Posted inଜାତୀୟ

ଡ୍ରୋନ୍‌ ଆକ୍ରମଣରେ ଆତଙ୍କବାଦୀ ହୁଜୈଫା ନିହତ: ଅନ୍‌ଲାଇନ୍‌ରେ କଶ୍ମୀର ଯୁବକଙ୍କୁ ଆଇଏସ୍‌ ସଂଗଠନରେ କରୁଥିଲେ ଭର୍ତ୍ତି

ଶ୍ରୀନଗର,୨୧।୭: କଶ୍ମୀର ଯୁବକଙ୍କୁ ଅନ୍‌ଲାଇନ୍‌ରେ ଇସଲାମିକ୍‌ ଷ୍ଟେଟ୍‌(ଆଇଏସ୍‌) ଆତଙ୍କବାଦୀ ସଂଗଠନରେ ଭର୍ତ୍ତି କରୁଥିବା ହୁଜୈଫା ଅଲ୍‌-ବାକିସ୍ତାନୀଙ୍କ ମୃତ୍ୟୁ ଘଟିଛି। ଆଫଗାନିସ୍ତାନର ନରଗରହର ପ୍ରଦେଶରେ ହୋଇଥିବା ଏକ ଡ୍ରୋନ୍‌ ଆକ୍ରମଣରେ ହୁଜୈଫାଙ୍କ ମୃତ୍ୟୁ ହୋଇଥିବା କୁହାଯାଉଛି। ଏହି ପାକିସ୍ତାନୀ ଆତଙ୍କବାଦୀ ଜମ୍ମୁ-କଶ୍ମୀରରେ ଆଇଏସ୍‌ ସଂଗଠନକୁ ସକ୍ରିୟ କରିବାକୁ ପ୍ରୟାସ କରୁଥିବା ଜଣାପଡ଼ିଥିଲା। ଆଫଗାନିସ୍ତାନ ଏବଂ ଭାରତରେ ଆଇଏସ୍‌ ସଂଗଠନର ସଦସ୍ୟ ସଂଖ୍ୟା ବଢ଼ାଇବା ପାଇଁ ହୁଜୈଫା ଯୋଜନା କରୁଥିଲେ। ଭାରତରେ ଓ୍ବିଲାହ ଅଫ୍‌ ହିନ୍ଦ୍‌ ସଂଗଠନ ହୁଜୈଫାଙ୍କ ନିର୍ଦ୍ଦେଶରେ କାମ କରୁଥିବା ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଦିଆଯାଇଥିଲା। ଇଞ୍ଜିନିୟରିଂ ପାସ୍‌ ପରେ ସେ ଲଶ୍କର-ଇ-ତୋଏବା ସଂଗଠନ ସହିତ ଯୋଗାଯୋଗ କରିଥିଲେ। ଶ୍ରୀନଗର ବାସିନ୍ଦା ଲିଜାଜ୍‌ ଅହନଗରଙ୍କ କନ୍ୟା ସବିରାଙ୍କୁ ହୁଜୈଫା ବିବାହ କରିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଏନ୍‌କାଉଣ୍ଟରରେ ଟଲିପଡ଼ିଲେ ମାଓବାଦୀ ନେତା ସହଦେବ

ରାଞ୍ଚି,୧୭।୪: ଝାଡ଼ଖଣ୍ଡର ଚତରା-ହଜାରିବାଗ ସୀମାନ୍ତ ଜଙ୍ଗଲରେ ଶୁକ୍ରବାର ସୁରକ୍ଷାକର୍ମୀ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏହି ଏନ୍‌କାଉଣ୍ଟରେ ୪ଜଣ ଟପ୍‌ ମାଓବାଦୀ ନିହତ ହୋଇଛନ୍ତି।…

ବିଜୁବାବୁଙ୍କୁ ନେଇ ଏମିତି ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, କହିଲେ ଆମେ ତାଙ୍କର…

ଭୁବନେଶ୍ୱର,୧୭ା୪: ଆଜି ଅର୍ଥାତ୍‌ ଶୁକ୍ରବାର ବିଜୁବାବୁଙ୍କ ଶ୍ରାଦ୍ଧ ବାର୍ଷିକୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମହାନ ଜନନାୟକ ବିଜୁବାବୁଙ୍କୁ ମନେ ପକାଇ ଏକ ବଡ଼…

ଏଥର କାହିଁକି ନଜର ଆସିଲେନି ପଞ୍ଜାବ କିଙ୍ଗ୍ସର ମାଲିକାଣୀ? MI ବିପକ୍ଷରେ ବିଜୟ ପରେ ପୋଷ୍ଟ କରିି…

ନୂଆଦିଲ୍ଲୀ,୧୭।୪: IPL 2026 ରେ ପଞ୍ଜାବ କିଙ୍ଗ୍ସ ଏକ ଚମତ୍କାର ପ୍ରଦର୍ଶନ କରୁଛି। ଏପର୍ଯ୍ୟନ୍ତ, ପଞ୍ଜାବ ଟୁର୍ଣ୍ଣାମେଣ୍ଟରେ ଏକମାତ୍ର ଦଳ ଯିଏ ଗୋଟିଏ ବି ମ୍ୟାଚ ହାରିନାହିଁ।…

‘ସ୍ବାଧୀନତା ସଂଗ୍ରାମରେ ବିଜୁବାବୁଙ୍କ ଭୂମିକା ଥିଲା ଗୁରୁତ୍ୱପୂର୍ଣ୍ଣ’

ପାଟଣାଗଡ଼,୧୭ା୪(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ ଏନ୍‌ଏସିସ୍ଥିତ ବିଜୁଜନତା ଦଳ କାର୍ଯ୍ୟାଳୟଠାରେ ସ୍ଥାନୀୟ ବିଜେଡି ପକ୍ଷରୁ ଶୁକ୍ରବାର ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ୨୯ତମ ଶ୍ରାଦ୍ଧ ଦିବସ ପାଳିତ…

ଜେଜେ ମା’ଙ୍କୁ କାହିଁକି ମନେ ପକାଇଲେ ରାହୁଲ ଗାନ୍ଧୀ? କହିଲେ ଏହା ନୁହେଁ Women Reservation Bill

ନୂଆଦିଲ୍ଲୀ,୧୭।୪: ସ୍ବତନ୍ତ୍ର ସଂସଦୀୟ ଅଧିବେଶନର ଦ୍ୱିତୀୟ ଦିନରେ ଲୋକ ସଭାରେ ଭାଷଣ ଦେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ତାଙ୍କ ଜେଜେମା’ ଇନ୍ଦିରା…

ମହାନ ଜନନାୟକ ବିଜୁବାବୁଙ୍କୁ ବିଜେଡି ମନେ ପକାଇ…

ପାଟଣା,୧୭ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀ ବିଜେଡି ପକ୍ଷରୁ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସ ଶୁକ୍ରବାର ରାଜନଗର ରଘୁନାଥଜୀଉ ମଠ ପରିସରରେ ଅନୁଷ୍ଠିତ ହୋଇଛି।…

ଭାରତର ଭାଗ୍ୟ ଉଜ୍ୱଳ! ମିଳିଗଲା LPG ସଙ୍କଟକୁ ମୁକାବିଲା କରିବାର ସୂତ୍ର

ନୂଆଦିଲ୍ଲୀ,୧୭।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ କେବଳ ଭାରତକୁ ନୁହେଁ ବରଂ ବିଶ୍ୱବ୍ୟାପୀ ଅନେକ ଦେଶକୁ ଗ୍ୟାସ ସଙ୍କଟରେ ପକାଇଛି। ତଥାପି, ବିଶ୍ୱ ବଜାରରେ…

ପୁରୁଣା ବଜାର ଅଞ୍ଚଳକୁ ଓଏମ୍‌ସି ଖଣି ପ୍ରଭାବିତ ଅଞ୍ଚଳରେ ସାମିଲ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

କେନ୍ଦୁଝର,୧୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ବଂଶପାଳ ବ୍ଲକ ଅନ୍ତର୍ଗତ ଶୁଆକାଟିରେ ଥିବା ଓଡ଼ିଶା ଖଣି ନିଗମର ଗନ୍ଧମାର୍ଦ୍ଦନ ଲୌହ ଖଣି କାର୍ଯ୍ୟ ଦ୍ବାରା ପ୍ରଭାବିତ ହେଇଥିବା କେନ୍ଦୁଝର ପୁରୁଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri