ଡ. ହରେକୃଷ୍ଣ ମହତାବଙ୍କ ପ୍ରତିମୂର୍ତ୍ତି ଅନାବରଣ କଲେ କେନ୍ଦ୍ରମନ୍ତ୍ରୀ

ବନ୍ତ,୨।୧(ସ୍ବ.ପ୍ର.) : ଭଦ୍ରକ ଜିଲା ବନ୍ତ ବ୍ଲକ ଚାରିଗାଁରେ ଡ. ହରେକୃଷ୍ଣ ମହତାବଙ୍କ ପ୍ରତିମୂର୍ତ୍ତିକୁ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ଗୁରୁବାର ଅନାବରଣ କରିଛନ୍ତି । ବାତ୍ୟା ଆଶ୍ରୟସ୍ଥଳ ନିକଟରେ ଏହି ପ୍ରତିମୂର୍ତ୍ତି ସ୍ଥାପନ କରାଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ଜିଲା ଭାଜପା ସଭାପତି ହେମନ୍ତ ପାଢ଼ୀ, ଭାଜପା ନେତା ବଦ୍ରି ନାରାୟଣ ଧଳ, ଅଭିମନ୍ୟୁ ସେଠୀ, ପ୍ରଦୀପ ନାୟକ ପ୍ରମୁଖ ଉପସ୍ଥିତ ଥିଲେ।