍ରହ କରାଯାଇଥିବା ସାମ୍ପଲରୁ ନିଷିଦ୍ଧ ଦ୍ରବ୍ୟ ପ୍ରୋବେନଏସିଡ୍‌ର ମାତ୍ରା ଠାବ କରାଯାଇଥିଲା। ପ୍ରଥମେ ସ୍ଥାନୀୟ ନ୍ୟାଶନାଲ ଡୋପ୍‌ ଟେଷ୍ଟିଂ ଲାବୋରେଟୋରୀରେ ତାଙ୍କ ସାମ୍ପଲର ଯେଉଁ ପରୀକ୍ଷା ହୋଇଥିଲା, ତାହା ନେଗେଟିଭ୍‌ ଆସିଥିଲା। ମାତ୍ର ପରେ ଏହି ସାମ୍ପଲର ଯେତେବେଳେ ଓ୍ବାଲର୍‌ଡ ଆଣ୍ଟି-ଡୋପିଂ ଏଜେନ୍ସି (ଓ୍ବାଡା)ର ମଣ୍ଟ୍ରିଲସ୍ଥିତ ଲାବୋରେଟୋରୀରେ ପରୀକ୍ଷା ହେଲା ସେଥିରେ ପଜିଟିଭ ଆସିଥିଲା। ପୂର୍ବରୁ ନ୍ୟାଶନାଲ ଡୋପ୍‌ ଟେଷ୍ଟିଂ ଲାବୋରେଟୋରୀ ଫଳାଫଳକୁ ଭିତ୍ତି କରି ନ୍ୟାନାଲ ଆଣ୍ଟି ଡୋପିଂ ଏଜେନ୍ସି (ନାଡା) ସଞ୍ଜିବନୀଙ୍କୁ ସସ୍‌ପେଣ୍ଡ କରି ନ ଥିଲା। ଯାହା ଫଳରେ ଏହି ଆଥଲେଟ ଜଣକ ଚଳିତ ବର୍ଷ ପ୍ରାରମ୍ଭରେ ଫେଡେରେନ କପ୍‌ରେ ଅଂଶଗ୍ରହଣ କରି ୧୦,୦୦୦ ମିଟର ରେସ୍‌ ଜିତିଥିଲେ। ପରେ ଏପ୍ରିଲରେ ଦାହାଠାରେ ଅନୁଷ୍ଠିତ ଏସିଆନ ଚାମ୍ପିୟନଶିପ୍‌ରେ ମଧ୍ୟ ସେ ଭାଗ ନେଇଥିଲେ। ସେଠାରେ ୩୨:୪୪.୯୬ ଟାଇମିଂରେ ଏକ ବ୍ରୋଞ୍ଜ ଜିତିଥିଲେ। ପରେ ଏହି ମାମଲାର ନିରପେକ୍ଷ ତଦନ୍ତ ପାଇଁ ଇଣ୍ଟରନ୍ୟାଶନାଲ ଆଥଲେଟିକ୍ସ ଫେଡେରେଶନ ଆଥଲେଟିକ୍ସ ଇଣ୍ଟିଗ୍ରିଟି ୟୁନିଟ୍‌ (ଏଆଇୟୁ) ଗଠନ କରିଥିଲା। ଏଆଇୟୁ ବୁଧବାର ୨୨ ବର୍ଷୀୟା ସଞ୍ଜିବନୀଙ୍କୁ ଦୋଷୀ ସାବ୍ୟସ୍ତ କରିଛି। ତେଣୁ ତାଙ୍କୁ ତୁରନ୍ତ ସାମୟିକ ସସ୍‌ପେଣ୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri