ଡ୍ରୋନ୍‌ ପଞ୍ଜୀକରଣ ପାଇଁ ଶେଷ ସୁଯୋଗ:୩୧ ପରଠାରୁ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର, ୧୪-୧(ବ୍ୟୁରୋ):ଏଣିକି ମନଇଚ୍ଛା ଆଉ ଉଡ଼ିପାରିବନି ଡ୍ରୋନ୍‌।ଏପରି କି ବିନା ପଞ୍ଜୀକରଣରେ ବେଆଇନ ଭାବେ ଡ୍ରୋନ୍‌ ପାଖରେ ରଖିଲେ ଓ ବିନାନୁମତିରେ ଉଡ଼ାଣ କଲେ ହେବ ଦୃଢ଼ କାର୍ଯ୍ୟାନୁଷ୍ଠାନ। ଏଥିପାଇଁ ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ଦେଶରେ ରହିଥିବା ଘରୋଇ ବା ବେସାମରିକ(ସିଭିଲ) ଡ୍ରୋନ୍‌ଗୁଡ଼ିକର ପଞ୍ଜୀକରଣ ପାଇଁ ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ସୁଯୋଗ ଦେଇଛି। ଯେଉଁମାନେ ଡ୍ରୋନ୍‌ ରଖିଛନ୍ତି, ସେମାନେ ଭୟ କିମ୍ବା କୌଣସି ଆଶଙ୍କା ନ କରି ସ୍ବେଚ୍ଛାକୃତ ଭାବେ ଜଣାଇବାକୁ ମନ୍ତ୍ରଣାଳୟ ସୋମବାର ସୂଚନା ଜାରି କରିବା ସହ ଏହାପରଠାରୁ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହେବ ବୋଲି ଚେତାବନୀ ଦେଇଛି। ଏଥିପାଇଁ ମନ୍ତ୍ରଣାଳୟ ପକ୍ଷରୁ ଏକ ଅନ୍‌ଲାଇନ୍‌ ଲିଙ୍କ୍‌ ଜାରି କରାଯାଇଛି। ୧୪ ଜାନୁୟାରୀରୁ ୩୧ ତାରିଖ ମଧ୍ୟରେ ବେଆଇନ ଡ୍ରୋନ୍‌ ଓ ପରିଚାଳକଙ୍କ ସମ୍ପର୍କରେ ଉକ୍ତ ଲିଙ୍କ୍‌ (httsps://digitalsky.dgca.gov.in)ରେ ଜଣାଇବାକୁ କୁହାଯାଇଛି। ଏହାପରେ ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ (ଡିଜିସିଏ)ର ଗାଇଡ୍‌ଲାଇନ୍‌ ଅନୁସାରେ ଆବଶ୍ୟକ ଯାଞ୍ଚ୍‌ କରାଯାଇ ଡ୍ରୋନ୍‌ ପଞ୍ଜୀକରଣ କରାଯିବ। ଏଥିସହ ପରିଚାଳକଙ୍କୁ ୟୁନିକ୍‌ ଆଇଡେଣ୍ଟିଫିକେଶନ (ୟୁଆଇଏନ୍‌) ନମ୍ବର ଓ ଅନମ୍ୟାନ୍‌ଡ ଏୟାରକ୍ରାଫ୍ଟ ଅପରେଟର ପରମିଟ୍‌ (ୟୁଏଓପି) ମିଳିବ। ସେହିପରି ଡ୍ରୋନ୍‌ ଆକ୍‌ନଲେଜମେଣ୍ଟ ନମ୍ବର (ଡିଏଏନ୍‌) ଓ ଅପରେଟର ଆକ୍‌ନଲେଜମେଣ୍ଟ ନମ୍ବର (ଓଏଏନ୍‌) ମଧ୍ୟ ପ୍ରଦାନ କରାଯିବ। ଏହାପରେ ସିଭିଲ ଆଭିଏଶନ ରେଗୁଲେଶନ (ସିଏଆର୍‌) ନିୟମ ଆଧାରରେ ଡ୍ରୋନ୍‌ ଉଡ଼ାଣ ପାଇଁ ଅନୁମତି ମିଳିବ। ବିନା ଡିଏଏନ ଓ ଓଏଏନରେ ଡ୍ରୋନ୍‌ ଉଡ଼ାଣ କଲେ ଆଇନ୍‌ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଭାରତରେ ମାତ୍ରାଧିକ ବେସାମରିକ ଡ୍ରୋନ୍‌ର ବ୍ୟବହାର ହେଉଥିବା ଓ ଏହା ଦେଶର ସୁରକ୍ଷା ତଥା ବିମାନ ଚଳାଚଳରେ ସମସ୍ୟା ସୃଷ୍ଟିର ଆଶଙ୍କା କରି ମନ୍ତ୍ରଣାଳୟ ଏପରି ନିଷ୍ପତ୍ତି ନେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତାକାଲି ପଡୁଛି ୩ ରାଜଯୋଗ; ୫ ରାଶିଙ୍କ ବଦଳିବ ଭାଗ୍ୟ, ମୋଟା ଅଙ୍କର ରୋଜଗାରକୁ ବଡ଼ କମ୍ପାନୀରୁ ଅଫର୍‌

୯ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ କୃଷ୍ଣ ପକ୍ଷର ତ୍ରୟୋଦଶୀ ତିଥି ଏବଂ ବୁଧବାର। ଏହା ସହିତ ଏହି ଦିନଟି ଦ୍ୱିତୀୟ ଚତୁର୍ମାସ୍ୟାର ୧୭ଶ ଦିନ…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ରାହୁଙ୍କ ମକର ରାଶିରେ ଗୋଚର, ୨୦୨୮ ଯାଏ ୩ ରାଶିରେ ଧନବର୍ଷା, ଚାକିରିରେ ମିଳିବ ପ୍ରମୋଶନ

ଶୁକ୍ର ଗ୍ରହ ୧୧ ସେପ୍ଟେମ୍ୱର ୨୦୨୬ରେ ନକ୍ଷତ୍ର ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସେ ଚିତ୍ରା ନକ୍ଷତ୍ରରୁ ବାହାରି ରାହୁଙ୍କ ଅଧୀନରେ ଥିବା ସ୍ୱାତୀ ନକ୍ଷତ୍ରରେ ଗୋଚର କରିବେ।…

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri