ଢେଙ୍କାନାଳରେ ଜଳସମ୍ପଦ ମନ୍ତ୍ରୀ:ଅଧିକ ଜମିକୁ ଜଳ ସେଚନ ନିର୍ଦ୍ଦେଶ

ଢେଙ୍କାନାଳ ଅଫିସ, ୨୮।୯

ଜଳସମ୍ପଦ ଏବଂ ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ ଶୁକ୍ରବାର ଢେଙ୍କାନାଳ ଗସ୍ତରେ ଆସି ସ୍ଥାନୀୟ ସର୍କିଟ ହାଉସ୍‌ରେ ବିଭାଗୀୟ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଜିଲାରେ ଅଧିକ ଚାଷ ଜମିକୁ ଜଳସେଚନ କରିବାକୁ ମନ୍ତ୍ରୀ ବିଭାଗୀୟ ଯନ୍ତ୍ରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ରେଙ୍ଗାଳି ବାମ କେନାଲ ଦ୍ୱାରା ୧୦,୩୫୬ ହେକ୍ଟର ଜମିକୁ ପାଣି ଯୋଗାଇବାକୁ ଲକ୍ଷ୍ୟ ଧାର୍ଯ୍ୟ ହୋଇଥିଲା। ଅଦ୍ୟାବଧି ୨୪୦୫ ହେକ୍ଟର ଜମିରେ ପାଣି ପହଞ୍ଚତ୍ଛି। ସେହିପରି ରେଙ୍ଗାଳି ଦକ୍ଷିଣ କେନାଲ ପ୍ରଣାଳୀ ଦ୍ୱାରା ୩୩,୧୧୫ ହେକ୍ଟର ଜମିରେ ଜଳସେଚନ ଲକ୍ଷ୍ୟଧାର୍ଯ୍ୟ କରାଯାଇଥିବାବେଳେ ଅଗଷ୍ଟ ୩୧ ସୁଦ୍ଧା ୧୫,୨୦୯ ହେକ୍ଟର ଜମିରେ ଜଳସେଚନର ସୁବିଧା ହୋଇପାରିଛି। ରେଙ୍ଗାଳି ଦକ୍ଷିଣ କେନାଲ ସମଲ ବ୍ୟାରେଜରୁ ୯୫କିମି ଯାଏ ପାଣି ଯୋଗାଉଛି। ଏହି କେନାଲ ଦ୍ୱାରା ଅନୁଗୋଳ, ଢେଙ୍କାନାଳ, କଟକ ଏବଂ ଯାଜପୁର ଜିଲାର ଚାଷୀ ଉପକୃତ ହେବେ। ୨୦୧୩ ଯାଏ ଖର୍ଚ୍ଚ ଅଟକଳ ୧୯୬୨.୩୩ କୋଟି ଟଙ୍କା ରହିଥିବା ସୂଚନା ଦିଆଯାଇଛି।
ପାଣି ପଞ୍ଚାୟତ ବୈଠକକୁ ଯନ୍ତ୍ରୀ ଆସୁ ନ ଥିବାରୁ ବିଧାୟକ ସୁଧୀର କୁମାର ସାମଲ କ୍ଷୋଭବ୍ୟକ୍ତ କରିଥିଲେ। ପରଜଙ୍ଗରେ ଥିବା ଜଳସମ୍ପଦ ବିଭାଗ ବଙ୍ଗଳାର ପୁନରୁଦ୍ଧାର କରିବା ପାଇଁ ବିଧାୟକ ଡା. ନୃସିଂହ ଚରଣ ସାହୁ ମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଜଳ ସମ୍ପଦ ବିଭାଗ କାର୍ଯ୍ୟକ୍ରମକୁ ତ୍ୱରାନ୍ବିତ କରିବାକୁ ଏମ୍‌ପି ମହେଶ ସାହୁ କହିଥିଲେ। ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା ଆଲୋଚନାରେ ଭାଗନେଇ କହିଲେ, କାମାକ୍ଷାନଗର ବ୍ଲକର ୭୬% ଜମି ଜଳସେଚିତ। ଏହା ଜିଲାର ୧ନମ୍ବର ସ୍ଥାନ ହାସଲ କରିଛି। ଜମି ଅଧିଗ୍ରହଣ ସମୟରେ ୫-ଟି କାର୍ଯ୍ୟଧାରା ଉପରେ ଧ୍ୟାନ ଦିଆଯାଉଥିବା ସେ ସୂଚନା ଦେଇଥିଲେ। ଜଳସେଚନ ବିଭାଗର ଯନ୍ତ୍ରୀମାନେ ଦଳଗତ ଅଭିମୁଖ୍ୟ ନେଇ କାର୍ଯ୍ୟ କରିବାକୁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ସୂଚନା ଓ ଲୋକସମ୍ପର୍କ ବିଭାଗ ଇ-ଲାଇବ୍ରେରି ପ୍ରକଳ୍ପକୁ ଚଳିତ ଆର୍ଥିକ ବର୍ଷରେ କାର୍ଯ୍ୟକାରୀ କରାଇବାକୁ ସେ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ହେମନ୍ତ କୁମାର ନାୟକଙ୍କୁ ପରାମର୍ଶ ଦେଇଥିଲେ। ମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ସୁକାନ୍ତ ପ୍ରଧାନ, ସ୍ବତନ୍ତ୍ର ଭୂଅର୍ଜନ ଅଧିକାରୀ ବରେନ୍ଦ୍ରନାଥ ଧଳ, ଜଳସମ୍ପଦ ବିଭାଗ ମୁଖ୍ୟଯନ୍ତ୍ରୀ, ଅଧିକ୍ଷଣ ଯନ୍ତ୍ରୀ ଏବଂ ନିର୍ବାହୀ ଯନ୍ତ୍ରୀମାନେ ଉପସ୍ଥିତ ରହି ବିଭିନ୍ନ ତଥ୍ୟ ଉପସ୍ଥାପନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଋଷିକୁଲ୍ୟା ବନ୍ୟାରେ ପୁରୁଷୋତ୍ତମପୁର ବେହାଲ: ରାତିରେ ସ୍ଥିତି ସମୀକ୍ଷା କଲେ ଗଞ୍ଜାମ ଜିଲାପାଳ, ଆସନ୍ତା ୧୦ ଦିନ ଯାଏ…

ପୁରୁଷୋତ୍ତମପୁର, ୩୧।୧୦(ସବିତା ମିଶ୍ର): ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ଋଷିକୁଲ୍ୟା ନଦୀରେ ଆସିଥିବା ପ୍ରଳୟଙ୍କରୀ ବନ୍ୟା ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳକୁ ସମ୍ପୂର୍ଣ୍ଣ ଛାରଖାର କରିଦେଇଛି। ଗାଁଠାରୁ ସହର…

UAEଠାରୁ ହାରିଲା ଭାରତ: ନିରାଶାଜନକ ପ୍ରଦର୍ଶନ ଜାରି

ନୂଆଦିଲ୍ଲୀ,୩୧।୧୦: ହଂକଂ ସିକ୍ସ ଟୁର୍ନାମେଣ୍ଟରେ ଟିମ ଇଣ୍ଡିଆର ନିରାଶାଜନକ ପ୍ରଦର୍ଶନ ଜାରି ରହିଛି। UAE ବିପକ୍ଷ ମ୍ୟାଚ୍‌ରେ ଭାରତ ୬ ଉଇକେଟ୍‌ରେ ପରାସ୍ତ ହୋଇଛି। ଏହା ସହିତ…

ଗଞ୍ଜାମ ବନ୍ୟାରେ ମାନବିକତାର ପରିଚୟ ଦେଲେ ଏନଏସଏସ ସ୍ବେଚ୍ଛାସେବୀ

ଭଞ୍ଜନଗର, ୩୧।୧୦(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକର ବନ୍ୟା ପ୍ରଭାବିତ ଅଞ୍ଚଳରେ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ଜାତୀୟ ସେବା ଯୋଜନା (ଏନଏସଏସ) କୋ-ୟୁନିଟ୍‌ର…

ବିଦ୍ୟୁତ ଉପଭୋକ୍ତାଙ୍କୁ ଝଟ୍‌କା! ନଭେମ୍ୱର ୧ରୁ ବଢିବ ଇଲେକ୍ଟ୍ରି ବିଲ୍‌, ପ୍ରତି କିଲୋଓ଼୍ବାଟ୍‌ ପିଛା ଲାଗିବ…

ନୂଆଦିଲ୍ଲୀ,୩୧।୧୦: ରାଜ୍ୟରେ ବିଜୁଳି ସଂଯୋଗ (Electricity Connection) ମହଙ୍ଗା ହୋଇଯାଇଛି ଏବଂ ନଭେମ୍ୱର ୧ ରୁ ନୂଆ ଦର ଲାଗୁ ହେବ। ନୂଆ ବିଜୁଳି ସଂଯୋଗ ପାଇଁ…

ଧରିତ୍ରୀ ପ୍ରଭାବ: ୨୪ ଦିନ ପରେ ଖୋଲିଲା ହାତୀଲିମୁଣ୍ଡା ୟୁପି ସ୍କୁଲ

ଅମରପାଲି,୩୧ା୧୦(ପୀତାମ୍ବର ସାହୁ):ଶେଷରେ ଅଭିଭାବକଙ୍କ ଦାବି ପୂରଣ ହେବା ସହ ୨୪ ଦିନ ପରେ ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ବହଳପଦର କ୍ଲଷ୍ଟର ଅନ୍ତର୍ଗତ ହାତୀଲିମୁଣ୍ଡା ଉଚ୍ଚ ପ୍ରାଥମିକ…

ଭାରତକୁ ହରାଇବାର ଖୁସି ମନାଇଲେ ପାକ ପ୍ରଧାନମନ୍ତ୍ରୀ: ସୋସିଆଲ ମିଡିଆରେ ଲେଖିଲେ ଏମିତି, ୟୁଜର୍ସ କହିଲେ…

ନୂଆଦିଲ୍ଲୀ,୩୧।୧୦: ହଂକଂ ସିକ୍ସେସ୍‌ରେ ଅକ୍ଟୋବର ୩୦ ତାରିଖରେ ଭାରତ ଓ ପାକିସ୍ତାନ ମଧ୍ୟରେ ମ୍ୟାଚ ଖେଳାଯାଇଥିଲା। ଏହି ମୁକାବିଲାରେ ପାକିସ୍ତାନ ୪ ଉଇକେଟ୍‌ରେ ବିଜୟୀ ହୋଇଥିଲା। ହଂକଂ…

ନଭେମ୍ବର ୧ରୁ ନୂଆ ନିୟମ: NHAIର ନୂଆ ପାସ୍‌କୁ ନେଇ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୩୧।୧୦: ଜାତୀୟ ରାଜପଥ ପ୍ରାଧିକରଣ (NHAI) ସ୍ଥାନୀୟ ଲୋକଙ୍କୁ ବଡ଼ ଆଶ୍ୱସ୍ତି ଦେବାକୁ ଯାଇ ୧ ନଭେମ୍ବର ୨୦୨୬ରୁ କନସେସନାଲ ଆନୁଆଲ ଲୋକାଲ ପାସ (Concessional Annual…

ଜଳବନ୍ଦୀ ଗ୍ରାମରେ ପହଞ୍ଚିଲା ରିଲିଫ ସାମଗ୍ରୀ: ଲୋକଙ୍କ ଦୁଃଖ ବୁଝିଲେ ବିଧାୟକ

ଗଞ୍ଜାମ,୩୦।୧୦ (ଅନାଥ ତରାଇ): ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରେ ଲଗାଣ ବର୍ଷା ଓ ଋଷିକୂଲ୍ୟା ନଦୀର ବନ୍ୟା ଯୋଗୁ ଗଞ୍ଜାମ ବ୍ଲକର ବିଭିନ୍ନ ଅଞ୍ଚଳରେ ଜଳବନ୍ଦୀ ସ୍ଥିତି ଉପୁଜିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?