ଢିଙ୍କିଆରେ ପଞ୍ଚାୟତ ନିର୍ବାଚନୀ ହିଂସା, ଜଣେ ଗୁରୁତର

କୁଜଙ୍ଗ,୨ା୭(ସ୍ବ.ପ୍ର.): ତ୍ରିଲୋଚନପୁର ଥାନା ଅଧୀନ ଢିଙ୍କିଆ ପଞ୍ଚାୟତରେ ସୋମବାର ସନ୍ଧ୍ୟାରେ ନିର୍ବାଚନୀ ହିଂସା ଘଟିଛି। ଗଣ୍ଡଗୋଳ ଘଟି ଜଣେ ଗୁରୁତର ହୋଇ ପ୍ରଥମେ ଅଠରବାଙ୍କୀ ଓ ପରେ କଟକ ବଡ଼ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ପରିସ୍ଥିତିକୁ ଦୃଷ୍ଟିରେ ରଖି ଗ୍ରାମରେ ପୋଲିସ ପହଞ୍ଚତ୍ ତଦନ୍ତ କରିଛି। ବିଜେଡିର ଦୁଇ ଗୋଷ୍ଠୀ ମଧ୍ୟରେ ଏହି ହିଂସାକାଣ୍ଡ ଓ ଗୋଷ୍ଠୀ ସଂଘର୍ଷ ହୋଇଥିବା ଜଣାପଡିଛି। ଏଥିରେ ଢିଙ୍କିଆର ସୁଶାନ୍ତ ସାମଲ(୫୫)ଙ୍କ ମୁଣ୍ଡରେ ଗୁରୁତର ଆଘାତ ଲାଗିଛି। ଏ ନେଇ ରାତି ୧୦ଟା ସୁଧା ଥାନାରେ କୌଣସି ଅଭିଯୋଗ ହୋଇ ନ ଥିବାବେଳେ ପୋଲିସ ସୂଚନା ପାଇ ଢିଙ୍କିଆରେ ପହଞ୍ଚତ୍ଛି। ସୂଚନାଯୋଗ୍ୟ, ଆସନ୍ତା ୩ ତାରିଖରେ ଢିଙ୍କିଆରେ ପଞ୍ଚାୟତ ନିର୍ବାଚନ ହେବାକୁ ଥିବାବେଳେ ସୋମବାର ପ୍ରଚାର ଶେଷ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପରେ ରାସାୟନିକ ଗ୍ୟାସ୍‌ର ପ୍ରଭାବ: ଅନେକ ଅସୁସ୍ଥ

ପାରାଦୀପ,୨୯ା୧୨(ଶରତ ରାଉତ):ପାରାଦୀପର ଅଧିକାଂଶ ଅଞ୍ଚଳରେ ରବିବାର ସାରେ ରାସାୟନିକ ଗ୍ୟାସ ଦୁର୍ଗନ୍ଧ ହୋଇଛି। ଫଳରେ ସ୍ଥାନୀୟ ଲୋକେ ଅଣନିଃଶ୍ୱାସୀ ହେବା ସହ ମୁହଁରେ ମାସ୍କ କିମ୍ବା...

ଯାତ୍ରା ପୂବରୁ ଆଖିବୁଜିଲେ ଖଳନାୟକ, ଛାତିରେ ହେଲା ଯନ୍ତ୍ରଣା…

ନୂଆପଡ଼ା/ଜଗତସିଂହପୁର,୨୬।୧୨(ମକାରୁ ବେମାଲ ): ଯାତ୍ରା ଖଳନାୟକ ନରେନ୍ଦ୍ର ଦାସଙ୍କ ଆକସ୍ମିକ ଦେହାନ୍ତ ହୋଇଛି। ଅଭିନୟ କରିବାକୁ ନୂଆପଡ଼ା ଯାଇଥିବା ବେଳେ ହଠାତ୍‌ ଛାତିରେ ଯନ୍ତ୍ରଣା ହୋଇଥିଲା।...

ମାଛ ନେଇଯିବାରୁ ନାବାଳକଙ୍କ ଗୁପ୍ତାଙ୍ଗ କାଟିଦେଲେ

ଏରସମା,୨୬ା୧୨(ଦୀପ୍ତି ଖଣ୍ଡୁଆଳ): ଜଗତ୍‌ସିଂହପୁର ଜିଲା ଏରସମା ଥାନା ଅନ୍ତର୍ଗତ ଆମ୍ବିକି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମାଛ ନେଇଯିବାରୁ ଏହି ଗ୍ରାମର ଜଣେ...

ବିଳମ୍ବ କଲେ ଏମ୍‌ପି, ଚାଲିଗଲେ ବିଧାୟକ

ଜଗତ୍‌ସିଂହପୁର, ୨୪ା୧୨ (ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଜିଲାସ୍ତରୀୟ ମତ୍ସ୍ୟ ଓ ପ୍ରାଣିସମ୍ପଦ ମେଳାର ଉଦ୍‌ଘାଟନୀ ଉତ୍ସବରେ ସୋମବାର ବିଶୃଙ୍ଖଳା ଦେଖାଦେଇଛି। କାର୍ଯ୍ୟସୂଚୀ ଅନୁଯାୟୀ ପୂର୍ବାହ୍ନ...

ଶ୍ମଶାନରେ ଗୁଣିଆଙ୍କ ତନ୍ତ୍ର ସାଧନା: ପ୍ରେମିକାଙ୍କ ନାଁରେ ଭୁବନେଶ୍ୱରରେ ଯୁବକ କିଣିଥିଲେ ପ୍ଲଟ ଓ ଆଉ ଗାଡ଼ି, ଧରାଛୁଆଁ ନ ଦେବାରୁ…

ବାଲିକୁଦା,୨୨।୧୨(ତାପସ ସ୍ବାଇଁ): ବାଲିକୁଦା ବ୍ଲକ ମରିଚପୁର ଗ୍ରାମ୍ୟ ଶ୍ମଶାନରେ ଶନିବାର ବିଳମ୍ବିତ ରାତିରେ କୌଣସି ଗୁଣିଆ ତନ୍ତ୍ର ସାଧନା କରିଥିବା ସ୍ଥାନୀୟ ଲୋକେ ସନ୍ଦେହ କରିଛନ୍ତି।...

ରେଞ୍ଜରଙ୍କ ଘରୁ ମିଳିଲାଣି ପୁଳାପୁଳା ଟଙ୍କା : ୬୭ ଲକ୍ଷର ଜମା

ଜଗତ୍‌ସିଂହପୁର,୨୦।୧୨: ଜଗତସିଂହପୁର ରାହାମା ରେଞ୍ଜର ରାଜେନ୍ଦ୍ର ସାମନ୍ତରାୟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ପରେ ମିଳିଲାଣି ୬୭ ଲକ୍ଷ ବ୍ୟାଙ୍କ ଓ ପୋଷ୍ଟାଲ ଜମା। ଆୟ ବର୍ହିଭୂତ...

ରେଞ୍ଜର ରାଜେନ୍ଦ୍ର ସାମନ୍ତରାୟଙ୍କ ଘରେ ଚଢ଼ାଉ, ଏକକାଳୀନ ୫ଟି ସ୍ଥାନରେ ରେଡ୍

ଜଗତସିଂହପୁର: ସକାଳୁ ସକାଳୁ ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଜଗତସିଂହପୁର ଫରେଷ୍ଟ ରେଞ୍ଜରଙ୍କ ଘରେ ଭିଜିଲାନ୍ସ ରେଡ୍ କରିଛି । ଆୟ ବହିର୍ଭୂତ ସଂପତ୍ତି...

ମନ୍ତ୍ରୀଙ୍କ ଗାଡ଼ି ଧକ୍କାରେ ବୃଦ୍ଧ ଗୁରୁତର

ଜଗତସିଂହପୁର,୧।୧୨: ଶିଳ୍ପ ମନ୍ତ୍ରୀଙ୍କ ଏସ୍କର୍ଟ ଗାଡ଼ି ଧକ୍କାରେ ବୃଦ୍ଧ ଗୁରୁତର ହୋଇଛନ୍ତି। କଟକ-ପାରାଦୀପ ରାସ୍ତାର ତାରପୁର ଛକରେ ଏହି ଦୁର୍ଘଟଣା ହୋଇଛି। ବୃଦ୍ଧ ଜଣଙ୍କ ରାସ୍ତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri