Posted inଖେଳ

ଡୋପ୍‌ ଟେଷ୍ଟ: ୪ ନାବାଳକ ଆଥ୍‌ଲେଟ ସସ୍‌ପେଣ୍ଡ

ନୂଆଦିଲ୍ଲୀ, ୧୭ା୩ (ପି.ଟି.)- ନ୍ୟାଶନାଲ ଆଣ୍ଟି ଡୋପିଙ୍ଗ ଏଜେନ୍ସି (ନାଡା) ଦ୍ୱାରା ହୋଇଥିବା ଡୋପ୍‌ ଟେଷ୍ଟରେ ଧରାପଡ଼ି ୪ ନାବାଳକ ଆଥ୍‌ଲେଟ ସାମୟିକ ସସ୍‌ପେଣ୍ଡ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ଦୁଇଜଣ ଟ୍ରାକ୍‌ ଆଣ୍ଡ୍‌ ଫିଲ୍ଡ ଆଥଲେଟ୍‌ ରହିଛନ୍ତି। ଗତ ନଭେମ୍ବରରେ ଆନ୍ଧ୍ର ପ୍ରଦେଶର ତିରୁପତିଠାରେ ୧୭ତମ ମିଲୋ ଜାତୀୟ ଆନ୍ତଃ ଜିଲା ଜୁନିୟର ଆଥଲେଟିକ୍ସ ମିଟ୍‌ ଅନୁଷ୍ଠିତ ହୋଇଥିଲା। ସେତେବେଳେ ହୋଇଥିବା ଡୋପ୍‌ ଟେଷ୍ଟରେ ଏହି ଦୁଇ ଟ୍ରାକ୍‌ ଆଣ୍ଡ୍‌ ଫିଲ୍ଡ ଆଥଲେଟ୍‌ଙ୍କ ପଜିଟିଭ୍‌ ଆସିଥିଲା। ଉଭୟଙ୍କୁ ପିଛିଲା ଜାନୁୟାରୀ ୩୧ରୁ ସାମୟିକ ସସ୍‌ପେଣ୍ଡ କରାଯାଇଥିବା ନାଡା ମଙ୍ଗଳବାର ପ୍ରକାଶ କରିଛି। ଅନ୍ୟ ଦୁଇ ନାବାଳକଙ୍କ ମଧ୍ୟରେ ଜଣେ ବକ୍ସର ଓ ଜଣେ ଭଲିବଲ୍‌ ଖେଳାଳି ଅଛନ୍ତି। ଗତବର୍ଷ ନଭେମ୍ବରରେ ୬୫ତମ ନ୍ୟାଶନାଲ ସ୍କୁଲ ଗେମ୍ସ (୧୪ବର୍ଷରୁ କମ୍‌ ବକ୍ସିଂ) ଚାମ୍ପିୟନଶିପ୍‌ ସମୟରେ ହୋଇଥିବା ବକ୍ସର ଜଣକ ଡୋପ୍‌ ଟେଷ୍ଟରେ ଧରାପଡ଼ିଥିଲେ। ତାଙ୍କୁ ଫେବୃୟାରୀ ୬ରୁ ସାମୟିକ ସସ୍‌ପେଣ୍ଡ କରାଯାଇଛି। ଗତବର୍ଷ ଅନୁଷ୍ଠିତ ୬୫ତମ ନ୍ୟାନାଲ ସ୍କୁଲ ଗେମ୍ସ ଚାମ୍ପିୟନଶିପ୍‌ ବେଳେ ହୋଇଥିବା ଡୋପ୍‌ ଟେଷ୍ଟରେ ଭଲିବଲ ଖେଳାଳି ଜଣକ ଧରାପଡ଼ିଥିଲେ। ତାଙ୍କୁ ଜାନୁୟାରୀ ୩୧ରୁ ସାମୟିକ ସସ୍‌ପେଣ୍ଡ କରାଯାଇଛି। ଟେଷ୍ଟ ବେଳେ ଏସିଆନ ଜୁନିୟର ହାମର ଥ୍ରୋ ଚାମ୍ପିୟନ ଆଶିଷ ଝାକରଙ୍କର ମଧ୍ୟ ପଜିଟିଭ ଆସିଥିଲା। ଗତ ସେପ୍ଟେମ୍ବରରେ ପୁଣେଠାରେ ଅନୁଷ୍ଠିତ ସର୍ଭିସେସ୍‌ ଆଥଲେଟିକ୍ସ ଚାମ୍ପିୟନଶିପ୍‌ ବେଳେ ତାଙ୍କର ଡୋପ୍‌ ଟେଷ୍ଟ ହୋଇଥିଲା। ଆଶିଷଙ୍କୁ ମଧ୍ୟ ସାମୟିକ ବାସନ୍ଦ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଶେଷ ଓଭରରେ ରୋହିତ ଶର୍ମାଙ୍କ ଏହି ଗୋଟିଏ ନିଷ୍ପତ୍ତି, ପଲଟାଇଦେଲା ବାଜି

ନୂଆଦିଲ୍ଲୀ,୧୯।୪: ଇଣ୍ଡିଆନ ପ୍ରିମିୟର ଲିଗ ଟି-୨୦ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗ୍ସକୁ ନଅ ରନ୍‌ରେ ପରାସ୍ତ କରିଛି। ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଟସ ଜିତିବା...

ଆଇପିଏଲ୍‌ରେ ଧମାଲ୍‌ କରୁଛନ୍ତି ଏହି ୫ ଅନ୍‌କ୍ୟାପ୍‌ଡ୍‌ ଖେଳାଳି: ଟି-୨୦ ବିଶ୍ୱକପ୍‌ରେ ମିଳିପାରେ ସ୍ଥାନ

ନୂଆଦିଲ୍ଲୀ,୧୯।୪:ସନରାଇଜର୍ସ ହାଇଦ୍ରାବାଦ ଓପନର୍‌ ଅଭିଷେକ ଶର୍ମାଙ୍କ ଆଇପିଏଲ୍‌ରେ ଚମତ୍କାର ପ୍ରଦର୍ଶନ କରୁଛନ୍ତି। ଚଳିତ ସିଜନରେ ଏପର୍ଯ୍ୟନ୍ତ ଅଭିଷେକ ୬ଟି ମ୍ୟାଚରେ ୨୧୧ ରନ ସଂଗ୍ରହ କରିଛନ୍ତି।...

ରୋଚକ ହେଉଛି ପର୍ପଲ-ଅରେଞ୍ଜ କ୍ୟାପ୍‌ ରେସ୍‌: ଜାଣନ୍ତୁ ଏବେ କିଏ ଅଛନ୍ତି…

ମୁମ୍ବାଇ,୧୯।୪: ପଞ୍ଜାବ କିଙ୍ଗସ ବିପକ୍ଷରେ ଜସପ୍ରୀତ ବୁମ୍‌ରା ଏକ ଚମତ୍କାର ବୋଲିଂ ପ୍ରଦର୍ଶନ କରିଥିଲେ। ଜସପ୍ରୀତ ବୁମ୍‌ରା ୩ ବ୍ୟାଟ୍ସମ୍ୟାନ ୪ ଓଭରରେ ୨୧ ରନ...

ମୁମ୍ବାଇ ଜିତିବା ସତ୍ତ୍ୱେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଲାଗିଲା ବଡ଼ ଝଟ୍‌କା

ମୁମ୍ବାଇ,୧୯।୪: ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସ ବିପକ୍ଷରେ ଏକ ରୋମାଞ୍ଚକର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱାଧୀନ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସକୁ ୯...

ଧୋନୀଙ୍କୁ ବିଶ୍ୱକପ୍‌ ଲାଗି ରାଜି କରାଇବା ପ୍ରସଙ୍ଗରେ କ’ଣ କହିଲେ ରୋହିତ? ଦଳ ଘୋଷଣା ପୂର୍ବରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୧୮।୪: ଟି୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆ ଘୋଷଣା କରାଯିବା ବାକି ଅଛି। ହେଲେ କେଉଁ ଖେଳାଳିଙ୍କୁ ଚୟନ କରାଯିବ, କାହାକୁ ନୁହେଁ, ତାହାକୁ ନେଇ...

ଚେନ୍ନାଇରେ ସାମିଲ ହେଲେ ଏହି ଘାତକ ବୋଲର୍‌, ୪ ବଲ୍‌ରେ ରୋହିତ-ବିରାଟ-ପନ୍ତଙ୍କ ଉଇକେଟ ନେଇ ଥିଲେ ଚର୍ଚ୍ଚାରେ

ନୂଆଦିଲ୍ଲୀ,୧୮।୪: ଆଇପିଏଲ୍‌ ମଝିରୁ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ)ରୁ ବାଦ୍‌ ପଡ଼ିଛନ୍ତି ଷ୍ଟାର କ୍ରିକେଟର ଡିଭନ୍‌ କନଓ୍ବେ। ସର୍ବାଧିକ ରନ୍‌ ସ୍କୋର କରିଥିବା ଏହି କ୍ରିକେଟର ପୁରା...

ପଡ଼ିଆକୁ ଓହ୍ଲାଇବା ମାତ୍ରେ ଇତିହାସ ରଚିବେ ରୋହିତ ଶର୍ମା

ରୋହିତ ଶର୍ମା ପ୍ରଥମ ସିଜିନ ଅର୍ଥାତ୍‌ ୨୦୦୮ ଠାରୁ ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ) ର ଏକ ଅଂଶ ରହିଆସିଛନ୍ତି। ରୋହିତ ହେଉଛନ୍ତି ଆଇପିଏଲର ଅନ୍ୟତମ...

ଆଇପିଏଲ୍‌ ମଝିରେ ଚେନ୍ନାଇ ସୁପର କିଙ୍ଗସକୁ ଲାଗିଲା ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୮।୪: ଚେନ୍ନାଇ ସୁପର କିଙ୍ଗସ ଆଇପିଏଲ ୨୦୨୪ରେ ଏପର୍ଯ୍ୟନ୍ତ ଭଲ ପ୍ରଦର୍ଶନ କରୁଛି, କିନ୍ତୁ ଦଳକୁ ଏକ ବଡ଼ ଝଟ୍‌କା ଲାଗିଛି। ଗତ ସିଜନରେ ସିଏସ୍‌କେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri