ଡ୍ରେନ୍‌ ସଫେଇକୁ ପଦାରେ ପକାଇଲା ବର୍ଷା : ବଡ଼ଦାଣ୍ଡ, ବେଳାଭୂମି ରାସ୍ତାରେ ଜମିଲା ପାଣି

ପୁରୀ ଅଫିସ, ୨୬।୭ : ରଥଯାତ୍ରା ପୂର୍ବରୁ ଜିଲା ପ୍ରଶାସନ ଡ୍ରେନ୍‌ ସଫେଇକୁ ଏକପ୍ରକାର ଚ୍ୟାଲେଞ୍ଜ ଭାବେ ଗ୍ରହଣ କରିଥିଲା। ଖୋଦ୍‌ ଜିଲାପାଳ ଏହି ଦାୟିତ୍ୱ ନିଜ କାନ୍ଧକୁ ନେଇ ସଫେଇ କାର୍ଯ୍ୟକୁ ତ୍ୱରାନ୍ବିତ କରିଥିଲେ। ବାହାର ଜିଲାରୁ ସଫେଇ କର୍ମଚାରୀଙ୍କୁ ଅଣାଯାଇ ସହରର ବିଭିନ୍ନ ଡ୍ରେନ୍‌ ସଫା କରାଯାଇଥିଲା। ପ୍ରଶାସନିକ ଅଧିକାରୀମାନଙ୍କୁ ଏହାର ତଦାରଖ ଦାୟିତ୍ୱ ଦିଆଯାଇଥିଲା। ରଥଯାତ୍ରା ପୂର୍ବରୁ ସହରର ସବୁ ଛୋଟ ବଡ ଡ୍ରେନ୍‌ ସଫା କରାଯାଇଥିବା କୁହାଗଲା। ହେଲେ ଗୁରୁବାର ହୋଇଥିବା ବର୍ଷା ଡ୍ରେନ୍‌ ସଫେଇର ବାସ୍ତବତାକୁ ପଦାରେ ପକାଇଛି। ବଡ଼ଦାଣ୍ଡଠୁ ଆରମ୍ଭ କରି ବେଳାଭୂମି ରାସ୍ତା ସବୁଠି ବର୍ଷାପାଣି ଜମିଛି।
ଭୋରୁ ବର୍ଷା ଆରମ୍ଭ ହୋଇଥିଲା। ପୂର୍ବାହ୍ନ ୧୧ଟାରୁ ପ୍ରାୟ ୧ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ଧରି ପ୍ରବଳ ବର୍ଷା ହୋଇଥିଲା। ଏଥିଯୋଗୁ ସବୁ ରାସ୍ତାଘାଟ ଜଳମଗ୍ନ ହୋଇଯାଇଥିଲା। ବିଶେଷକରି ବଡଦାଣ୍ଡର ସ୍ଥିତି ଅଧିକ ସଙ୍ଗିନ ହୋଇପଡ଼ିିଥିଲା। ବର୍ଷା ପାଣି ସହ ଡ୍ରେନ୍‌ ପାଣି ମିଶି ରାସ୍ତାରେ ସୁଅ ଛୁଟିଥିଲା। ବଡ଼ଦାଣ୍ଡର ବିଭିନ୍ନ ସ୍ଥାନରେ ଜମା ହୋଇ ରହିଥିବା ଆବର୍ଜନା ରାସ୍ତାସାରା ଭାସିଥିଲା। କେତେକ ସ୍ଥାନରେ ଡ୍ରେନ୍‌ ଚୋକ୍‌ ହୋଇଯିବାରୁ ନଳାପାଣି ଉଦ୍‌ବୃତ୍ତ ହୋଇଥିଲା। ମେଡିକାଲ ଛକରେ ପ୍ରାୟ ଦେଢ ଫୁଟ ଉଚ୍ଚର ପାଣି ଜମିଯାଇଥିଲା। ସେହିପରି ଶରଧାବାଲିରେ ବର୍ଷା ପାଣିର ସୁଅ ଦେଖିବାକୁ ମିଳିଥିଲା। କେବଳ ବଡଦାଣ୍ଡ ନୁହେଁ, ସହରର ପ୍ରାୟ ଅଧିକାଂଶ ରାସ୍ତାରେ ପାଣି ଜମିରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଉପରେ ବଡ଼ ଆର୍ଥିକ କଟକଣା ଘୋଷଣା କଲେ ଟ୍ରମ୍ପ, ସହଯୋଗୀ ଦେଶକୁ ଅଲଟିମେଟମ

ଓ୍ବାଶିଂଟନ,୨୦।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଇସଲାମିକ ଗଣରାଜ୍ୟ ଇରାନକୁ ତାଙ୍କ ପରି କେହି ଚୁକ୍ତି କରିବା ପାଇଁ ଏତେ ସୁଯୋଗ ଦେଇନାହାଁନ୍ତି। ଟ୍ରମ୍ପ…

ସ୍ମାର୍ଟ ମିଟର ଲଗାଇବା ବାଧ୍ୟତାମୂଳକ ନୁହେଁ: ଓଲଟା କାମ କରୁଛି ଟାଟା ପାଓ୍ବାର

ଭୁବନେଶ୍ୱର,୨୦।୮(ସୁନିତ୍‌ ମିଶ୍ର):ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ (ଓଇଆର୍‌ସି) ୨୪ ମାର୍ଚ୍ଚ ୨୦୨୬ରେ ଦେଇଥିବା ତଥ୍ୟ ଅନୁଯାୟୀ ରାଜ୍ୟରେ ବର୍ତ୍ତମାନ ୯୭ ଲକ୍ଷ ୪୯ ହଜାର ୬୧୫ ଜଣ…

‘ବନ୍ଦେ ମାତରମ’: କଂଗ୍ରେସ ପ୍ରସ୍ତାବକୁ ସମାଲୋଚନା କଲା ଭାଜପା

ନୂଆଦିଲ୍ଲୀ,୨୦।୮: ‘ବନ୍ଦେ ମାତରମ’ ଉପରେ ଚାଲିଥିବା ରାଜନୈତିକ ହଟ୍ଟଗୋଳ ମଧ୍ୟରେ, କଂଗ୍ରେସ କାର୍ଯ୍ୟକାରିଣୀ କମିଟି (CWC) କେବଳ ଏହାର ପ୍ରଥମ ଦୁଇଟି ପଦ ଗାଇବା ପାଇଁ ଏକ…

ବିପଦସଙ୍କୁଳ ଶ୍ରେଣୀଗୃହ, ମୁହଁ ମୋଡୁଛନ୍ତି ଛାତ୍ରୀଛାତ୍ର

ଭବାନୀପାଟଣା,୨୦ା୮(ଉତ୍ତମ କୁମାର ଦାଶ):ଓଡ଼ିଶା ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ୨୦୧୪ରେ ରାଜ୍ୟର ସମସ୍ତ ଅସୁରକ୍ଷିତ ଓ ପରିତ୍ୟକ୍ତ ସ୍କୁଲ କୋଠା ଚିହ୍ନଟ…

ଘରେ ଶୋଇଥିଲେ ଟିକେଶ୍ୱର, କାମୁଡ଼ିଲା ସାପ: ରାତିଅଧରେ ଏମିତି କାମ କରିବାରୁ ଘଟିଲା…

ଦେବଗଡ,୨୦।୮(ଶଶାଙ୍କ ଶେଖର ଝାଙ୍କର): ସାପ କାମୁଡାରେ ଦେବଗଡ ଥାନା ତଥା ବାରକୋଟ ବ୍ଲକ କଂଟାପାଲି ଗ୍ରାମ ପଞ୍ଚାୟତର ଟୁସୁଳା ଗ୍ରାମର ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି…

୨୦ଟଙ୍କା ଲାଞ୍ଚ ପାଇଁ ୩୦ ବର୍ଷର ଆଇନଗତ ଲଢ଼େଇ

ନୂଆଦିଲ୍ଲୀ, ୨୦।୮: ମାତ୍ର ୨୦ଟଙ୍କା ଲାଞ୍ଚ ମାମଲାରେ ୩ ଦଶନ୍ଧି ଧରି ଚାଳିଥିବା ଆଇନଗତ ଲଢ଼େଇର ଅନ୍ତ ଘଟିଛି। ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଉଜ୍ଜଳ ଭୂୟାଁ ଏବଂ…

୨୮ରେ ରାଜ୍ୟ କ୍ୟାବିନେଟ୍‌: ୭ ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର,୨୦।୮(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୨୮ତାରିଖରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଏ ସଂକ୍ରାନ୍ତରେ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ମନ୍ତ୍ରିମଣ୍ଡଳର ସଦସ୍ୟମାନଙ୍କୁ…

ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri