ଡ୍ରେନ୍‌ ଭିତରେ ପାନୀୟ ଜଳ ପାଇପ୍‌

ଆନନ୍ଦପୁର,୧୫। ୭(ସ୍ବ.ପ୍ର.)-ଆନନ୍ଦପୁର ପୌରପରିଷଦର ଖପରାଖାଇଠାରୁ ଘସିପୁରା ଗ୍ୟାରେଜ ଛକ ଭିଆଇପି ରୋଡ ପାଇଁ ବିବାଦ ପିଛା ଛାଡୁନି। ନିକଟରେ ସାମାନ୍ୟ ବର୍ଷାରେ ଭିଆଇପି ରୋଡ ଫାଟିବା ଠାରୁ ଆରମ୍ଭ କରି ସାଇଡ୍‌ ଓାଲ୍‌ ସତ୍ତ୍ୱେ ରାସ୍ତା ଧସିବା ଘଟଣାର ଚର୍ଚ୍ଚା ଥମି ନ ଥିବାବେଳେ ଏବେ ଡ୍ରେନ୍‌ ଭିତରେ ପାନୀୟ ଜଳ ପାଇପ ରହିବା ସଙ୍ଗିନ ଘଟଣା ପାଲଟିଛି। ରାସ୍ତା ନିର୍ମାଣ ସମୟରେ ଠିକଣା ଭାବେ ସରକାରୀ ଜବରଦଖଲ ସମସ୍ୟାକୁ ଦୃଷ୍ଟିକୁ ନିଆଯାଇ ନ ଥିବାରୁ ଏଭଳି ପରିସ୍ଥିତି ସୃଷ୍ଟି ହୋଇଛି। ରାସ୍ତାର ଡାହାଣପାର୍ଶ୍ୱରେ ଥିବା ସରକାରୀ ଜାଗା ଜବରଦଖଲକୁ ଉଚ୍ଛେଦ କରା ନ ଯାଇ ବାମପାର୍ଶ୍ୱରେ ଥିବା ଘରୋଇ ଜାଗା ସଂଲଗ୍ନ ରାସ୍ତା ନିର୍ମାଣ କରାଯାଇଥିବାରୁ ଡ୍ରେନ୍‌ ପାଇଁ ସମସ୍ୟା ସୃଷ୍ଟି ହୋଇଛି। ଫଳରେ ରାସ୍ତାର କିଛି ଅଂଶ କଟାଯାଇ ଡ୍ରେନ୍‌ ନିର୍ମାଣ କରାଯାଇଛି। ଏହିକ୍ରମରେ ବର୍ତ୍ତମାନ ନିର୍ମାଣ ହେଉଥିବା ଭିଆଇପି ରୋଡର ଡ୍ରେନ୍‌ ଭିତରେ ପାନୀୟ ଜଳର ପାଇପ୍‌ ରହିଯାଇଛି, ଯାହା ଏକ ଗୁରୁତର ସମସ୍ୟା। ପାନୀୟ ଜଳ ପାଇପ୍‌ କୌଣସି କାରଣରୁ ଲିକ୍‌ ହେଲେ ଡ୍ରେନ୍‌ ପାଣିସବୁ ଏଥିରେ ମିଶିବା ନିଶ୍ଚିତ ହୋଇଛି, ଯାହାକି ରୋଗକୁ ସିଧାସିଧା ନିମନ୍ତ୍ରଣ ବୋଲି କହିଲେ ଅତ୍ୟୁକ୍ତି ହେବନାହିଁ। ଏଭଳି ଗୁରୁତର ସମସ୍ୟା ପ୍ରତି ବିଭାଗୀୟ କର୍ତ୍ତୃପକ୍ଷ ଦୃଷ୍ଟି ଦେବାକୁ ସାଧାରଣରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାରୋକୋ କଲେ ଚାଷୀ, ଘଟଣାସ୍ଥଳରେ ପୋଲିସ: ଏହି କାରଣକୁ ନେଇ ତାତିଲେ….

ହାଟଡିହୀ/ଛେନାପଦୀ,୧୨l୮(ଶୁଭକାନ୍ତ ନାୟକ/ନିରାକାର ପରିଡା):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଡରମ୍ପାସ କେନାଲରେ ଅବ୍ୟବସ୍ଥା ଯୋଗୁ ବର୍ଷାଜଳ ନିଷ୍କାସନ ହୋଇପାରୁ ନଥିବା କାରଣରୁ ଚାଷୀମାନେ ବୁଧବାର ପ୍ରତିବାଦ ଏବଂ ରାସ୍ତାରୋକୋ…

ହର ହର ତ୍ରିରଙ୍ଗା ଘର ଘର ତ୍ରିରଙ୍ଗା ଶୁଭାରମ୍ଭ କଲେ ବିଧାୟକ, ସ୍ଲୋଗାନରେ ପ୍ରକମ୍ପିତ ହେଲା ସହର

ଗଞ୍ଜାମ,୧୨।୮(ବିଦ୍ୟାଧର ସାହୁ ): ପ୍ରଧାନମନ୍ତ୍ରୀ ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ହର ହର ତ୍ରିରଙ୍ଗା ଘର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ବୁଧବାର ଅନୁଷ୍ଠିତ ହୋଇଯାଇଛି l…

ମଙ୍ଗଳଙ୍କ ନକ୍ଷତ୍ର ପରିବର୍ତ୍ତନରେ ବଡ଼ ଚମତ୍କାର! ଏହି ୩ ରାଶିଙ୍କୁ ମିଳିବ ଧନ ଓ କ୍ୟାରିୟରରେ ଜବରଦସ୍ତ ଲାଭ

ମଙ୍ଗଳ ଗ୍ରହ ୨୪ ଜୁଲାଇରେ ମୃଗଶିରା ନକ୍ଷତ୍ରରେ ପ୍ରବେଶ କରିଥିଲେ। ବର୍ତ୍ତମାନ ଆଜି ୧୨ ଅଗଷ୍ଟ ବୁଧବାର ରାତ୍ରୀ ୧୦ଟା ୪୨ ମିନିଟରେ ମଙ୍ଗଳ ଗ୍ରହ ଆର୍ଦ୍ରା…

ନାବାଳିକାକୁ ଅପହରଣ କରି ଯାଜପୁରରେ ବଳାତ୍କାର, ପରେ…

ଭୁବନେଶ୍ୱର, ୧୨।୮: ଭୁବନେଶ୍ୱରର ଇନଫୋସିଟି ଥାନା ଅଞ୍ଚଳରୁ ଜଣେ ନାବାଳିକାକୁ ଅପହରଣ କରି ଯାଜପୁର ନେଇଯିବା ଏବଂ ସେଠାରେ ତାଙ୍କ ବଳାତ୍କାର ରାଯାଇଥିବା ନେଇ ଅଭିଯୋଗ ହୋଇଛି।…

ବଙ୍ଗୋପସାଗରରେ ପୁଣି ସୃଷ୍ଟି ହେଲା ଲଘୁଚାପ: ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୨।୮: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇଥିବା ଜଣାପଡ଼ିଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ…

ଆଜିଠାରୁ ମହଙ୍ଗା ହେଲା ପେଟ୍ରୋଲ-ଡିଜେଲ! ଇନ୍ଧନ ଦରରେ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ, ୧୨।୮: ଅନ୍ତର୍ଜାତୀୟ ବଜାରରେ କଞ୍ଚା ତେଲ (କ୍ରୁଡ ଅଏଲ) ର ଦର କ୍ରମାଗତ ଭାବେ ବୃଦ୍ଧି ପାଉଛି ଏବଂ ବ୍ରେଣ୍ଟ କ୍ରୁଡ ୯୦ ଡଲାର ପ୍ରତି…

ଯେଉଁ ଟିମକୁ ଦିନେ କରିଥିଲେ ମନା, ଏବେ ସେଇ ଟିମକୁ ଫେରିବାକୁ ଚାହୁଁଛନ୍ତି ପାଣ୍ଡ୍ୟା! ରଖିଲେ ଏମିତି ସର୍ତ୍ତ, ଟିମ କହିଲା-ଆସ ନାହିଁ…

ମୁମ୍ବାଇ,୧୨,୮: ଇଣ୍ଡିଆନ ପ୍ରିମିୟର୍‌ ଲିଗ (ଆଇପିଏଲ) ୨୦୨୭ ପାଇଁ ଟ୍ରେଡ ଲିଷ୍ଟ ଆସିବା ପୂର୍ବରୁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ନେଇ ଚର୍ଚ୍ଚା ଜୋର୍‌ ଧରିଛି। ହାର୍ଦ୍ଦିକ ବର୍ତ୍ତମାନ ପାଞ୍ଚ…

ଦିନ ଦ୍ୱିପ୍ରହରରେ ପ୍ରଧାନଶିକ୍ଷକଙ୍କ ଘରୁ ଚୋରି ଉଦ୍ୟମ: ଗାଡ଼ି ଗ୍ଲାସ ଭାଙ୍ଗିଲା ମାତ୍ରେ ବାଜିଲା ସାଇରନ୍‌, ଆଉ ତା’ପରେ…

ମୋହନା,୧୨।୮( ମନ୍ମଥ ମିଶ୍ର ): ଦ୍ୱିପ୍ରହରରେ ଚୋରି ଉଦ୍ୟମ। ଘରେ କେହି ନଥିବାର ସୁଯୋଗ ନେଇ ଚୋରି ପାଇଁ ଘରେ ପଶିବାକୁ ଉଦ୍ୟମ କରିଥିଲେ ଚୋର। ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri