ଡ୍ରେନ୍‌ ଭିତରେ ପାନୀୟ ଜଳ ପାଇପ୍‌

ଆନନ୍ଦପୁର,୧୫। ୭(ସ୍ବ.ପ୍ର.)-ଆନନ୍ଦପୁର ପୌରପରିଷଦର ଖପରାଖାଇଠାରୁ ଘସିପୁରା ଗ୍ୟାରେଜ ଛକ ଭିଆଇପି ରୋଡ ପାଇଁ ବିବାଦ ପିଛା ଛାଡୁନି। ନିକଟରେ ସାମାନ୍ୟ ବର୍ଷାରେ ଭିଆଇପି ରୋଡ ଫାଟିବା ଠାରୁ ଆରମ୍ଭ କରି ସାଇଡ୍‌ ଓାଲ୍‌ ସତ୍ତ୍ୱେ ରାସ୍ତା ଧସିବା ଘଟଣାର ଚର୍ଚ୍ଚା ଥମି ନ ଥିବାବେଳେ ଏବେ ଡ୍ରେନ୍‌ ଭିତରେ ପାନୀୟ ଜଳ ପାଇପ ରହିବା ସଙ୍ଗିନ ଘଟଣା ପାଲଟିଛି। ରାସ୍ତା ନିର୍ମାଣ ସମୟରେ ଠିକଣା ଭାବେ ସରକାରୀ ଜବରଦଖଲ ସମସ୍ୟାକୁ ଦୃଷ୍ଟିକୁ ନିଆଯାଇ ନ ଥିବାରୁ ଏଭଳି ପରିସ୍ଥିତି ସୃଷ୍ଟି ହୋଇଛି। ରାସ୍ତାର ଡାହାଣପାର୍ଶ୍ୱରେ ଥିବା ସରକାରୀ ଜାଗା ଜବରଦଖଲକୁ ଉଚ୍ଛେଦ କରା ନ ଯାଇ ବାମପାର୍ଶ୍ୱରେ ଥିବା ଘରୋଇ ଜାଗା ସଂଲଗ୍ନ ରାସ୍ତା ନିର୍ମାଣ କରାଯାଇଥିବାରୁ ଡ୍ରେନ୍‌ ପାଇଁ ସମସ୍ୟା ସୃଷ୍ଟି ହୋଇଛି। ଫଳରେ ରାସ୍ତାର କିଛି ଅଂଶ କଟାଯାଇ ଡ୍ରେନ୍‌ ନିର୍ମାଣ କରାଯାଇଛି। ଏହିକ୍ରମରେ ବର୍ତ୍ତମାନ ନିର୍ମାଣ ହେଉଥିବା ଭିଆଇପି ରୋଡର ଡ୍ରେନ୍‌ ଭିତରେ ପାନୀୟ ଜଳର ପାଇପ୍‌ ରହିଯାଇଛି, ଯାହା ଏକ ଗୁରୁତର ସମସ୍ୟା। ପାନୀୟ ଜଳ ପାଇପ୍‌ କୌଣସି କାରଣରୁ ଲିକ୍‌ ହେଲେ ଡ୍ରେନ୍‌ ପାଣିସବୁ ଏଥିରେ ମିଶିବା ନିଶ୍ଚିତ ହୋଇଛି, ଯାହାକି ରୋଗକୁ ସିଧାସିଧା ନିମନ୍ତ୍ରଣ ବୋଲି କହିଲେ ଅତ୍ୟୁକ୍ତି ହେବନାହିଁ। ଏଭଳି ଗୁରୁତର ସମସ୍ୟା ପ୍ରତି ବିଭାଗୀୟ କର୍ତ୍ତୃପକ୍ଷ ଦୃଷ୍ଟି ଦେବାକୁ ସାଧାରଣରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

ଶ୍ରୀକାନ୍ତଙ୍କ ପ୍ରାର୍ଥିତ୍ୱରୁ ତ୍ରିମୁଖୀ ଲଢ଼େଇ

ବାଲେଶ୍ୱର,୧୬ା୪(ମାନସ ବିଶ୍ୱାଳ):ବାଲେଶ୍ୱର ଲୋକ ସଭା ଆସନ ପାଇଁ କଂଗ୍ରେସ ପକ୍ଷରୁ ଶ୍ରୀକାନ୍ତ ଜେନାଙ୍କ ନାମ ଘୋଷଣା କରାଯାଇଛି। ପୂର୍ବରୁ ଭାଜପାରୁ ପ୍ରତାପ ଷଡ଼ଙ୍ଗୀ ଓ ବିଜେଡିରୁ...

ପ୍ରତାପ ଷଡଙ୍ଗୀଙ୍କୁ ନିଜ ଦଳର କର୍ମୀ ଚେତାବନୀ, ଏମିତି ନ କଲେ ନିର୍ବାଚନମଣ୍ଡଳୀରେ ପୂରାଇ ଦିଆଯିବ ନାହିଁ

ବାଲେଶ୍ୱର,୧୪।୪(ମାନସ ବିଶ୍ୱାଳ)- ଜଳେଶ୍ୱର ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ପକ୍ଷରୁ ଘୋଷଣା କରାଯାଇଥିବା ପ୍ରାର୍ଥୀଙ୍କୁ ବିରୋଧ କରାଯାଇଛି। ଏନେଇ ବାଲେଶ୍ୱର ସହର ସହଦେବଖୁଣ୍ଟାସ୍ଥିତ ଏକ ଘରୋଇ...

ଚିଙ୍ଗୁଡ଼ି ଘେରିରେ ଏସିଡ୍‌ ଢାଳି ଯୁବକଙ୍କୁ ହତ୍ୟା

ରୂପସା,୧୪।୪(ବାଞ୍ଛାନିଧି ଦେ)ବାଲେଶ୍ୱର ଜିଲା ସିଂଲା ଥାନା ଅଧୀନ ଗନ୍ଧିଆ ଗାଁ ନିକଟରେ ଥିବା ଏକ ଚିଙ୍ଗୁଡ଼ି ଘେରିରେ ଜଣେ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି।...

ଟିକେଟ୍ ପାଇ ନବୀନଙ୍କୁ କୃତଜ୍ଞତା ଜଣାଇଲେ ଲେଖାଶ୍ରୀ

ଭୁବନେଶ୍ୱର,୧୩ା୪: ବାଲେଶ୍ୱର ଲୋକ ସଭା ପାଇଁ ବିଜୁ ଜନତା ଦଳ ଲେଖାଶ୍ରୀ ସାମନ୍ତସିଂହାରଙ୍କୁ ପ୍ରାର୍ଥୀ ଘୋଷଣା କରିବା ପରେ ଶନିବାର ସେ ଦଳର ମୁଖିଆ ତଥା...

ଉଭୟଙ୍କୁ ପ୍ରତିଶ୍ରୁତି, ଭାଗ୍ୟରେ ଟିକେଟ

ବାଲେଶ୍ୱର,୧୩।୪(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବିଧାନସଭା ନିର୍ବାଚନମଣ୍ଡଳୀର ବିଜେଡି ପ୍ରାର୍ଥୀ ଟିକେଟକୁ ନେଇ ଲାଗିରହିଛି ଡ୍ରାମା। ଗତ ୨୦୧୪ ନିର୍ବାଚନରେ ବିଜେଡିରୁ ପ୍ରାର୍ଥୀ ହୋଇ...

ନୀଳଗିରିର ବୋହୂ, ପରିବେଶ ବିଜ୍ଞାନରେ ପିଏଚ୍‌ଡି; ବିଜେଡି ଟିକେଟ୍‌ରେ ଲଢ଼ିବାକୁ ଯାଉଥିବା ଲେଖାଶ୍ରୀଙ୍କ ବିଷୟରେ ଜାଣନ୍ତୁ…

ଭୁବନେଶ୍ୱର/ବାଲେଶ୍ବର,୧୨।୪: ଏକଦା ବିରୋଧୀ ଦଳରେ ଥିବା ବେଳେ ବିଜେଡି ସୁପ୍ରିମୋଙ୍କୁ ଶବ୍ଦବାଣରେ କଟାକ୍ଷ କରିବାର ଗୋଟିଏ ବି ସୁଯୋଗ ଛାଡ଼ୁ ନ ଥିଲେ। ହେଲେ ୨୦୨୪...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri