ଢେଙ୍କାନାଳ କଲେଜ ପିଜି ପରୀକ୍ଷା ଫଳ ପ୍ରକାଶିତ: ବାଜି ମାରିଲେ ଝିଅ

ଢେଙ୍କାନାଳ ଅଫିସ, ୨୮।୬-ଢେଙ୍କାନାଳ ସ୍ବୟଂଶାସିତ ମହାବିଦ୍ୟାଳୟର ଉଦ୍ଭିଦ ବିଜ୍ଞାନ, ବାଣିଜ୍ୟ ଏବଂ ଇତିହାସ ସ୍ନାତକୋତ୍ତର (ପିଜି) ବିଭାଗ ପରୀକ୍ଷା ଫଳ ଗୁରୁବାର ମଧ୍ୟାହ୍ନରେ ପ୍ରକାଶିତ ହୋଇଛି। ଚଳିତ ବର୍ଷ ୩ ବିଭାଗରେ ମୋଟ ୬୦ଜଣ ପରୀକ୍ଷା ଦେଇଥିଲେ। ସେମାନଙ୍କ ମଧ୍ୟରୁ ୪୮ଜଣ ଉତ୍ତୀର୍ଣ୍ଣ ହୋଇଛନ୍ତି। ପାସ୍‌ ହାର ରହିଛି ୮୧.୩୫%। ସମସ୍ତ ବିଭାଗରେ ପୁଅଙ୍କୁ ପଛରେ ପକାଇ ବାଜି ମାରିଛନ୍ତି ଝିଅ।
ଉଦ୍ଭିଦ ବିଜ୍ଞାନରେ ଫନୀ ମହାନ୍ତି ୮୬.୧୧%, ବାଣିଜ୍ୟରେ ଲିପ୍ସା ମହାପାତ୍ର ୭୪.୪୫% ଏବଂ ଇତିହାସରେ ସାଇକ୍ରିଷ୍ଣା ମାନିନୀ ପତି ୭୩.୫୦% ମାର୍କ ରଖି କଲେଜ ଟପ୍ପର ହୋଇଛନ୍ତି। ଉଦ୍ଭିଦ ବିଜ୍ଞାନରେ ପରୀକ୍ଷା ଦେଇଥିବା ସମସ୍ତ ୧୨ଜଣ ଛାତ୍ରୀଛାତ୍ର ପାସ୍‌ କରିଛନ୍ତି। ପାସ୍‌ ହାର ୧୦୦% ରହିଛି। ସେହିପରି ବାଣିଜ୍ୟରେ ୨୨ରୁ ୧୯ଜଣ ପାସ୍‌ କରିଛନ୍ତି। ପାସ୍‌ ହାର ୮୬.୩୬% ରହିଛି ା ଇତିହାସରେ ୨୬ ଜଣ ପରୀକ୍ଷା ଦେଇଥିଲେ। ତନ୍ମଧ୍ୟରୁ ୧୭ଜଣ ପାସ୍‌ କରିଛନ୍ତି। ୮ଜଣ ଅକୃତକାର୍ଯ୍ୟ ହୋଇଥିବାବେଳେ ଜଣଙ୍କ ପରୀକ୍ଷାଫଳ ପ୍ରକାଶ ପାଇନାହିଁ। ପାସ୍‌ ହାର ରହିଛି ୬୮%।
କଲେଜ ଅଧ୍ୟକ୍ଷା ଡ. ରଶ୍ମି ମିଶ୍ରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ପରୀକ୍ଷା ନିୟନ୍ତ୍ରକ ପ୍ରଫେସର ଜୟଦେବ ପାଢ଼ୀ, ଉପନିୟନ୍ତ୍ରକ ରମେଶ ଚନ୍ଦ୍ର ବେହେରା, ଦେବାଶିଷ ମହାନ୍ତି, ଅଧ୍ୟାପକ ରଣଜିତ କୁମାର ପ୍ରଧାନ ପ୍ରମୁଖ ଉପସ୍ଥିତ ରହି ପରୀକ୍ଷା ଫଳ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…

ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ…

କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…

ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ

ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ…

୨ ଜଣଙ୍କୁ ଧକ୍କାଦେଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରି ପୋଲିସକୁ ଜିମାଦେଲେ ଲୋକେ

ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ କାର୍‌ ଚାଳକ ନିଶାସକ୍ତ ଅବସ୍ଥାରେ ୨ ଜଣଙ୍କୁ ଧକ୍କା ଦେବା…

ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ସହ ଗଞ୍ଜେଇ ଜବତ, କିଙ୍ଗ୍‌ପିନ୍‌ଙ୍କୁ ଗିରଫ କରି ପୋଲିସ…

ବାଲିଗୁଡ଼ା,୨୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପୋଲିସ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ। ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବ୍ରାଉନ ସୁଗାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri