ଡ୍ୟାନ୍ସ କ୍ଲାସରେ ପଶି ଆତଙ୍କ: କର୍ମଚାରୀଙ୍କୁ ମାଡ଼, ୨ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୨୮।୨(ବ୍ୟୁରୋ): ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଗ୍ରୁପ ଡ୍ୟାନ୍ସ କ୍ଲାସର ମାଲିକିଆଣୀଙ୍କୁ ଗାଳିଗୁଲଜ ଓ ସଂସ୍ଥାର ଜଣେ କର୍ମଚାରୀଙ୍କୁ ବୁଧବାର ୨ ଜଣ ଯୁବକ ମାଡ଼ ମାରିଥିଲେ। ସେମାନଙ୍କୁ ପୋଲିସ ଗିରଫ କରିଛି। ଗିରଫ ଅଭିଯୁକ୍ତଦ୍ୱୟ ହେଲେ ଏହି ଥାନା ଅନ୍ତର୍ଗତ ଗଣପତିନଗର ଅଞ୍ଚଳର ଦୁଃଖଶ୍ୟାମ ରେଡ୍ଡୀ ଓ ଶକ୍ତିବିହାର ଅଞ୍ଚଳର କାଳନ୍ଦୀ ଭୋଇ।
ପୋଲିସ ସୂଚନା ମୁତାବକ, ଗିରଫ ଅଭିଯୁକ୍ତଦ୍ୱୟ ଗ୍ରୁପ ଡ୍ୟାନ୍ସ କ୍ଲାସର ସଦସ୍ୟ ଥିଲେ। ସେମାନେ ବିଭିନ୍ନ କାର୍ଯ୍ୟକ୍ରମରେ ପାରିଶ୍ରମିକ ନେଇ କାର୍ଯ୍ୟ କରିଥାନ୍ତି। କିଛି ବକେୟା ପାରିଶ୍ରମିକକୁ ନେଇ ଉକ୍ତ ଡ୍ୟାନ୍ସ ସ୍କୁଲର ମାଲିକିଆଣୀଙ୍କ ସହ ଝଗଡା ହୋଇଥିଲା। ବୁଧବାର ସନ୍ଧ୍ୟାରେ ଅଭିଯୁକ୍ତଙ୍କୁ ନିଶାସକ୍ତ ଅବସ୍ଥାରେ ସାଲିଆସାହି ଅଞ୍ଚଳରେ ଥିବା ଡ୍ୟାନ୍ସ କ୍ଲାସ ପରିସରରେ ପହଞ୍ଚତ୍ ପାଟିତୁଣ୍ଡ କରିଥିଲେ। ସେଠାରେ ଉପସ୍ଥିତ ମାଲିକିଆଣୀ ଓ ଜଣେ ଯୁବତୀଙ୍କୁ ଗାଳିଗୁଲଜ କରିଥିଲେ। ସେହି ସମୟରେ ସେଠାରେ ଉପସ୍ଥିତ କର୍ମଚାରୀ ପ୍ରଭାତ କୁମାର ପ୍ରଧାନ ଅଭିଯୁକ୍ତଦ୍ୱୟଙ୍କୁ ଅଟକାଇବାରୁ ସେମାନେ ଉତ୍‌କ୍ଷିପ୍ତ ହୋଇ ତାଙ୍କୁ ମାଡ ମାରିଥିଲେ। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ୨ ଅଭିଯୁକ୍ତଙ୍କୁ ଥାନାକୁ ଉଠାଇ ଆଣିଥିଲା। ସେମାନେ ନିଜକୁ ନିର୍ଦ୍ଦୋଷ କହିବା ସହ ଥାନାରେ ପାଟିତୁଣ୍ଡ କରିଥିଲେ। ଏଥିସହ ଥାନା ବାହାରେ ସେମାନଙ୍କ ପରିବାର ଲୋକ ଓ ସାଙ୍ଗ ସାଥୀ ଏକାଠି ହୋଇ ଅଭିଯୁକ୍ତଙ୍କୁ ଛାଡି ଦେବାକୁ ଜିଦ୍‌ ଧରିଥିଲେ। ପୋଲିସ ନଂ. ୧୧୨/୨୦ରେ ମାମଲା ରୁଜୁ କରି ଘଟଣାର ତଦନ୍ତ କରିବା ପରେ ସେମାନଙ୍କୁ ଗିରଫ କରି ଗୁରୁବାର କୋର୍ଟ ଚାଲାଣ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

କମାଲ ଦେଖାଇଲେ ଶିଶୁ ବୈଜ୍ଞାନିକ, ଜିଲାପାଳ କହିଲେ…

ବରଗଡ଼,୬ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ରାଣା ପ୍ରତାପ ସ୍କୁଲ ପଡ଼ିଆରେ ଶନିବାର ଜିଲାସ୍ତରୀୟ ବିଜ୍ଞାନ ମେଳା ଉଦ୍‌ଘାଟିତ ହୋଇଛି। ଜିଲା ଶିକ୍ଷା ଅଧିକାରୀ ଜ୍ୟୋତିକାନ୍ତ ସାହୁଙ୍କ ଅଧ୍ୟକ୍ଷତା...

ଫିଫା ବିଶ୍ୱକପ୍‌ ଲାଗି ଡ୍ର’ ଉଠାଣ: ଜାଣନ୍ତୁ କେଉଁ ଦଳ କେବେ କାହାକୁ ଭେଟିବ…

ଓ୍ବାଶିଂଟନ,୬ା୧୨: ଆସନ୍ତା ବର୍ଷ ଆମେରିକା, କାନାଡା ଓ ମେକ୍ସିକୋରେ ହେବାକୁ ଯାଉଥିବା ଫିଫା ବିଶ୍ୱକପ୍‌ ଲାଗି ଶନିବାର ଡ୍ର’ ଉଠାଣ ପ୍ରକ୍ରିୟା ଅନୁଷ୍ଠିତ ହୋଇଯାଇଛି। ଏଥିସହିତ...

ଲାଞ୍ଚ ନେବାବେଳେ ଏଡିଇଓଙ୍କୁ ରେଡ୍‌ ହ୍ୟାଣ୍ଡରେ ଧରିଲା ଭିଜିଲାନ୍ସ, ପାଖରୁ ମିଳିଲା…

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ୍‌ ଅଧୀନ ତାଳପଦା ପଞ୍ଚାୟତ ଆକାଉଣ୍ଟାଣ୍ଟ କମ୍‌ ଡାଟା ଏଣ୍ଟ୍ରି ଅପରେଟର(ଏଡିଇଓ) ଲାଞ୍ଚ ନେଇ ଭିଜିଲାନ୍ସ ହାତରେ...

ନାଡ଼ାପାଟାଙ୍ଗ, ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଦାବିପତ୍ର

ବାଲିଗୁଡ଼ା, ୬।୧୨(ସଞ୍ଜୟ ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ବାରଖମା ପଞ୍ଚାୟତର ନାଡ଼ାପାଟାଙ୍ଗ ଏବଂ ସିନ୍ଦ୍ରିଗାଁ ପଞ୍ଚାୟତର ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଉପଜିଲାପାଳଙ୍କ ଜରିଆରେ...

ବାରବାଟୀରେ ଖେଳିପାରନ୍ତି ଶୁବମନ ଗିଲ୍‌

ଭୁବନେଶ୍ୱର,୬ା୧୨(ଅନାଦି କର): ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ମ୍ୟାଚ୍‌କୁ ଆଉ...

ଗାଧୋଇବା ପାଇଁ ଯାଉଥିବା ବେଳେ ମରଣାନ୍ତକ ଆକ୍ରମ: ଏବେ ଆସିଲା ବଡ଼ ରାୟ

ଦିଗପହଣ୍ଡି,୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶନିବାର ଆଙ୍କୋରଡ଼ା ଗ୍ରାମର ଜେ.ଉଗ୍ରସେନଙ୍କୁ ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଦର୍ଶାଇ ଗିରଫ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri