ଡ୍ରେନ୍‌ ନ ହେଲେ ଅବରୋଧ ଚେତାବନୀ

କୋଲାବନଗର,୩୦।୪(ଡି.ଏନ୍‌.ଏ.): କୋରାପୁଟ ସଦର ବ୍ଲକ ଅନ୍ତର୍ଗତ ବଡ଼କେରେଙ୍ଗା ପଞ୍ଚାୟତରେ ଡ୍ରେନ୍‌ ଅଭାବରୁ ଅସୁବିଧା ଭୋଗୁଛନ୍ତି ମାଦଳାସାହୀ ଗ୍ରାମବାସୀ। ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାରେ ସ୍ଥାନୀୟ ହନୁମାନ ମନ୍ଦିରରୁ କେରେଙ୍ଗା ପଞ୍ଚାୟତ ଗଞ୍ଜେଇପଦର ପର୍ଯ୍ୟନ୍ତ ୮ କି.ମି. ରାସ୍ତା ୧୦ ବର୍ଷ ତଳୁ ନିର୍ମାଣ କରାଯାଇଥିଲା। ଉକ୍ତ ରାସ୍ତା ମାଦଳାସାହି ଦେଇ ଯାଇଛି। ତେବେ ରାସ୍ତାପାର୍ଶ୍ୱରେ ଡ୍ରେନ୍‌ ନିର୍ମାଣ ହୋଇ ନ ପାରିବାରୁ ଗାଁର ମଇଳା ଆବର୍ଜନା, ଜଳ ଓ ନଳକୂପର ଜଳ ରାସ୍ତାରେ ଭାସୁଛି। ଏହା ପରିମଳ ବିପର୍ଯ୍ୟସ୍ତ କରିବା ସହ ସର୍ବସାଧାରଣ ଚଳପ୍ରଚଳ ବେଳେ ବିରକ୍ତି ସୃଷ୍ଟି କରୁଛି। ୩ ବର୍ଷ ହେଲା ଏନେଇ ପ୍ରଶାସନର ଦୃଷ୍ଟି ଆକର୍ଷଣ କରାଯାଇଥିଲେ ମଧ୍ୟ କିଛି ସୁଫଳ ମିଳୁନାହିଁ। ୨୦୧୮ ଅଗଷ୍ଟରେ ଉକ୍ତ ଗ୍ରାମକୁ ମନ୍ତ୍ରୀ, କୋରାପୁଟ ଜିଲାପାଳ, କୋରାପୁଟ ବିଡିଓ ଆସିଥିଲେ । ସେମାନଙ୍କ ପାଖରେ ଗ୍ରାମବାସୀ ଡ୍ରେନ୍‌ ନିର୍ମାଣ ପାଇଁ ଅଭିଯୋଗ ମଧ୍ୟ କରିଥିଲେ । ବିଡିଓ ୩ ଦିନ ମଧ୍ୟରେ ଡ୍ରେନ୍‌ କାମ କରିଦେବାକୁ ପ୍ରତିଶ୍ରୁତି ଦେଇଥିଲେ । କିନ୍ତୁ ଏଯାବତ୍‌ ତାହା କାର୍ଯ୍ୟକାରୀ ହେଲାନାହିଁ। ଉକ୍ତ ରାସ୍ତାରେ ଜିଲା ପ୍ରଶାସନର କର୍ମଚାରୀ ସବୁଦିନ ଲମତାପୁଟ ବ୍ଲକ ଯାତାୟାତ କରୁଛନ୍ତି। କିନ୍ତୁ ଆନ୍ତରିକତା ଅଭାବରୁ ୩ଶହ ମିଟର ଡ୍ରେନ୍‌ ନିର୍ମାଣ ହୋଇପାରୁ ନାହିଁ । ଗ୍ରାମବାସୀ ବର୍ତ୍ତମାନ ତାତିଲେଣି, ଆଗକୁ ଏହି ରାସ୍ତା ବନ୍ଦ କରିବେ ବୋଲି ଗ୍ରାମବାସୀ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀ ଅପହରଣ ମାମଲାରେ ଓଡ଼ିଆ ଅଧ୍ୟାପକ ଗିରଫ

ରାୟଗଡ଼ା,୨୪/୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟର ଜଣେ ଓଡ଼ିଆ ଅଧ୍ୟାପକଙ୍କୁ ନାବାଳିକା ଅପହରଣ ଓ ପ୍ରଲୋଭନ ପୋଲିସ ଗିରଫ କରିଥିବା ଜଣାପଡ଼ିଛି । ମିଳିଥିବା...

ନିୟମଗିରିରେ ଡଙ୍ଗରିଆଙ୍କ ମେଳି,ଦାବି ପୂରଣ ନ ହେଲେ ଭୋଟ ବର୍ଜନ

ରାୟଗଡ଼ା,୨୧।୩(ଆଶିଷ ରଞ୍ଜନ ପଣ୍ଡା): ନିୟମଗିରି ଅଞ୍ଚଳର ପ୍ରାୟ ୩୮ଖଣ୍ଡ ଗାଁର ଶତାଧିକ ଡଙ୍ଗରିଆ ମହିଳାପୁରୁଷ ନିୟମଗିରି ଅଞ୍ଚଳର ପାରସାଲି ପଞ୍ଚାୟତ ନିକଟରେ ଏକତ୍ରିତ ହୋଇଥିଲେ। ଉକ୍ତ...

ରାୟଗଡ଼ାରେ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ

ରାୟଗଡ଼ା,୨୧।୪(ଆଶିଷ ରଞ୍ଜନ ପଣ୍ଡା)ଆଗାମୀ ସାଧାରଣ ନିର୍ବାଚନରେ ୩ ପ୍ରମୁଖ ଦଳ ନିଜ ନିଜର ହେଭିୱେଟ୍‌ ନେତାଙ୍କୁ ନେଇ ଅଞ୍ଚଳରେ ପ୍ରଚାର ପାଇଁ ଯୋଜନା ଚଳାଇଛନ୍ତି। ତେବେ...

ବଢ଼ିଲା ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ଅଡ଼ୁଆ

ଗୁଣପୁର,୨୦ା୪(ପ୍ରଦୀପ କୁମାର ପାଢ଼ୀ): ରାୟଗଡ଼ା ଜିଲା ମୁନିଗୁଡ଼ା ବ୍ଲକ୍‌ ରଘୁବାରିଠାରେ ବିଜେଡି ନେତା ଗ୍ରାମବାସୀଙ୍କୁ ମାରପିଟ କରିବା ନେଇ ଆଇନ ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ନାଁରେ...

ନଳକୂପରୁ ବାହାରୁନି ପାଣି, ଝରଣା ଭରସା

ରାୟଗଡ଼ା,୮।୪(ଆଶିଷ ରଞ୍ଜନ ପଣ୍ଡା): ଗ୍ରୀଷ୍ମଋତୁ ଆରମ୍ଭରୁ ରାୟଗଡ଼ା ଜିଲାରେ ପାନୀୟ ଜଳ ସଙ୍କଟ ଉତ୍କଟ ହେବାରେ ଲାଗିଛି। ସ୍ବାଧୀନତାର ୭୫ ବର୍ଷ ପରେ ଆଜି ବି...

ଜିଲା ବିଜେଡିରେ ବଡ଼ ପରିବର୍ତନ, ଭେଟରାନ ନେତାଙ୍କୁ ସଭାପତି ଦାୟିତ୍ୱ

ରାୟଗଡା,୫।୪(ଆଶିଷ ରଞ୍ଜନ ପଣ୍ଡା): ନିର୍ବାଚନକୁ ଆଉ ମାସେ ସମୟ ରହିଥିବା ବେଳେ ଜିଲା ବିଜେଡିରେ ପରିବର୍ତନ । ଯାହାକୁ ନେଇ ଜିଲାରେ ହଟଚମଟ ସୃଷ୍ଟି ହୋଇଛି...

ଦାଦା-ପୁତୁରା, ଅଜା-ନାତି ଲଢ଼େଇ

ଗୁଣପୁର,୫ା୪ (ପ୍ରଦୀପ କୁମାର ପାଢ଼ୀ):ରାୟଗଡ଼ା ଜିଲା ଗୁଣପୁର ବିଧାନସଭା ନିର୍ବାଚନମଣ୍ଡଳୀର ୩ ପ୍ରମୁଖ ରାଜନୈତିକ ଦଳ ପକ୍ଷରୁ ପ୍ରାର୍ଥୀ ଘୋଷଣା ହୋଇସାରିଛି। ବିଜେଡି ପକ୍ଷରୁ ରଘୁନାଥ...

କଂଗ୍ରେସ ତାଲିକାରୁ ଗମାଙ୍ଗ ପରିବାର ବାଦ୍‌

ଗୁଣପୁର,୩ା୪ (ପ୍ରଦୀପ କୁମାର ପାଢ଼ୀ):କଂଗ୍ରେସ ଏବଂ ଭାଜପା ପକ୍ଷରୁ ରାୟଗଡା ଜିଲା ଗୁଣପୁର ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ପ୍ରାର୍ଥୀ ଘୋଷଣା ହୋଇଛି। ୩ ପ୍ରମୁଖ ରାଜନୈତିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri