ଡ୍ୟୁଟିବେଳେ ଟ୍ରାଫିକ ପୋଷ୍ଟରେ ଅନୁପସ୍ଥିତ ରହିବା ମହଙ୍ଗା ପଡ଼ିଲା

କଟକ ଅଫିସ, ୫।୯: ଭୁବନେଶ୍ୱର ରୁପାଲି ଛକରେ ଡ୍ୟୁଟିବେଳେ ଟ୍ରାଫିକ ପୋଷ୍ଟରେ ଅନୁପସ୍ଥିତ ରହି ନିଲମ୍ବିତ ହୋଇଥିବା ୨ଜଣ କନଷ୍ଟେବଳଙ୍କୁ ବୁଧବାର ଜିଲାପାର ବଦଳି କରାଯାଇଛି। ଡିଜିପି ବିଜୟ କୁମାର ଶର୍ମା ନିଲମ୍ବିତ ଟ୍ରାଫିକ କନଷ୍ଟେବଳ କାଳିଆସୁନା ବେହେରାଙ୍କୁ ସହରାଞ୍ଚଳ ପୋଲିସ ଜିଲାରୁ ସୁନ୍ଦରଗଡ ଓ ଓଏପିଏଫ୍‌ କନଷ୍ଟେବଳ ଅଜୟ କୁମାର ପ୍ରଧାନଙ୍କୁ ମାଲକାନଗିରିକୁ ବଦଳି କରିଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ଭୁବନେଶ୍ୱର ରୁପାଲି ଛକ ଟ୍ରାଫିକ ପୋଷ୍ଟରେ ଡ୍ୟୁଟି ପାଇଁ କାଳିଆ ଓ ଅଜୟଙ୍କୁ ନିୟୋଜିତ କରାଯାଇଥିଲା। ମାତ୍ର କାର୍ଯ୍ୟ ସମୟରେ ସେମାନେ ସେଠାରେ ଅନୁପସ୍ଥିତ ଥିଲେ। ଯେଉଁଥିପାଇଁ ଟ୍ରାଫିକ ସମସ୍ୟା ଉପୁଜିଥିଲା। ଟ୍ରାଫିକ ପୋଲିସଙ୍କ ଅନୁପସ୍ଥିତିରେ ଲୋକମାନେ ବେପରୁଆ ଭାବେ ଟ୍ରାଫିକ ନିୟମ ଭାଙ୍ଗି ଗାଡି ଚଳାଇଥିଲେ। ତେଣୁ ଦୀର୍ଘ ସମୟ ଧରି ସେଠାରେ ଟ୍ରାଫିକ ସମସ୍ୟା ଉପୁଜିଥିଲା। ଡ୍ୟୁଟି ସମୟରେ ଅନୁପସ୍ଥିତ ଥିବା ଯୋଗୁ ଗତ ୩ରେ ଡିସିପି ଅନୁପ କୁମାର ସାହୁ ଉଭୟଙ୍କୁ ନିଲମ୍ବିତ କରିଥିଲେ। ଏଭଳି ଦାୟିତ୍ୱହୀନତା ଓ କର୍ତ୍ତବ୍ୟରେ ଅବହେଳାକୁ ଡିଜିପି ଶର୍ମା ଗୁରୁତ୍ୱ ସହ ନେଇ ଉଭୟଙ୍କ ବିରୋଧରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ବଜାରରେ ବିକ୍ରି ହେଉଛି ନିମ୍ନମାନର କ୍ଷୀର, ଆପଣ କିଣୁନାହାନ୍ତି ତ ?

ଭୁବନେଶ୍ବର,୧୮।୨: ରାଜ୍ୟରେ ବିକ୍ରି ହେଉଛି ନିମ୍ନ ମାନର ଦୁଗ୍ଧ ଓ ଦୁଗ୍ଧଜାତ ଦ୍ରବ୍ୟ। ଏନେଇ ବୁଧବାର ବିଧାନସଭାରେ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ରଖିଛନ୍ତି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ…

ସରକାରଙ୍କ ବଡ ପଦକ୍ଷେପ: ରସୁଲଗଡ଼ରେ ହେବ ୫୦୦ ମିଟରର ସ୍କାଏୱାକ୍‌

ଭୁବନେଶ୍ବର,୧୮।୨: ରାଜଧାନୀର ଜାତୀୟ ରାଜପଥ-୧୬ରେ ଆଉ ରହିବନି ଦୁର୍ଘଟଣାର ଭୟ। ପଥଚାରୀଙ୍କ ସୁରକ୍ଷା ପାଇଁ ଅଣ୍ଟା ଭିଡିଛି ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ ବା NHAI। ପଳାଶୁଣିରୁ…

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ, କହିଲେ ଏହି କାରଣ

ଭୁବନେଶ୍ବର,୧୮।୨: କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ । ବୁଧବାର ସେ ଇସ୍ତଫା ପତ୍ର ପିସିସି ସଭାପତି ଭକ୍ତଚରଣ ଦାସଙ୍କ ନିକଟକୁ ପଠାଇଛନ୍ତି ।…

ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରିଙ୍କ ପ୍ରତିକ୍ରିୟା, କହିଲେ ନବୀନ କି ନିଷ୍ପତ୍ତି ନେବେ…

ଭୁବନେଶ୍ୱର,୧୮ା୨: ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରି ନାରାୟଣ ପାତ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ ବରିଷ୍ଠମାନଙ୍କୁ ଗୁରୁତ୍ୱ ଦେଇ କହିଛନ୍ତି, ଦଳ ପାଇଁ କାମ…

ପ୍ରେମ, ପ୍ରତାରଣା ମାମଲା: ଆସିଷ୍ଟାଣ୍ଟ ଲେବର ଅଫିସର ଗିରଫ

ଭୁବନେଶ୍ୱର,୧୮।୨(ତ୍ରିନାଥ ମହାନ୍ତି):ପ୍ରେମ ଓ ପ୍ରତାରଣା ଅଭିଯୋଗରେ ଖାରବେଳନଗର ଥାନା ପୋଲିସ ବଲାଙ୍ଗୀରରେ କାର୍ଯ୍ୟରତ ଜଣେ ଆସିଷ୍ଟାଣ୍ଟ ଲେବର ଅଫିସରଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ନୟାଗଡ଼ର…

ଅସୁରକ୍ଷିତ ରାଜଧାନୀ ଭୁବନେଶ୍ୱର: ୨୪ଘଣ୍ଟାରେ ୩ ଘଟଣାରେ ଆତଙ୍କିତ ସହରବାସୀ

ଅସୁରକ୍ଷିତ ହୋଇପଡ଼ିିଛି ରାଜଧାନୀ ଭୁବନେଶ୍ୱର। କଥା କଥାରେ ବୁଲୁଛି ଖଣ୍ଡା, ଭୁଜାଲି। ଦିନ ହେଉ ଅବା ରାତି ମହିଳାଙ୍କଠାରୁ ଆରମ୍ଭ କରି ପୁରୁଷ କେହି ସୁରକ୍ଷିତ ନାହାନ୍ତି।…

ମାର୍ଚ୍ଚ ୧୬ରେ ରାଜ୍ୟ ସଭା ନିର୍ବାଚନ: ପ୍ରେସ୍‌ ନୋଟ ଜାରି

ଭୁବନେଶ୍ୱର,୧୮।୨: ମାର୍ଚ୍ଚ ୧୬ରେ ରାଜ୍ୟ ସଭା ନିର୍ବାଚନ ଅନୁଷ୍ଠିତ ହେବ। ନିର୍ବାଚନ ନେଇ ପ୍ରେସ୍‌ ନୋଟ ଜାରି କରିଛନ୍ତି ଭାରତୀୟ ନିର୍ବାଚନ କମିଶନ। ୧୦ ରାଜ୍ୟର ୩୭…

ଲାଭ ନେଇଗଲା କଂଗ୍ରେସ

ଭୁବନେଶ୍ୱର,୧୮।୨(ସୁନିତ୍‌ ମିଶ୍ର): ୧୭ଶ ବିଧାନସଭାର ୬ଷ୍ଠ ଅଧିବେଶନ ମଙ୍ଗଳବାର ଆରମ୍ଭ ହୋଇଛି। ରାଜ୍ୟପାଳ ହରିବାବୁ କମ୍ଭମପାଟିଙ୍କ ଅଭିଭାଷଣରୁ ଗୃହକାର୍ଯ୍ୟ ଆରମ୍ଭ ହୋଇଛି। ପ୍ରଥମ ଦିନ ଥିବାରୁ ଗୃହରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri