ଡ୍ରାଇଭରଙ୍କୁ ହତ୍ୟା ଘଟଣା : ଢାବା କର୍ମଚାରୀ ଗିରଫ

ସୋନପୁର,୨୪।୮(ନି.ପ୍ର.) : ଡ୍ରାଇଭରଙ୍କୁ ହତ୍ୟା ଘଟଣାରେ ସୋନପୁର ଟାଉନ ପୋଲିସ ଅଭିଯୁକ୍ତ ସୁଶାନ୍ତ ଗୁରୁ(୨୦)ଙ୍କୁ ଗିରଫ କରିଛି। ଶନିବାର ତାଙ୍କୁ କୋର୍ଟ ଚାଲାଣ କରାଯାଇଛି। ସୁଶାନ୍ତଙ୍କ ଘର ତରଭା ଥାନା କୁଟସିରା ଗ୍ରାମରେ। ସୋନପୁର-ବିନିକା ରାସ୍ତାର ଶରଧାପାଲି ନିକଟରେ ଥିବା ଏକ ଢାବାରେ ଗୁରୁବାର ଅପରାହ୍ନରେ ଏକ ହତ୍ୟାକାଣ୍ଡ ଘଟିଥିଲା। ଢାବାକୁ ଖାଇବାକୁ ଯାଇଥିବା ବିନିକା ଥାନା ଜାମଛପର ଗ୍ରାମର ଯଦୁମଣି ଭୁଏ(୩୦)ଙ୍କୁ ସୁଶାନ୍ତ ହତ୍ୟା କରିଥିଲେ। ସୁବର୍ଣ୍ଣପୁର ଏସ୍‌ପି ଦେବୀପ୍ରସାଦ ଦାଶ ହତ୍ୟାକାଣ୍ଡ ସମ୍ପର୍କରେ ଶନିବାର ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ଯଦୁମଣି ନିଜର ବନ୍ଧୁ ଟିଟୁଙ୍କ ସହିତ ଢାବାକୁ ମଧ୍ୟାହ୍ନଭୋଜନ କରିବାକୁ ଯାଇଥିଲେ। ଖାଇ ସାରିବା ପରେ ବିଲ୍‌ ପ୍ରଦାନକୁ ନେଇ ଯଦୁ ଓ ଢାବା କର୍ମଚାରୀ ସୁଶାନ୍ତଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ଏଥିରେ ଉତ୍ୟକ୍ତ ହୋଇ ସୁଶାନ୍ତ ଯଦୁମଣିଙ୍କ ବାମ ନାକ ପୁଡା ଓ କାଖରେ ଲୁହାରଡ ଭୁସି ହତ୍ୟା କରିଥିଲେ। ଏହି ଧାରୁଆ ଲୁହାରଡଟି ଢାବା ଚୂଲାରେ କୋଇଲା ଟଣା କାର୍ଯ୍ୟରେ ବ୍ୟବହୃତ ହେଉଥିଲା ବୋଲି ଏସ୍‌ପି କହିଛନ୍ତି। ପ୍ରଥମେ ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରିଥିଲା। ମୃତକଙ୍କ ବାପା ପୁରନ୍ଦର ଭୁଏଙ୍କ ଅଭିଯୋଗକ୍ରମେ ପୋଲିସ ଏକ ହତ୍ୟା ମାମଲା ରୁଜୁ କରିଥିଲା। ହତ୍ୟାକାରୀଙ୍କୁ ଧରିବା ପାଇଁ ଏସ୍‌ପି ଦାଶ ସୋନପୁର ଏସଡିପିଓ ମିହିର କୁମାର ପଣ୍ଡା ଓ ସୋନପୁର ଆଇଆଇସି ଲୋକେଶ କୁମାର ସାହୁଙ୍କୁ ନେଇ ଏକ ଟିମ୍‌ ଗଠନ କରିଥିଲେ। ଢାବାର ଅନ୍ୟ କର୍ମଚାରୀଙ୍କୁ ପଚରାଉଚୁରା ପରେ ହତ୍ୟାକରୀଙ୍କୁ ଗିରଫ କରାଯାଇଛି। ହତ୍ୟାକାଣ୍ଡରେ ବ୍ୟବହୃତ ଲୁହାରଡ ଜବତ ହୋଇଥିବା ଏସ୍‌ପି କହିଛନ୍ତି। ଏହି ସମ୍ମିଳନୀରେ ଅତିରିକ୍ତ ଏସ୍‌ପି ରମେଶ ଚନ୍ଦ୍ର ପାଣିଗ୍ରାହୀ, ଆନ୍ତୋନୀ ତିର୍କୀ, ବୀରମହାରାଜପୁର ଏସ୍‌ଡିପିଓ ଧୀରଜ ଚୋପଦାର ଓ ସୋନପୁର ଆଇଆଇସି ଲୋକେଶ ସାହୁ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ସୈନ୍ୟ ଆଡ୍ଡା ଧ୍ୱଂସ

କାବୁଲ,୩।୪: ଆଫଗାନ ସେନା ପାକିସ୍ତାନ-ଆଫଗାନିସ୍ତାନ ସୀମାରେ ଡୁରାଣ୍ଡ ରେଖା ପାର କରି ଖୋଷ୍ଟ-ଖୁରମ ସୀମା ନିକଟରେ ପାକିସ୍ତାନୀ ସାମରିକ ସ୍ଥାନ ଉପରେ ଏକ ବଡ଼ ଆକ୍ରମଣ କରିଛି।…

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri