ଡ୍ରାଇଭିଂ ସମୟରେ ଅଧିକାଂଶ ଭାରତୀୟ ମୋବାଇଲ ବ୍ୟବହାର କରନ୍ତି

ଡ୍ରାଇଭିଂ ସମୟରେ ମୋବାଇଲ ବ୍ୟବହାର କରିବାର କୁପରିଣତି ଜାଣିବା ପରେ ମଧ୍ୟ ଭାରତରେ ପାଖାପାଖି ୬୨ ପ୍ରତିଶତ ଲୋକ ଡ୍ରାଇଭିଂ ସମୟରେ ମୋବାଇଲ ବ୍ୟବହାର କରୁଥିବା ଜଣାପଡିଛି। ଏପରି ଅଭ୍ୟାସ ଦ୍ୱାରା ଏମାନେ ନିଜେ ଅସୁବିଧାରେ ପଡିବା ସହ ଅନ୍ୟମାନଙ୍କ ଜୀବନପ୍ରତି ମଧ୍ୟ ବିପଦ ସୃଷ୍ଟି କରୁଛନ୍ତି। ତେବେ ଏମାନଙ୍କ ମଧ୍ୟରୁ ମାତ୍ର ୨୫ ପ୍ରତିଶତ ଲୋକଙ୍କୁ ଟ୍ରାଫିକ ପୋଲିସ ଧରୁଛନ୍ତି। ଏକ ସର୍ବେକ୍ଷଣ ଅନୁଯାୟୀ ପ୍ରତି ୫ ଜଣରେ ୩ ଜଣ ଡ୍ରାଇଭିଂ ସମୟରେ ମୋବାଇଲ ବ୍ୟବହାର କରୁଥିବା ଜଣାପଡିଛି। ଏହି କ୍ଷେତ୍ରରେ ଉତ୍ତର ଭାରତୀୟମାନେ ସବୁଠାରୁ ଆଗରେ ଅଛନ୍ତି। ଯେତେବେଳେ ଦକ୍ଷିଣ ଭାରତରେ ଡ୍ରାଇଭିଂ ସମୟରେ ୫୨ ପ୍ରତିଶତ ଲୋକ ମୋବାଇଲ ବ୍ୟବହାର କରିଥାନ୍ତି ସେତେବେଳେ ଉତ୍ତର ଭାରତରେ ୬୨ ପ୍ରତିଶତ ଲୋକ ଡ୍ରାଇଭିଂ ସମୟରେ ମୋବାଇଲ ବ୍ୟବହାର କରନ୍ତି। ଖୋଲାଖୋଲି ଭାବେ ଆଇନର ଉଲ୍ଲଂଘନ କରୁଥିବା ବ୍ୟକ୍ତିମାନଙ୍କ ମଧ୍ୟରୁ ୪ ଜଣରୁ ମାତ୍ର ଜଣେ ଏମିତି ଭୁଲ୍‌ ସ୍ବୀକାର କରୁଥିବା ବେଳେ ଅନ୍ୟମାନେ ଏହାକୁ ଅସ୍ବୀକାର କରନ୍ତି। ମୋବାଇଲ ବ୍ୟବହାର ସହ ଡ୍ରାଇଭିଂର ସ୍ପିଡ ମଧ୍ୟ ଅନେକ ସମୟରେ ଆମକୁ ଅସୁବିଧାରେ ପକାଉଥିବା ସର୍ବେକ୍ଷଣରୁ ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କରିବ ଭାରତ? ରାଜନାଥଙ୍କ ଚେତାବନୀ ପରେ ସେନାରେ ହଲଚଲ!

ନୂଆଦିଲ୍ଲୀ,୫।୪: ଭାରତ ଏବଂ ପାକିସ୍ତାନ ମଧ୍ୟରେ ବାକ୍‌ ଯୁଦ୍ଧ ପୁଣି ଥରେ ତୀବ୍ର ହୋଇଛି। ପାକିସ୍ତାନୀ ପ୍ରତିରକ୍ଷା ମନ୍ତ୍ରୀ ଖୱାଜା ଆସିଫଙ୍କ ସାମ୍ପ୍ରତିକ ବୟାନ ସ୍ପଷ୍ଟ ଭାବରେ…

ଯୁଦ୍ଧ ଭିତରେ ଭାରତ ଠାରୁ ମିସାଇଲ କିଣିଲା ଆମେରିକା, ବିଶ୍ୱରେ ଚହଳ…

ନୂଆଦିଲ୍ଲୀ,୫।୪: ୨୦୨୫-୨୬ ଆର୍ଥିକ ବର୍ଷରେ ଭାରତର ପ୍ରତିରକ୍ଷା ରପ୍ତାନି ସର୍ୱକାଳୀନ ସର୍ୱାଧିକ ସ୍ତରରେ ପହଞ୍ଚିଛି। ଏହା ବିଶ୍ୱ ଅସ୍ତ୍ରଶସ୍ତ୍ର ବଜାରରେ ଭାରତର ବର୍ଦ୍ଧିତ ଉପସ୍ଥିତିକୁ ସ୍ପଷ୍ଟ କରେ।…

ବଜ୍ରାଘାତ ନେଲା ମହିଳାଙ୍କ ଜୀବନ, ଚାଷ ଜମିରୁ କାମ କରି ଫେରିବା ବେଳେ ୩…

ଭବାନୀପାଟଣା,୫।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ବଳଦିଆମାଲ ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ରବିବାର ମଧ୍ୟାହ୍ନରେ ଚାଷ ଜମିରୁ…

ଏଠାରେ ପେଟ୍ରୋଲ ଦର ବିଶ୍ୱରେ ସବୁଠାରୁ ଅଧିକ; ଇରାନ ଯୁଦ୍ଧ ଯୋଗୁ ପରିସ୍ଥିତି ଆହୁରି ଖରାପ, ଜାଣନ୍ତୁ କାରଣ

ହଂକଂ,୫।୪: ମଧ୍ୟପ୍ରାଚ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀରେ ପରିବହନରେ ବାଧା ଯୋଗୁ ବିଶ୍ୱ ଶକ୍ତି ବଜାର ସମ୍ପୂର୍ଣ୍ଣ ଅସ୍ଥିର ହୋଇପଡ଼ିଛି। ଅଶୋଧିତ ତୈଳ ମୂଲ୍ୟ…

ଭାଜପା ସରକାରଙ୍କୁ ଅରୁଣଙ୍କ କଡ଼ା ଟାର୍ଗେଟ୍‌, କହିଲେ କାମ କରୁନି ଡବଲ ଇଞ୍ଜିନ, ପୂର୍ବରୁ…

ବଲାଙ୍ଗୀର,୫ା୪(ସୁନିଲ କୁମାର ମହାନ୍ତି): ନୟାଗଡ଼ ବିଧାୟକ ଅରୁଣ ସାହୁ ରବିବାର ବଲାଙ୍ଗୀର ଗସ୍ତରେ ଆସିଥିବା ବେଳେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଉଚ୍ଚଶିକ୍ଷା ବିଭାଗରେ କୋଟା ବୃଦ୍ଧିକୁ…

‘ସୁରକ୍ଷିତ ରହିବ ଓଡ଼ିଶାର ଐତିହ୍ୟ-ପରମ୍ପରା’

ପାଟଣା,୫ା୪(ବୀରକିଶୋର ଦାଶ): ଓଡ଼ିଆ ପକ୍ଷ ଉପଲକ୍ଷେ ରବିବାର ଓଡ଼ିଶାର ଐତିହ୍ୟ ଓ ପରମ୍ପରାକୁ ସୁରକ୍ଷା ଦେବା ଉଦ୍ଦେଶ୍ୟରେ ପାଟଣା ମୁଖ୍ୟାଳୟ ଆଞ୍ଚଳିକ ମହାବିଦ୍ୟାଳୟ ତରଫରୁ ଏକ ଗଣଦୌଡ଼…

Shubman Gillଙ୍କୁ ନେଇ ଆସିଲା ବଡ଼ ଅପଡେଟ, ଜାଣନ୍ତୁ କ’ଣ କହିଲେ କୋଚ

ନୂଆଦିଲ୍ଲୀ,୫।୪: ଶୁବମନ ଗିଲ ଶନିବାର ଅହମଦାବାଦରେ ଗୁଜରାଟ ଟାଇଟାନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଅନୁଷ୍ଠିତ ଆଇପିଏଲ ୨୦୨୬ର ୯ମ ମ୍ୟାଚ ଖେଳିପାରି ନଥିଲେ। ତାଙ୍କ ଅନୁପସ୍ଥିତିରେ…

ଯାତ୍ରା ଜଗତରେ ପାଦ ଥାପିବେ ବଲିଉଡ୍‌ର ଏହି ସୁପରଷ୍ଟାର, ସୂଚନା ଦେଇ ରାଣୀ ପଣ୍ଡା କହିଲେ ଖୁବ୍‌ଶୀଘ୍ର ମୋ’ ଯାତ୍ରାରେ…

ଭୁବନେଶ୍ୱର,୫ା୪: ଯାତ୍ରା ଅଭିନେତ୍ରୀରୁ ମାଲିକାଣୀ ପାଲଟିଥିବା ରାଣୀ ପଣ୍ଡା ଯାତ୍ରାଜଗତକୁ ନେଇ ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବଲିଉଡ୍‌ର ଜଣେ ସୁପରଷ୍ଟାର ତାଙ୍କ ଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri