Posted inଖେଳ

ଡ୍ରାଇଭିଂରୁ ଓ୍ବର୍ନ ବର୍ଷେ ବାସନ୍ଦ

ଲଣ୍ଡନ,୨୪।୯(ପି.ଟି.)- ଅଷ୍ଟ୍ରେଲୀୟ ସ୍ପିନ୍‌ କିମ୍ବଦନ୍ତୀ ଶେନ୍‌ ଓ୍ବର୍ନ ଡ୍ରାଇଭିଂରୁ ୧୨ ମାସ ବାସନ୍ଦ ହୋଇଛନ୍ତି। ଗତ ଦୁଇ ବର୍ଷ ମଧ୍ୟରେ ସେ ଷଷ୍ଠଥର ପାଇଁ ଦ୍ରୁତ ଗତିରେ ଗାଡି ଚଳାଇବା ହେତୁ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଲଣ୍ଡନର ଏକ କୋର୍ଟ ତାଙ୍କୁ ଏଥିପାଇଁ ବାସନ୍ଦ କରିଛି। ୫୦ ବର୍ଷୀୟ ପୂର୍ବତନ ଏହି ଲେଗ୍‌ ସ୍ପିନର ଗତବର୍ଷ ଅଗଷ୍ଟ ମାସରେ କେନିଂଟନରେ ଘଣ୍ଟା ପ୍ରତି ୪୦ ମାଇଲ୍‌ ଜୋନ୍‌ରେ ୪୭ମାଇଲ ବେଗରେ ତାଙ୍କ ଜାଗୁଆର କାର୍‌ ଚଳାଉଥିଲେ। ଫଳରେ ଓ୍ବିମ୍ବେଲଡ଼ନ ମାଜିଷ୍ଟ୍ରେଟ୍‌ ତାଙ୍କୁ ଏହି ବାସନ୍ଦାଦେଶରେ ଦଣ୍ଡିତ କରିଛନ୍ତି। ଶୁଣାଣି ପାଇଁ ଓ୍ବାର୍ନ କୋର୍ଟରେ ଉପସ୍ଥିତ ନ ଥିଲେ। ଏହା ପୂର୍ବରୁ ୨୦୧୬ ଏପ୍ରିଲ ପରଠାରୁ ଓ୍ବର୍ନ ୫ଥର ସ୍ପିଡିଂ ଅଫେନ୍ସ କରିଥିଲେ। ଫଳରେ ତାଙ୍କ ଲାଇସେନ୍ସରେ ୧୫ ପେନାଲ୍ଟି ପଏଣ୍ଟ ଲାଗୁ ହୋଇଥିଲା। କେବଳ ସେତିକି ନୁହେଁ ତାଙ୍କୁ ୧, ୮୪୫ ପାଉଣ୍ଡ ଜରିମାନା ଦେବାକୁ ମଧ୍ୟ ମାଜିଷ୍ଟ୍ରେଟ ନିର୍ଦ୍ଦେଶ ଦେଇଛନ୍ତି। ଉଲ୍ଲେଖଥାଉ କି, ଓ୍ବର୍ନ ଓ୍ବେଷ୍ଟ ଲଣ୍ଡନରେ ରହୁଛନ୍ତି। କ୍ରିକେଟ ଇତିହାସରେ ସେ ଅନ୍ୟତମ ଶ୍ରେଷ୍ଠ ବୋଲର ତଥା ସ୍ପିନର ବିବେଚିତ ହେଉଛନ୍ତି। ୧୯୯୨ରୁ ୨୦୦୭ ମଧ୍ୟରେ ୧୪୫ଟି ଟେଷ୍ଟ ଖେଳି ସେ ୭୦୮ଟି ଉଇକେଟ ହାସଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୩ ଥର ଶୂନ୍ୟରେ ଆଉଟ ହେବାରୁ ଅଭିଷେକଙ୍କୁ ଏମିତି କହିଲେ ପାକିସ୍ତାନର ପୂର୍ବତନ କ୍ରିକେଟର

ନୂଆଦିଲ୍ଲୀ,୨୦।୨: ପୂର୍ବତନ ପାକିସ୍ତାନ ଖେଳାଳି ମହମ୍ମଦ ଆମିର ଅଭିଷେକ ଶର୍ମାଙ୍କ ବିଷୟରେ କହିଥିଲେ ଯେ ସେ କେବଳ ଜଣେ ଚଳ ଚଞ୍ଚଳ ଖେଳାଳି। ଏହି ବକ୍ତବ୍ୟକୁ ବହୁଳ…

ସେମିଫାଇନାଲରୁ ବାଦ୍‌ ପଡ଼ିବ ଟିମ୍‌ ଇଣ୍ଡିଆ: ଏହି କ୍ରିକେଟର୍‌ କଲେ ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୨୦।୨: ICC ଟି୨୦ ବିଶ୍ୱକପ ୨୦୨୬ର ସୁପର ୮ ରାଉଣ୍ଡ ଫେବୃଆରୀ ୨୧ରେ ଆରମ୍ଭ ହେବାକୁ ଯାଉଛି। ଏଥିରେ ୮ଟି ଦଳ ସେମିଫାଇନାଲରେ ସ୍ଥାନ ପାଇବା ପାଇଁ…

୩୯ ବର୍ଷୀୟ କ୍ରିକେଟର୍‌ କଲେ ବଡ଼ କାରନାମା: ଭାଙ୍ଗିଲା ରୋହିତ ଶର୍ମାଙ୍କ ରେକର୍ଡ

ନୂଆଦିଲ୍ଲୀ,୨୦।୨: ଜିମ୍ବାୱେ ୨୦୨୬ ଟି୨୦ ବିଶ୍ୱକପରେ ଆଉ ଏକ ବଡ଼ ବିପର୍ଯ୍ୟୟ ଘଟାଇବାରେ ସଫଳ ହୋଇଛି। ଜିମ୍ବାୱେ ତା’ର ଶେଷ ଗ୍ରୁପ ପର୍ଯ୍ୟାୟ ମ୍ୟାଚ୍‌ରେ ଶ୍ରୀଲଙ୍କାକୁ ୬…

ମଟନ-ଚିକେନ ଖାଇବା ଛାଡ଼ିଦେଲେ ବୈଭବ ସୂର୍ଯ୍ୟବଂଶୀ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୦।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆକୁ ଟାଇଟଲ ଦେବା ପରେ ଜିମ୍ବାୱେ ଏବଂ ନାମ୍ବିଆରୁ ଫେରିଥିବା ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ରାଜସ୍ଥାନ…

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri