Posted inଖେଳ

ଡୋମିଙ୍ଗୋ ବାଂଲାଦେଶର ନୂଆ କ୍ରିକେଟ କୋଚ୍‌

ଢାକା, ୧୭ା୮ (ଏଏଫ୍‌ପି): ଦକ୍ଷିଣ ଆଫ୍ରିକାର ରସେଲ ଡୋମିଙ୍ଗୋ ବାଂଲାଦେଶ କ୍ରିକେଟ ଦଳର ମୁଖ୍ୟ କୋଚ୍‌ ଭାବେ ମନୋନୀତ ହୋଇଛନ୍ତି। ପୂର୍ବରୁ ଏହି ପଦବୀରେ ଇଂଲଣ୍ଡର ଷ୍ଟିଭ୍‌ ରୋଡ୍‌ସ କାର୍ଯ୍ୟ କରୁଥିଲେ। ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ଶନିବାର ଏହି ସୂଚନା ଦେଇଛି। ୪୪ବର୍ଷୀୟ ଡୋମିଙ୍ଗୋ ବିସିବି ସହିତ ଦୁଇ ବର୍ଷିଆ ଚୁକ୍ତି କରିଛନ୍ତି। ସେ ବୁଧବାର ଆସି ଦାୟିତ୍ୱ ଗ୍ରହଣ କରିବେ ବୋଲି ଆଶା କରାଯାଉଛି। ଡୋମିଙ୍ଗୋଙ୍କ ପ୍ରଚୁର ଅଭିଜ୍ଞତା ରହିଛି। ଆମେ ଖେଳପ୍ରତି ତାଙ୍କ ଆବେଗ ଏବଂ କୋଚିଂ ଫିଲୋଶଫିରେ ଖୁବ୍‌ ପ୍ରଭାବିତ ବୋଲି ବିସିବି ସଭାପତି ନାଜମୁଲ ହସନ କହିଛନ୍ତି। ସେପ୍ଟେମ୍ବରରେ ବାଂଲାଦେଶ ଆଫଗାନିସ୍ତାନ ବିପକ୍ଷରେ ଏକ ଟେଷ୍ଟ ସିରିଜ ଏବଂ ଭ୍ରମଣକାରୀ ଦଳ ଓ ଜିମ୍ବାଓ୍ବେକୁ ନେଇ ଆୟୋଜିତ ଏକ ତ୍ରିରାଷ୍ଟ୍ରିୟରେ ଭାଗ ନେବ। ଗତ ଆଇସିସି ବିଶ୍ୱକପ୍‌ରେ ବାଂଲାଦେଶ ଦଳ ୮ମ ସ୍ଥାନରେ ରହିବା ପରେ ବିସିବି ରୋଡ୍ସଙ୍କଠରୁ ଦୂରେଇ ଯାଇଥିଲା। ଏହାପରଠାରୁ ଜଣେ ନୂଆ କୋଚ୍‌ ସନ୍ଧାନରେ ଥିଲା। ରୋଡ୍ସଙ୍କ ପରେ ବିସିବି ନିର୍ଦ୍ଦେଶକ ତଥା ପୂର୍ବତନ ଅଧିନାୟକ ଖାଲେଦ ମହମ୍ମଦ ଅସ୍ଥାୟୀ ଭାବେ ଦାୟିତ୍ୱ ତୁଲାଇଥିଲେ। ତାଙ୍କ ଅଧୀନରେ ବାଂଲାଦେଶ ଜୁଲାଇ ଶେଷ ଭାଗରେ ଶ୍ରୀଲଙ୍କା ବିପକ୍ଷ ୩ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜରେ ୦-୩ରେ ପରାଜିତ ହୋଇଥିଲା। ହସନ କହିଛନ୍ତି, ଅନ୍ୟ ପ୍ରାର୍ଥୀଙ୍କ ତୁଳନାରେ ହସନଙ୍କ ଉପଲବ୍ଧ ଥିବାରୁ ତାଙ୍କୁ ଅଗ୍ରାଧିକାର ଭିତ୍ତିରେ ମନୋନୀତ କରାଯାଇଥିଲ।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ପାକିସ୍ତାନ ପାଇଁ BCCI ସହିବ କ୍ଷତି! ଭାରତରୁ ଛଡ଼ାଇ ନିଆଯାଇପାରେ ବଡ଼ ଟୁର୍ଣ୍ଣାମେଣ୍ଟ

ନୂଆଦିଲ୍ଲୀ,୧୭।୨: କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ଚିନ୍ତାଜନକ ଖବର। ଭାରତ ଓ ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ସୀମା ବିବାଦର ପ୍ରଭାବ ଏବେ କ୍ରିକେଟ୍ ମୈଦାନ ଉପରେ…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri