ଢାବାରୁ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ଗୋପାଳପୁର/କନିଷି(ଡି.ଏନ୍‌.ଏ.),୨୪ା୧୧- ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଗୋବିନ୍ଦନଗର ଗ୍ରାମସ୍ଥିତ ଶ୍ୟାମା ଢାବା ବାରଣ୍ଡାରୁ ରବିବାର ଜଣେ ଯୁବକଙ୍କ କ୍ଷତବିକ୍ଷତ ମୃତଦେହ ପୋଲିସ ଉଦ୍ଧାର କରିଛି। ସେ ହେଲେ ବ୍ରହ୍ମପୁର ମହାନଗର ଗୋଇଲୁଣ୍ଡି ଅଞ୍ଚଳର ନୀଳାଞ୍ଚଳ ମହାନ୍ତି (୩୩)।
ପ୍ରକାଶ ଯେ, ଶ୍ୟାମା ଢ଼ାବାର କର୍ମଚାରୀମାନେ ଶନିବାର ରାତିରେ କାମସାରି ଶୋଇ ପଡ଼ିଥିଲେ। ରବିବାର ସକାଳୁ ଜଣେ କର୍ମଚାରୀ ଉଠିବାପରେ ଢ଼ାବା ବାରଣ୍ଡାରେ ଥିବା ଏକ ଖଟଉପରେ ଜଣେ ଯୁବକଙ୍କ କ୍ଷତବିକ୍ଷତ ମୃତଦେହ ପଡିଥିବା ଦେଖିଥିଲେ। ଏନେଇ ଗୋଳନ୍ଥରା ଥାନାକୁ ଖବର ଦିଆଯାଇଥିଲା। ଗୋଳନ୍ଥରା ଥାନା ଅଧିକାରୀ ବାବୁଲି ନାୟକ ଓ ଅନ୍ୟ ପୋଲିସ ଅଧିକାରୀଙ୍କ ସହ ଘଟଣାସ୍ଥଳରେ ପହଞ୍ଚତ୍ଥିଲେ। ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ବଡ ମେଡିକାଲକୁ ପଠାଯାଇଥିଲା। ନଂ.୩୨/୧୯ରେ ଏକ ଅପମୃତ୍ୟୁ ମାମାଲା ରୁଜୁ କରି ପୋଲିସ ତଦନ୍ତ ଆରମ୍ଭ କରିଛି। ମୃତଦେହର ମୁଣ୍ଡ ଓ ଆଖିରେ ଗଭୀର କ୍ଷତ ଥିବାରୁ ଏହା ଏକ ହତ୍ୟାକାଣ୍ଡ ବୋଲି ଅନୁମାନ କରାଯାଉଛି।
ଢ଼ାବାକୁ ନୀଳାଞ୍ଚଳ କିପରି ଆସିଲେ, ସେଠାରେ ତାଙ୍କର କିପରି ମୃତ୍ୟୁ ଘଟିଲା, ଢ଼ାବା କର୍ମଚାରୀମାନେ କିପରି ଘଟଣାସମ୍ପର୍କରେ କିଛି ଜାଣିପାରିଲେ ନାହିଁ ସେ ନେଇ ପୋଲିସ ତଦନ୍ତ ଚଳାଇଛି। ନୀଳାଞ୍ଚଳଙ୍କ ପରିବାର ଲୋକେ କହିବା ଅନୁଯାୟୀ, ସେ ନିଶା ସେବନ କରନ୍ତି ଓ କିଛିଦିନ ହେଲା ତାଙ୍କ ସ୍ବାସ୍ଥ୍ୟବସ୍ଥା ଭଲ ନ ଥିଲା। ତେବେ ବ୍ୟବଚ୍ଛେଦ ରିପୋର୍ଟ ଆସିଲେ ମୃତ୍ୟୁର ଠିକ୍‌ କାରଣ ଜଣାପଡିବ ବୋଲି ପୋଲିସ କହିଛି। ବ୍ୟବଚ୍ଛେଦ ପରେ ମୃତଦେହ ତାଙ୍କ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି ପୋଲିସ।


Enter your email to get our daily news in your inbox.

All Right Reserved By Dharitri.Com

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri