Posted inଖେଳ

ଡ୍ରାଭିଡଙ୍କ ବିରୋଧରେ ସ୍ବାର୍ଥ ନିହିତ ଦ୍ୱନ୍ଦ୍ୱ ମାମଲା ଖାରଜ

ନୂଆଦିଲ୍ଲୀ, ୧୫ା୧୧(ପି.ଟି.)-ରାହୁଲ ଡ୍ରାଭିଡଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି। ତାଙ୍କ ବିରୋଧରେ ଅଣାଯାଇଥିବା ସ୍ବାର୍ଥ ନିହିତ ଦ୍ୱନ୍ଦ୍ୱ ଅଭିଯୋଗକୁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ଏଥିକ୍ସ ଅଫିସର ଡି.କେ. ଜୈନ ଖାରଜ କରିଦେଇଛନ୍ତି। ଭାରତୀୟ କ୍ରିକେଟ କିମ୍ବଦନ୍ତୀ ବର୍ତ୍ତମାନ ବେଙ୍ଗାଲୁରୁସ୍ଥିତ ନ୍ୟାଶନାଲ କ୍ରିକେଟ ଏକାଡେମୀ (ଏନ୍‌ସିଏ)ର ନିର୍ଦ୍ଦେଶକ ଅଛନ୍ତି। ଏଥିସହିତ ଇଣ୍ଡିଆ ସିମେଣ୍ଟ୍ସ ଗ୍ରୁପ୍‌ର ଜଣେ ଉପସଭାପତି ଅଛନ୍ତି। ଏହି କମ୍ପାନୀ ଆଇପିଏଲ୍‌ ଫ୍ରାଞ୍ଜାଇଜ୍‌ ଚେନ୍ନାଇ ସୁପର କିଙ୍ଗ୍ସର ମାଲିକ ରହିଛି। ଏନ୍‌ସିଏରେ ଦାୟିତ୍ୱ ଗ୍ରହଣ କରିବା ପୂର୍ବରୁ ଡ୍ରାଭିଡ ଭାରତ ଏ’ ଏବଂ ୧୯ ବର୍ଷରୁ କମ୍‌ ଦଳର ମୁଖ୍ୟ କୋଚ୍‌ ଥିଲେ। ଏନ୍‌ସିଏ ଦାୟିତ୍ୱ ସହ ତାଙ୍କୁ ଏହି ଦୁଇଟି ଦଳର ଅଗ୍ରଗତି ଉପରେ ନଜର ରଖିବା ଲାଗି କୁହାଯାଇଛି। ଡ୍ରାଭିଡଙ୍କ ବିରୋଧରେ ମଧ୍ୟପ୍ରଦେଶ କ୍ରିକେଟ ଆସୋସିଏଶନ (ଏମ୍‌ପିସିଏ)ର ଜଣେ ଆଜୀବନ ସଦସ୍ୟ ସଞ୍ଜୀବ ଗୁପ୍ତା ସ୍ବାର୍ଥ ନିହିତ ଦ୍ୱନ୍ଦ୍ୱ ଅଭିଯୋଗ ଆଣିଥିଲେ। ତାଙ୍କର ଯୁକ୍ତି ଥିଲା ଇଣ୍ଡିଆ ସିମେଣ୍ଟ୍ସର ଜଣେ କର୍ମଚାରୀ ଭାବେ ଏନ୍‌ସିଏର ଦାୟିତ୍ୱ ସ୍ବାର୍ଥନିହିତ ଦ୍ୱନ୍ଦ୍ୱ ପରିସ୍ଥିତି ସୃଷ୍ଟି କରୁଛି। ଡ୍ରାଭିଡ ପୂର୍ବରୁ ତାଙ୍କ ଯୁକ୍ତି ଉପସ୍ଥାପନ କରି କହିଥିଲେ ସେ ଇଣ୍ଡିଆ ସିମେଣ୍ଟ୍ସରୁ ଛୁଟି ନେଇଛନ୍ତି। ତେଣୁ ବର୍ତ୍ତମାନ ତାଙ୍କର ଚେନ୍ନାଇ ସୁପର କିଙ୍ଗ୍ସ ସହିତ କୌଣସି ସମ୍ପର୍କ ନାହିଁ। ବିସିସିଆଇ ସମ୍ବିଧାନର ଧାରା ୩୮(୪) ଅନୁସାରେ ଜଣେ ବ୍ୟକ୍ତି ଏକକାଳୀନ ଦୁଇଟି ପଦବୀରେ ରହି ପାରିବେ ନାହିଁ। ସୂଚନାଯୋଗ୍ୟ, ସେପ୍ଟେମ୍ବର ୨୬ରେ ମୁମ୍ବାଇଠାରେ ୪୬ ବର୍ଷୀୟ ପୂବର୍ର୍ତନ ଭାରତୀୟ ଅଧିନାୟକଙ୍କର ବ୍ୟକ୍ତିଗତ ଶୁଣାଣି ହୋଇଥିଲା। ଜୈନ ଦ୍ୱିତୀୟ ରାଉଣ୍ଡ ଶୁଣାଣି ମଙ୍ଗଳବାର କରିଥିଲେ। ସେଦିନ ଡ୍ରାଭିଡଙ୍କ ବଦଳରେ ତାଙ୍କ ଓକିଲ ପ୍ରତିନିଧିତ୍ୱ କରିଥିଲେ। ଗୁରୁବାର ଜୈନ ତାଙ୍କ ରାୟ ଶୁଣାଇଥିଲେ। ଡ୍ରାଭିଡ ସ୍ବାର୍ଥନିହିତ ଦ୍ୱନ୍ଦ୍ୱ ନିୟମ ପରିସରକୁ ଆସୁନ ଥିବା ମୋର ହୃଦ୍‌ବୋଧ ହୋଇଛି। ତେଣୁ ତାଙ୍କ ବିରୋଧରେ ଅଣାଯାଇଥିବା ଅଭିଯୋଗକୁ ମୁଁ ଖାରଜ କରୁଛି ବୋଲି ସେ କହିଥିଲ।

 


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

BCCIର ବଡ଼ ଘୋଷଣା: ଏଣିକି ଏମିତି କଲେ ବୋଲରଙ୍କୁ…ନୂଆ ନିୟମ ଜାରି

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ୨୦୨୬-୨୭ ଘରୋଇ କ୍ରିକେଟ ସିଜନ ପୂର୍ବରୁ ଖେଳର ନିୟମରେ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି। ନୂତନ ନିୟମଗୁଡ଼ିକର ପ୍ରଭାବ…

ବିପଦରେ ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ଥାନ! ଜିମ୍ବାୱେ ମ୍ୟାଚରେ ବିଫଳ ହେଲେ…

ନୂଆଦିଲ୍ଲୀ,୨୨।୭: ବୈଭବ ସୂର୍ଯ୍ୟବଂଶୀ ୧୫ ବର୍ଷ ବୟସରେ ନିଜର ଝଡ଼ ବ୍ୟାଟିଂ ବଳରେ ଟିମ ଇଣ୍ଡିଆରେ ସ୍ଥାନ ପାଇଛନ୍ତି। ସେ ଇଂଲଣ୍ଡ ବିପକ୍ଷ ଟି-ଟେଣ୍ଟି ଅନ୍ତର୍ଜାତୀୟ (T20I)…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

୬୪୭ ଦିନ ପରେ ଟିମ୍‌ ଇଣ୍ଡିଆକୁ ଫେରିବେ ଏହି ଘାତକ ଖେଳାଳି: ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୭: ଇଂଲଣ୍ଡ ବିପକ୍ଷ ନିରାଶାକୁ ପଛରେ ପକାଇ, ଭାରତୀୟ କ୍ରିକେଟ ଦଳ ଏବେ ଜିମ୍ବାୱେ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ପ୍ରସ୍ତୁତ। ଶ୍ରେୟସ…

ଟିମ ଇଣ୍ଡିଆରେ ବଡ଼ ଧରଣର ଅଦଳବଦଳ: ବିଦାୟ ନେଲେ ଏହି କୋଚ୍‌! ଶେଷ ହେଲା ୫ ବର୍ଷର ଯାତ୍ରା

ମୁମ୍ବାଇ,୨୧।୭: ଇଂଲଣ୍ଡ ବିପକ୍ଷରେ ଟିମ ଇଣ୍ଡିଆକୁ ଟି-20 ଏବଂ ଦିନିକିଆ ସିରିଜରେ ଶୋଚନୀୟ ପରାଜୟର ସାମ୍ନା କରିବାକୁ ପଡ଼ିଛି। ଇଂଲଣ୍ଡ ପ୍ରଥମେ ଭାରତକୁ ଟି-20 ସିରିଜରେ ୪-୦ରେ…

ଏହି ୫ କାରଣ: ରୋହିତ ଶର୍ମାଙ୍କୁ ଅବସର ପାଇଁ କେହି କରିପାରିବେ ନାହିଁ ବାଧ୍ୟ! ଜାଣନ୍ତୁ କ’ଣ

ମୁମ୍ବାଇ,୨୧।୭: ଇଂଲଣ୍ଡ ବିପକ୍ଷ ଲଡର୍‌ସ ଦିନିକିଆରେ ୧୩୮ ରନର ଏକ ଚମତ୍କାର ଇନିଂସ ଖେଳିବା ପରେ ରୋହିତ ଶର୍ମାଙ୍କ ଅବସରକୁ ନେଇ ଚାଲିଥିବା ଚର୍ଚ୍ଚା ଏକ ନୂତନ…

‘ସେ ଦେଶ ପାଇଁ ନିଜ ଜୀବନ ଦେବେ’ – ରୋହିତ ଶର୍ମାଙ୍କ ପାଇଁ ମହମ୍ମଦ କୈଫଙ୍କ ଭାବପ୍ରବଣ Video

ନୂଆଦିଲ୍ଲୀ,୨୧।୭: ରୋହିତ ଶର୍ମାଙ୍କ ଭବିଷ୍ୟତ ସମ୍ପର୍କରେ ପ୍ରାୟତଃ ପ୍ରଶ୍ନ ଉଠିଛି। ସମ୍ପ୍ରତି ଗୁଜବ ଜୋର ଧରିଛି ଯେ ରୋହିତ ଲର୍ଡସରେ ତାଙ୍କର ଶେଷ ମ୍ୟାଚ ଖେଳିପାରନ୍ତି। ତଥାପି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri